ଜେଲ ଭିତରେ ଏହି ସବୁ ଖାଦ୍ୟ ଖାଉଛନ୍ତି ସମୀର ସାର୍‌ , ହେଲେ…

ଭୁବନେଶ୍ୱର,୧୮।୭: ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ମାମଲାରେ ବାଲେଶ୍ବର ଜେଲ ଭିତରେ ଅଛନ୍ତି ପୂର୍ବତନ ଅଧ୍ୟାପକ ସମୀର ସାହୁ ଏବଂ ପୂର୍ବତନ ଅଧ୍ୟକ୍ଷ ଦିଲୀପ ଘୋଷ । ଜେଲ ଭିତରେ ଦୁହେଁ କେମିତି ଅଛନ୍ତି ତାହାକୁ ନେଇ ଚର୍ଚ୍ଚା ଚାଲିଛି। ଜେଲର ୩ ନଂ ୱାର୍ଡରେ ସମୀର ସାର୍‌ ଆଉ ୧୫ ନମ୍ବର ୱାର୍ଡରେ ପୂର୍ବତନ ଅଧ୍ୟକ୍ଷ ଦିଲୀପ ଘୋଷ । ସୌମ୍ୟାଶ୍ରୀ ଆତ୍ମାହୁତି ଉଦ୍ୟମ ଦିନ ହିଁ ସମୀର ସାହୁଙ୍କୁ ଗିରଫ କରି ଜେଲ ପଠାଇ ଦିଆଯାଇଥିଲା । ଏହାର ଦୁଇ ଦିନ ପରେ ଅର୍ଥାତ୍‌ ୧୪ ତାରିଖରେ ଅଧ୍ୟକ୍ଷଙ୍କୁ ଗିରଫ କରାଯିବା ପରେ ତାଙ୍କୁ କୋର୍ଟ ଚାଲାଣ କରି ଜେଲ ପଠାଇଥିଲା ପୋଲିସ । ଏକ ଗଣମାଧ୍ୟମର ରିପୋର୍ଟ ଅନୁସାରେ, ଦୁହେଁ ମାନସିକ ଚାପରେ ଅଛନ୍ତି। ଦୁହେଁ ବୁଧବାର ଦିନ ମଧ୍ୟାହ୍ନ ଭୋଜନରେ ଭାତ, ଡାଲି, ଅଣ୍ଡା ତରକାରୀ ଖାଇଥିବା ବେଳେ ରାତିରେ ରୁଟି ଓ ତରକାରୀ ଖାଇଥିଲେ। ଜେଲ ଆସିବାର ୭ ଦିନ ବିତି ନ ଥିବାରୁ ଦୁହିଁଙ୍କୁ ପରିବାର ଲୋକଙ୍କ ସହ ସାକ୍ଷାତ କରିବାକୁ ଦିଆଯାଇ ନ ଥିଲା।

ବାଲେଶ୍ବର ଛାତ୍ରୀ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଗୋଟିଏ ପଟେ କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ କରୁଥିବାବେଳେ ଅନ୍ୟପଟେ ସରକାରଙ୍କୁ ପ୍ରଶ୍ନବାଣରେ ଘାଇଲା କରୁଛନ୍ତି ବିରୋଧୀ। ବୁଧବାର ବିଜେଡି ଆନ୍ଦୋଳନ କରିଥିବା ବେଳେ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦେଇଥିଲା କଂଗ୍ରେସ। ଏହି ସମୟରେ ସରକାରଙ୍କୁ ଜୋରଦାର ଘେରିଥିଲା କଂଗ୍ରେସ। ଅନ୍ୟପଟେ ଏହି ଘଟଣାକୁ ଗୁରୁତର ସହ ନେଇଛନ୍ତି ରାଜ୍ୟ ସରକାର। କ୍ରାଇମବ୍ରାଞ୍ଚ ବିଭିନ୍ନ ଦିଗକୁ ନେଇ ତଦନ୍ତ ଆରମ୍ଭ କରିଦେଇଛି। ସେପଟେ ଅଘଟଣ ପରେ ଗଣଶିକ୍ଷା ବିଭାଗ ତତ୍ପରତା ଦେଖାଇଛି। ୨୪ ଘଣ୍ଟାରେ ଆଭ୍ୟନ୍ତରୀଣ କମିଟି (ICC) ଗଠନ ନିର୍ଦ୍ଦେଶ ଦିଆଯାଇଛି। ଶିକ୍ଷାନୁଷ୍ଠାନ ଓ କାର୍ଯ୍ୟାଳୟରେ ICC ଗଠନ କରିବାକୁ ନିର୍ଦ୍ଦେଶ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଶ୍ରମ ବିଦ୍ୟାଳୟରେ ରକ୍ତ ଛିଟା: ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ପିଟିପିଟି ହତ୍ୟା

ସୁବର୍ଣ୍ଣପୁର,୧୬।୧୨: ସୁବର୍ଣ୍ଣପୁରରେ ଚାଞ୍ଚଲ୍ୟ। ଛାତ୍ରଙ୍କୁ ପିଟିପିଟି ହତ୍ୟା। ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ସୁବର୍ଣ୍ଣପୁର ଜିଲା ତରଭା ଆଶ୍ରମ...

ମେସି ଇଭେଣ୍ଟ୍ ବିବାଦ: ପଶ୍ଚିମବଙ୍ଗ କ୍ରୀଡ଼ା ମନ୍ତ୍ରୀଙ୍କ ଇସ୍ତଫା, ଡିସିପି ନିଲମ୍ବିତ

କୋଲକାତା,୧୬।୧୨: ଆର୍ଜେଣ୍ଟିନାର ଫୁଟବଲ୍ ତାରକା ଲିଓନେଲ୍ ମେସିଙ୍କ କାର୍ଯ୍ୟକ୍ରମ ସମୟରେ କୋଲକାତାର ସଲ୍ଟ ଲେକ୍ ଷ୍ଟାଡିୟମ୍‌ରେ ସୃଷ୍ଟି ହୋଇଥିବା ଅରାଜକତା ଓ ଭଙ୍ଗାରୁଜା ଘଟଣାକୁ ନେଇ...

ଓଡିଶାବାସୀଙ୍କ ପାଇଁ ଖୁସିଖବର: ନିଯୁକ୍ତିକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୧୨: ଓଡ଼ିଶା ହେବ ଫାର୍ମା ହବ୍‌। ମୁଖ୍ୟମନ୍ତ୍ରୀ ମୋହନ ମାଝି ଫାର୍ମା ସମ୍ମିଳନୀରେ ଓଡ଼ିଶାରେ ଫାର୍ମା ସେକ୍ଟରରେ ନିବେଶ ପାଇଁ ନିବେଶକଙ୍କୁ ଅନୁରୋଧ କରିଛନ୍ତି। ଏ...

IPL 2026 ନିଲାମ: ଜାଣନ୍ତୁ କିଏ ରହିଲେ ଅନ୍‌ ସୋଲ୍ଡ

ଆବୁଧାବି,୧୬।୧୨: IPL 2026 ନିଲାମ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଅଷ୍ଟ୍ରେଲିଆ ଅଲ୍‌ରାଉଣ୍ଡର କ୍ୟାମେରନ ଗ୍ରୀନଙ୍କୁ KKR ସର୍ୱାଧିକ ୨୫ କୋଟି ୨୦ ଲକ୍ଷରେ କିଣିଛି। ଫଳରେ...

ଶାଶୁ ପରେ ଜ୍ୱାଇଁ ଘରେ ବୁଲିଲା ବୁଲଡୋଜର: ଏକାବେଳକେ ଛାନିଆ…

ପୁରୀ,୧୬।୧୨(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଅପରେଶନ ଚକ୍ର ଜରିଆରେ ନିଶା ବେପାରୀଙ୍କ ଘର ଉପରେ ବୁଲଡୋଜର ଚଳାଇଛି । ପୂର୍ବରୁ ଗତ ୪ ତାରିଖରେ...

ମାତ୍ର ଏତିକି କୋଟିରେ ଭେଙ୍କଟେଶଙ୍କୁ କିଣିଲା ଏହି ଦଳ, ଗତ ବର୍ଷ ତୁଳନାରେ ପ୍ରାୟ 70 ପ୍ରତିଶତ କମ୍‌

ନୂଆଦିଲ୍ଲୀ,୧୬।୧୨: ଭେଙ୍କଟେଶ ଆୟର ପ୍ରଥମ ଥର ପାଇଁ କୋଲକାତା ନାଇଟ ରାଇଡର୍ସ ବ୍ୟତୀତ ଅନ୍ୟ କୌଣସି IPL ଦଳ ପାଇଁ ଖେଳିବେ। ଯଦିଓ KKR ମଧ୍ୟ...

ଗୋଆ ଅଗ୍ନିକାଣ୍ଡ ଘଟଣା: ଭାରତ ଆସିଲେ ଲୁଥ୍ରା ବ୍ରଦର୍ସ

ନୂଆଦିଲ୍ଲୀ,୧୬।୧୨: ଗୋଆ ଅଗ୍ନିକାଣ୍ଡ ଘଟଣା ପରେ ପଲାତକ ଲୁଥ୍ରା ବ୍ରଦର୍ସ ସୌରଭ ଏବଂ ଗୌରବଙ୍କୁ ମଙ୍ଗଳବାର ଭାରତ ଫେରାଇ ଅଣାଯାଇଛି। ଦିଲ୍ଲୀରେ ଲୁଥ୍ରା ବ୍ରଦର୍ସଙ୍କ ବିମାନ...

ବିଶ୍ୱର ସବୁଠୁ ମହଙ୍ଗା ଫଳ: ମୂଲ୍ୟ ଜାଣିଲେ ଉଡିଯିବ ହୋଶ୍‌

ସାଧାରଣତଃ ମହଙ୍ଗା ଜିନିଷ କିଣିବାକୁ ହେଲେ ଲୋକେ ବିଳାସପୂର୍ଣ୍ଣ କାର, ସୁନା ଏବଂ ହୀରା ବିଷୟରେ ଚିନ୍ତା କରନ୍ତି। କିନ୍ତୁ ଜାପାନରେ ଏକ ତରଭୁଜ ଅଛି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri