ସୌମ୍ୟାଶ୍ରୀ ମୃତ୍ୟୁ: ଭକ୍ତ ଦାସ ଗିରଫ, ଆନ୍ଦୋଳନ ଭିତରେ ଆସିଲା ବଡ଼ ଖବର

ଭୁବନେଶ୍ୱର,୧୭।୭: କଂଗ୍ରେସର ଓଡ଼ିଶା ବନ୍ଦ ଡାକରା ଭିତରେ ଆସିଛି ବଡ଼ ଖବର। ପିସିସି ସଭାପତି ଭକ୍ତ ଦାସଙ୍କୁ ପୋଲିସ ଆରେଷ୍ଟ କରିଛି। ଆନ୍ଦୋଳନସ୍ଥଳରୁ ଭକ୍ତଙ୍କୁ ଉଠାଇ ନେଇଛି ପୋଲିସ।

ଲୋୟର ପିଏମଜିରୁ ଆସିଲା ବଡ଼ ଖବର। ବିଧାନସଭା ଘେରାଉବେଳେ ଭକ୍ତଙ୍କୁ ଉଠାଇ ନେଇଛି ପୋଲିସ। ସେହିପରି ଓଡ଼ିଶା ପ୍ରଭାରୀ ଅଜୟ ଲଲ୍ଲୁଙ୍କୁ ପୋଲିସ ଉଠାଇ ନେଇଛି। ଓଡ଼ିଶା ବନ୍ଦକୁ ଜୋରଦାର କରିଛି କଂଗ୍ରେସ। ଯେଉଁଥିରେ ପୂରା ରାଜଧାନୀ ଉଠୁଛି ପଡୁଛି। କଂଗ୍ରେସ ଲୋୟର ପିଏମଜିରେ ଗୋଟିଏ ବ୍ୟାରିକେଡ ଭାଙ୍ଗି ସାରିଥିବାବେଳେ ଯୁବ କଂଗ୍ରେସ ପକ୍ଷରୁ ବିଧାନସଭା ଘେରାଉ ପାଇଁ ଆଉ ଗୋଟିଏ ବ୍ୟାରିକେଡ ଭାଙ୍ଗିବାକୁ ଚେଷ୍ଟା କରୁଛି।

ତେବେ ଗିରଫବେଳେ ଭକ୍ତ ଦସ ବଡ଼ ବୟାନ ଦେଇଛନ୍ତି। ସେ ଆନ୍ଦୋଳନସ୍ଥଳରୁ କହିଛନ୍ତି, ଆନ୍ଦୋଳନ ଯେତେଯାଏ ହେବ ମୁଁ ହଟିବି ନାହିଁ। ପଛଘୁଞ୍ଚା ନାହିଁ ବୀରର ଜାତକେ। ମୋହନ ମାଝୀଙ୍କୁ ଆଜି ଗାଦି ଛାଡିବାକୁ ପଡିବ। ମୋତେ ପୋଲିସ ଉଠାଇବେ, ସମସ୍ତଙ୍କୁ ଉଠାଇବେ। ହେଲେ ବି ଆନ୍ଦୋଳନ ଜୋରଦାର ହେବ। ଗତକାଲି ଏକ କାର୍ଯ୍ୟକ୍ରମରେ ମୁଁ ମନମୋହନ ସାମଲଙ୍କୁ କହିଥିଲି, ପୀଡିତାଙ୍କୁ ନ୍ୟାୟ ଦିଅନ୍ତୁ ମୁଁ ଆଜି ହିଁ ଆନ୍ଦୋଳନ ଡାକରା ଫେରାଇନେବି। ହେଲେ ଅହଙ୍କାରୀ ସରକାର ଏଥିରେ ରାଜି ହେଲେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ...

ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri