ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦାବିରେ କଳାହାଣ୍ଡି ବନ୍ଦ ପ୍ରଭାବ: ସରକାରଙ୍କ ବିରୋଧରେ ବିକ୍ଷୋଭ

ଭବାନୀପାଟଣା,୧୭।୭(ଉତ୍ତମ କୁମାର ଦାଶ)-ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ଦେବା ଘଟଣାକୁ ନେଇ ସମଗ୍ର ରାଜ୍ୟରେ ତାତି ଦେଖାଯିବା ସହ ପ୍ରତିବାଦର ସ୍ବର ଦେଖିବାକୁ ମିଳିଛି। ତେବେ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦାବିରେ
ପୂର୍ବରୁ ପ୍ରଦେଶ କଂଗ୍ରେସ କମିଟିର ରାଜ୍ୟ ସଭାପତି ଭକ୍ତ ଚରଣ ଦାସ ଗୁରୁବାର ସାରା ରାଜ୍ୟକୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛନ୍ତି। ଯାହାର ପ୍ରଭାବ କଳାହାଣ୍ଡି ଜିଲାର ମଧ୍ୟ ଦେଖିବାକୁ ମିଳିଛି।
ସକାଳ ୬ଟାରୁ ଜିଲାର ମୁଖ୍ୟାଳୟ ଭବାନୀପାଟଣା ସହର ସମେତ ଜୁନାଗଡ଼, ଧର୍ମଗଡ଼,କେସିଙ୍ଗା ଆଦି ବିଭିନ୍ନ ସହରରେ ଏହି ବନ୍ଦକୁ ଜୋରଦାର କରାଯାଇଛି। ଜିଲାର ପ୍ରାୟ ସମସ୍ତ ବ୍ୟବସାୟିକ ଅନୁଷ୍ଠାନ, ସ୍କୁଲ, କଲେଜ, ସରକାରୀ ଓ ବେସରକାରୀ ଅନୁଷ୍ଠାନକୁ ସମ୍ପୂର୍ଣ୍ଣ ବନ୍ଦ ରହିଥିବା ଦେଖିବାକୁ ମିଳିଛି। ବିଭିନ୍ନ ସ୍ଥାନରେ କଂଗ୍ରେସ କାର୍ଯ୍ୟକର୍ତ୍ତା ଶୋଭାଯାତ୍ରା କରିବା ସହ ସରକାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଜିଲାରେ ଯାଇଥିବା ୨୬ ନମ୍ବର ଜାତୀୟ ରାଜପଥରେ ଯାନ ବାହାନ ଚଳାଚଳ ଠପ ହୋଇଯାଇଛି । ଭବାନୀପାଟଣା ରେ ସ୍ଥାନୀୟ ବିଧାୟକ ସାଗର ଚରଣ ଦାସ ଏହାର ନେତୃତ୍ୱ ନେଉଥିବାବେଳେ ତାଙ୍କ ସହ ଜିଲା ସଭାପତି ଜଳନ୍ଧର ନାଏକ, ପୂର୍ବତନ ଜିଲା କଂଗ୍ରେସ ସଭାପତି ଭାରତ ଭୂଷଣ ବେମାଲ, ଜିଲା ଯୁବ କଂଗ୍ରେସ ସଭାପତି ମହମ୍ମଦ ସାହେବ, ରାଜ୍ୟ ଶୃଙ୍ଖଳା କମିଟି ସଦସ୍ୟ ଇନ୍ଦ୍ରଜିତ୍ ମହାଖୁଡ, ରାଜୀବ ଗାନ୍ଧୀ ପଞ୍ଚାୟତ ରାଜ ସଂଗଠନ ସମ୍ପାଦକ ସରୋଜ ବାଗ, ଛାତ୍ର ସଭାପତି ସୁଶାନ୍ତ ପ୍ରଧାନୀ, ସିପିଏମ ନେତା ନବ କିଶୋର ପଟ୍ଟନାୟକ, ସିପିଆଇ ରାଜ୍ୟ ସମ୍ପାଦକ ମଣ୍ଡଳୀ ସଦସ୍ୟ ଦାମ ବେହେରା, ସିପିଆଇ ଜିଲା ସହ ସମ୍ପାଦକ ସଞ୍ଜୟ ସୁନାନୀ, ଜିଲା ଉପ ସଭାପତି ପ୍ରୀତମ ବେହେରା, ବ୍ଲକ ସଭାପତି ସୁବାଷ ପ୍ରଧାନ, ପୂର୍ବତନ ନଗର ସମ୍ପାଦକ ସନ୍ତୋଷ ପ୍ରଧାନ,ଟାଉନ ସଭାପତି ସୁକାନ୍ତି ସରାଫ ପ୍ରମୂଖ ସାମିଲ ହୋଇଛନ୍ତି । ସେହିପରି ଜୁନାଗଡ଼ରେ ରାଜ୍ୟ ଏସସି ସେଲର ଉପ ସଭାପତି ଚିତ୍ତ ରଞ୍ଜନ ନିଆଲ,ଟାଉନ ସଭାପତି ଅମିତ ଅଗ୍ରୱାଲ, ବରିଷ୍ଠ ନେତା ପ୍ରଭାତ ଦାଶ ପ୍ରମୁଖ ନେତୃତ୍ୱ ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri