FM କଲେଜ ଘଟଣା ପରେ ଗଣଶିକ୍ଷା ବିଭାଗର ବଡ଼ ନିର୍ଦ୍ଦେଶ, ଏବେ ସ୍କୁଲରେ…

ଭୁବନେଶ୍ୱର,୧୭।୭: ରାଜ୍ୟର ସମସ୍ତ ସରକାରୀ ସ୍କୁଲମାନଙ୍କରେ କଲେଜ ଭଳି ଆଭ୍ୟନ୍ତରୀଣ ଅଭିଯୋଗ କମିଟି (ICC) ଗଠନ କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ଏହି ନିର୍ଦ୍ଦେଶ ଅନୁଯାୟୀ, ସମସ୍ତ ଜିଲା ଶିକ୍ଷା ଅଧିକାରୀ (DEO) ମାନଙ୍କୁ ନିଜ ନିଜ ଜିଲାରେ ଥିବା ସ୍କୁଲମାନଙ୍କରେ ଏହି କମିଟି ଗଠନ କରିବାକୁ କୁହାଯାଇଛି। ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ମାମଲାରେ ପରେ ଗଣଶିକ୍ଷା ବିଭାଗର ଚେତା ପଶିଛି । କଡାକଡି ନିୟମ ଲାଗୁ ପାଇଁ ଗଣ ଶିକ୍ଷା ବିଭାଗର ବଡ଼ ନିର୍ଦ୍ଦେଶ । ବାଲେଶ୍ୱର ଏଫଏମ ଛାତ୍ରୀ ମୃତ୍ୟୁ ପରେ ସଜାଗ ହୋଇଛି ଗଣଶିକ୍ଷା ବିଭାଗ ।

ଏହି ପଦକ୍ଷେପ ଦ୍ୱାରା ସ୍କୁଲ ପରିସରରେ ଛାତ୍ରୀ ଓ ଶିକ୍ଷୟିତ୍ରୀମାନଙ୍କ ସୁରକ୍ଷା ନିଶ୍ଚିତ କରିବା ଏବଂ ଯୌନ ନିର୍ଯାତନା କିମ୍ବା ଅନ୍ୟାନ୍ୟ ଅଭିଯୋଗ ସମ୍ପର୍କିତ ମାମଲାଗୁଡିକୁ ସମାଧାନ ପାଇଁ ଏକ ସ୍ବଚ୍ଛ ଓ ନିରପେକ୍ଷ ବ୍ୟବସ୍ଥା ଗଠନ କରାଯିବ। ଏହି ଆଭ୍ୟନ୍ତରୀଣ ଅଭିଯୋଗ କମିଟି (ICC) ଯୌନ ନିର୍ଯାତନା ନିବାରଣ ଆଇନ, ୨୦୧୩ (POSH Act) ଅନୁଯାୟୀ ଗଠନ କରାଯିବ।

ସ୍ଵତନ୍ତ୍ର ଭାବେ ଛାତ୍ରୀ ଙ୍କ ସୁରକ୍ଷା ଉପରେ ଗୁରୁତ୍ବ ନେଇ ଗଣଶିକ୍ଷା ବିଭାଗ ବିଜ୍ଞପ୍ତି ଜାରି କରିଛି । ସ୍ବତନ୍ତ୍ର ଭାବେ ସ୍କୁଲ ଛାତ୍ରୀଙ୍କ ସୁରକ୍ଷା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଏପରିକି ହେଲ୍ପ ଲାଇନ୍ ନମ୍ୱର୍ ସ୍କୁଲ୍ କାନ୍ଥରେ ଡିସ ପ୍ଲେ କରିବା ସହ ଲିଙ୍ଗଗତ ସମାନତା ନେଇ ବର୍ଣ୍ଣାଳି ପାଠ୍ୟକ୍ରମରେ ସାମିଲ୍ କରି ଛାତ୍ରଛାତ୍ରୀ ଙ୍କୁ ଉଚିତ୍ ଶିକ୍ଷା ଦେବା ଯୋଜନା କରିଛି ବିଭାଗ । ସମସ୍ତ ବିଦ୍ୟାଳୟରେ ଶିକ୍ଷୟିତ୍ରୀ, ମହିଳା କର୍ମଚାରୀ ଓ ଛାତ୍ରୀମାନଙ୍କ ସୁରକ୍ଷାକୁ ନଜରରେ ରଖି ଗଣଶିକ୍ଷା ବିଭାଗ ଏଭଳି ପଦକ୍ଷେପ ଆପଣାଇଛି।

ପୂର୍ବରୁ ୨୪ ଘଣ୍ଟା ମଧ୍ୟରେ ସବୁ କଲେଜରେ ଆଭ୍ୟନ୍ତରୀଣ କମିଟି ଗଠନ ବାଧ୍ୟତାମୂଳକ ନେଇ ବଡ଼ ନିର୍ଦ୍ଦେଶ ଆସିଥିଲା। ସବୁ କଲେଜ, ବିଶ୍ବବିଦ୍ୟାଳୟ ପାଇଁ ଏହି ନିୟମ ଲାଗୁ ହେବ । କେବଳ ସେତିକି ନୁହେଁ ଯୌନ ଉତ୍ପୀଡ଼ନ ରୋକିବା ଦିଗରେ କରାଯିବ କର୍ମଶାଳା । ବାଲେଶ୍ୱର ଅଘଟଣର ୩ ଦିନ ପରେ ଏଭଳି ନିୟମ ଲାଗୁ ନେଇ ସବୁ ଉଚ୍ଚଶିକ୍ଷାନୁ୍ଷ୍ଠାନକୁ ଉଚ୍ଚଶିକ୍ଷା ବିଭାଗ ଚିଠି ଲେଖିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri