ରାଜରାସ୍ତାକୁ ଓହ୍ଲାଇଲେ କଂଗ୍ରେସ କର୍ମୀ

Featured Video Play Icon

ଭୁବନେଶ୍ୱର,୧୭ା୭: ଗୁରୁବାର କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ କରାଯାଉଛି। ଆଜି ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦେଇଛି କଂଗ୍ରେସ। ଫକୀର ମୋହନ କଲେଜ ଛାତ୍ରୀ ଆତ୍ମାହୁତି ଘଟଣାରେ କଂଗ୍ରେସ ନେତା ଓ କର୍ମୀମାନେ ରାଜରାସ୍ତାକୁ ଓହ୍ଲାଇ ପ୍ରତିବାଦ କରୁଛନ୍ତି।

ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣାରେ ସରକାରୀ ଉଦାସୀନତାର ପ୍ରତିବାଦରେ କଂଗ୍ରେସ ନେତୃତ୍ୱରେ ବିରୋଧୀ ଦଳଗୁଡ଼ିକ ପକ୍ଷରୁ ‘ଓଡ଼ିଶା ବନ୍ଦ’ ଡାକରା ଦିଆଯାଇଛି। ଏଥିରେ ବାମପନ୍ଥୀଙ୍କ ସମେତ ୮ଦଳ ସାମିଲ ହୋଇଛନ୍ତି। ‘ସୌମ୍ୟାଶ୍ରୀଙ୍କ ଆତ୍ମାହୁତିକୁ ନେଇ ବିଭିନ୍ନ ମହଲ, ସୋସିଆଲ ମିଡିଆରେ କ୍ଷୋଭ ପ୍ରକାଶ ପାଉଥିବାରୁ ଓଡ଼ିଶା ବନ୍ଦକୁ ସ୍ବତଃପ୍ରବୃତ୍ତ ସମର୍ଥନ ମିଳିବା ଅନୁମାନ କରାଯାଉଛି। ବିରୋଧୀ ଦଳଗୁଡ଼ିକ ଗୁରୁବାର ଯାନବାହନ ଚଳାଚଳ, ଦୋକାନବଜାର, ଶିକ୍ଷାନୁଷ୍ଠାନ, ବ୍ୟବସାୟିକ ପ୍ରତିଷ୍ଠାନକୁ ବନ୍ଦ ରଖିବା ପାଇଁ ନିବେଦନ କରିଛନ୍ତି। ତେବେ ବନ୍ଦ ପାଳନ ସମୟରେ କେତେକ ସ୍ଥାନରେ ଅପ୍ରୀତିକର ସ୍ଥିତି ସୃଷ୍ଟି ହୋଇପାରେ। ଏହାକୁ ନେଇ ପୋଲିସ ସଜାଗ ହୋଇଉଠିଛି। ବିଶେଷକରି ଭୁବନେଶ୍ୱର, କଟକ ଟୁଇନ୍‌ ସିଟିରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ତଦନୁଯାୟୀ ସମସ୍ତ ଆନ୍ଦୋଳନକାରୀଙ୍କ ଉପରେ ଏଆଇ କ୍ୟାମେରା ଓ ଡ୍ରୋନ୍‌ ନଜର ରଖିବ। ଆଇନ ଭାଙ୍ଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପୋଲିସ କମିଶନର ଏସ୍‌. ଦେବଦତ୍ତ ସିଂ ଚେତାବନୀ ଦେଇଛନ୍ତି। ଲୋକସେବା ଭବନ, ବିଧାନସଭା, ରାଜୀବ ଭବନ କଡ଼ା ସୁରକ୍ଷା ବଳୟରେ ରହିଥିବାବେଳେ ଛକ, ବଜାର, ସରକାରୀ କାର୍ଯ୍ୟାଳୟରେ ସଶସ୍ତ୍ର ପୋଲିସ ମୁତୟନ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri