କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ଡାକରା: କଳାହାଣ୍ଡିରେ ସମସ୍ତେ ସମର୍ଥନ କରିବାକୁ ନିବେଦନ

ଭବାନୀପାଟଣା,୧୬ା୭(ଉତ୍ତମ କୁମାର ଦାଶ): ବାଲେଶ୍ୱର ଜିଲା ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ଘଟଣାକୁ ନେଇ ସମଗ୍ର ରାଜ୍ୟରେ ପ୍ରତିବାଦର ସ୍ବର ଦେଖିବାକୁ ମିଳିଛି। ଏହାର ପ୍ରଭାବ କଳାହାଣ୍ଡି ଜିଲାରେ ଦେଖିବାକୁ ମିଳିଛି। ଗୁରୁବାର ପ୍ରଦେଶ କଂଗ୍ରେସ କମିଟି ରାଜ୍ୟ ସଭାପତି ଭକ୍ତ ଚରଣ ଦାସ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି। କଳାହାଣ୍ଡି ଜିଲାର ସମସ୍ତ ବ୍ଲକରେ ବନ୍ଦକୁ ଜୋରଦାର କରାଯିବା ନେଇ ବୁଧବାର ଜିଲା କଂଗ୍ରେସ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି।

ଏହି ସମୟରେ ସମସ୍ତ ବ୍ୟବସାୟିକ ଅନୁଷ୍ଠାନ, ସ୍କୁଲ, କଲେଜ, ସରକାରୀ ଓ ବେସରକାରୀ ଅନୁଷ୍ଠାନ ସମ୍ପୂର୍ଣ୍ଣ ବନ୍ଦ ରଖିବା ସହ କଳାହାଣ୍ଡି ଲୋକେ ଏହି ଆନ୍ଦୋଳନକୁ ସମର୍ଥନ କରିବାକୁ ଜିଲା ସଭାପତି ଜଳନ୍ଧର ନାଏକ ନିବେଦନ କରିଛନ୍ତି। ସକାଳ ୬ଟାରୁ ସା ୬ଟା ପର୍ଯ୍ୟନ୍ତ ପ୍ରତିବାଦ ସଭା, ଶୋଭାଯାତ୍ରା ଓ ବିକ୍ଷୋଭ ପ୍ରଦର୍ଶନ ହେବ ବୋଲି ଜିଲା ସଭାପତି ନାଏକ କହିଛନ୍ତି। ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ଜିଲା କଂଗ୍ରେସ ସଭାପତି ଭାରତ ଭୂଷଣ ବେମାଲ, ରାଜ୍ୟ ଶୃଙ୍ଖଳା କମିଟି ସଦସ୍ୟ ଇନ୍ଦ୍ରଜିତ ମହାଖୁଡ, ରାଜୀବ ଗାନ୍ଧୀ ପଞ୍ଚାୟତିରାଜ ସଂଗଠନ ସମ୍ପାଦକ ସରୋଜ ବାଗ, ଛାତ୍ର ସଭାପତି ସୁଶାନ୍ତ ପ୍ରଧାନୀ, ସିପିଏମ୍‌ ନେତା ନବ କିଶୋର ପଟ୍ଟନାୟକ, ସିପିଆଇ ରାଜ୍ୟ ସମ୍ପାଦକ ମଣ୍ଡଳୀ ସଦସ୍ୟ ଦାମ ବେହେରା, ସିପିଆଇ ଜିଲା ସହ ସମ୍ପାଦକ ସଞ୍ଜୟ ସୁନାନୀ, ଜିଲା ଉପ ସଭାପତି ପ୍ରୀତମ ବେହେରା, ବ୍ଲକ ସଭାପତି ସୁବାସ ପ୍ରଧାନ, ପୂର୍ବତନ ନଗର ସମ୍ପାଦକ ସନ୍ତୋଷ ପ୍ରଧାନ, ଟାଉନ ସଭାପତି ସୁକାନ୍ତି ସରାଫ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri