୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପୂର୍ବରୁ ରାଜ୍ୟ ସରକାରଙ୍କ କଡ଼ା ସୁରକ୍ଷା ବ୍ୟବସ୍ଥା: ଜିଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୬ା୭: ବାଲେଶ୍ବର ଫକୀର ମୋହନ (FM) ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମହତ୍ୟା ଘଟଣାକୁ ନେଇ କଂଗ୍ରେସ ଦଳ ଆସନ୍ତାକାଲି (ଜୁଲାଇ ୧୭) ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛି। ଏହି ବନ୍ଦକୁ ଦୃଷ୍ଟିରେ ରଖି ରାଜ୍ୟ ଗୃହ ବିଭାଗ ସମସ୍ତ ଜିଲାପାଳଙ୍କୁ ଚିଠି ଜାରି କରି ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛି। ବନ୍ଦ ସମୟରେ ଜରୁରୀକାଳୀନ ସେବା ଯେପରି ପ୍ରଭାବିତ ନ ହୁଏ, ସେଥିପାଇଁ ବିଶେଷ ଗୁରୁତ୍ୱ ଦିଆଯାଇଛି।

କଂଗ୍ରେସ ଓ ଅନ୍ୟ ସମର୍ଥକ ଗୋଷ୍ଠୀଙ୍କ ପକ୍ଷରୁ ଘୋଷିତ ଏହି ବନ୍ଦ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ। ଏହା ବାଲେଶ୍ବର FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ଯୌନ ନିର୍ଯାତନା ଅଭିଯୋଗକୁ କେନ୍ଦ୍ର କରି ଡକାଯାଇଛି। ଏହି ଘଟଣା ରାଜ୍ୟରେ ତୀବ୍ର ରାଜନୈତିକ ବିବାଦ ସୃଷ୍ଟି କରିଛି, ଯେଉଁଥିରେ ବିଜେଡି ମଧ୍ୟ ବାଲେଶ୍ବରରେ ୮ ଘଣ୍ଟିଆ ବନ୍ଦ ଡାକରା ଦେଇଛି।

ରାଜ୍ୟ ଗୃହ ବିଭାଗ ଲୋକସେବା ଭବନ, ଖାରବେଳ ଭବନ, ରାଜୀବ ଭବନ ଏବଂ କୃଷି ଭବନ ଆଦି ଗୁରୁତ୍ୱପୂର୍ଣ୍ଣ ଅଫିସଗୁଡ଼ିକରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛି। ସମ୍ଭାବ୍ୟ ରାସ୍ତା ଅବରୋଧ, ବନ୍ଦ ଓ ଆଇନଶୃଙ୍ଖଳା ସମସ୍ୟାକୁ ଦୃଷ୍ଟିରେ ରଖି କର୍ମଚାରୀମାନଙ୍କୁ ସକାଳ ସକାଳ ଅଫିସ ଆସିବା, ଦର୍ଶନାଥୀଙ୍କ ପ୍ରବେଶ ସୀମିତ କରିବା, ଗେଟ୍‌ରେ ପ୍ରବେଶ ନିୟନ୍ତ୍ରଣ, ପରିଚୟ ପତ୍ର ଯାଞ୍ଚକୁ କଡ଼ାକଡ଼ି କରିବା ଏବଂ ଅଫିସ ଭିତରେ ଅନାବଶ୍ୟକ ଗତିବିଧି ହ୍ରାସ କରିବାକୁ ପରାମର୍ଶ ଦିଆଯାଇଛି।

ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାରେ ରାଜ୍ୟ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। କଲେଜର ପ୍ରିନ୍ସିପାଲ ଦିଲ୍ଲୀପ ଘୋଷ ଓ ଶିକ୍ଷା ବିଭାଗର ଏଚଓଡି ସମୀର ସାହୁଙ୍କୁ ସସ୍ପେଣ୍ଡ କରାଯାଇ ଗିରଫ କରାଯାଇଛି। ଏହାସହ ଏକ ଉଚ୍ଚସ୍ତରୀୟ ତଦନ୍ତ କମିଟି ଗଠନ କରାଯାଇଛି ଏବଂ କ୍ରାଇମବ୍ରାଞ୍ଚ ଅନୁସନ୍ଧାନ ଆରମ୍ଭ କରିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ପୀଡ଼ିତାଙ୍କ ପରିବାରକୁ ନ୍ୟାୟ ଓ ଆହତ ଛାତ୍ର ଜ୍ୟୋତିପ୍ରକାଶ ବିଶ୍ବାଳଙ୍କୁ ସମସ୍ତ ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି।

ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶାନ୍ତି ବଜାୟ ରଖିବା ଓ ଜରୁରୀକାଳୀନ ସେବା ଯଥା ସ୍ବାସ୍ଥ୍ୟ, ଅଗ୍ନିଶମ ଓ ଆମ୍ବୁଲାନ୍ସ ସେବାରେ ବ୍ୟାଘାତ ନ ହେବା ପାଇଁ ସମସ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରୁଛନ୍ତି। ଗୃହ ବିଭାଗ ସମସ୍ତ ଜିଲା ପ୍ରଶାସନକୁ ସତର୍କ ରହି ଆଇନଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣରେ ରଖିବାକୁ ନିର୍ଦ୍ଦେଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri