ଭୁବନେଶ୍ୱର, ୧୮।୭(ଅନୁରାଧା ମହାରଣା)- ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ଦାନାବାନ୍ଧୁଛି। ଆସନ୍ତା ୨୨ରୁ ୨୪ ତାରିଖ ମଧ୍ୟରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଲଘୁଚାପ ରୂପ ନେଇପାରେ। ଫଳରେ ରାଜ୍ୟରେ ୨୩ ତାରିଖରୁ ପୁଣି ବର୍ଷା ବଢ଼ିବ। ବର୍ଷାର ପ୍ରଭାବ ପ୍ରାୟ ୨୬ ପର୍ଯ୍ୟନ୍ତ ଜାରି ରହିବ। ୨୪ ଓ ୨୫ ତାରିଖରେ ସବୁଠୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନାନୁଯାୟୀ, ଲଘୁଚାପଟି ଉତ୍ତର ବଙ୍ଗୋପସାଗର ପାଶର୍ବବର୍ତ୍ତୀ ବାଂଲାଦେଶ ଓ ପଶ୍ଚିମବଙ୍ଗ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବ। ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ଲଘୁଚାପଟି ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବାକୁ ଥିବାରୁ ପ୍ରଥମେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବ। ପରବର୍ତ୍ତୀ ସମୟରେ ଏହା ଝାଡ଼ଖଣ୍ଡ ଓ ଛତିଶଗଡ଼ ମୁହଁା ହେବାକୁ ଥିବାରୁ ଏହାର ସମୀନ୍ତବର୍ତ୍ତୀ ଓଡ଼ିଶାର ବିଭିନ୍ନ ଜିଲା ଓ ଆଭ୍ୟନ୍ତରୀଣ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଶନିବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗୀର, ସୋନପୁର, ବାୈଦ୍ଧ, କଳାହାଣ୍ଡି, କନ୍ଧମାଳ ଆଦି ଜିଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


