ଟିକା ନେଇ ୬ ଛାତ୍ରୀଛାତ୍ର ଗୁରୁତର ଘଟଣା ଖବର ପ୍ରକାଶ ପରେ ତଦନ୍ତ ରିପୋର୍ଟ ଦାଖଲ ନିର୍ଦ୍ଦେଶ, ଡାକ୍ତର କହିଲେ ବିପଦ ନାହିଁ

ଦାରିଙ୍ଗବାଡ଼ି,୧୯ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ ପାଟାଙ୍ଗି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଟିକା ନେଇ ୬ ଛାତ୍ରୀଛାତ୍ର ଗୁରୁତର ଘଟଣାରେ କନ୍ଧମାଳ ଜିଲା ଶିକ୍ଷାଧିକାରୀ ରାଜେଶ ସ୍ବାଇଁଙ୍କ ନିର୍ଦ୍ଦେଶ କ୍ରମେ ଦାରିଙ୍ଗବାଡ଼ି ବିଇଓ କାର୍ଯ୍ୟାଳୟ ପକ୍ଷରୁ ତଦନ୍ତ ଚାଲିଛି। ତାଙ୍କ ନିର୍ଦ୍ଦେଶରେ ଉଲ୍ଲେଖ ରହିଛି ଯେ, ସମ୍ପୂର୍ଣ୍ଣ ଖବର ର ତଦନ୍ତ କରି ତୁରନ୍ତ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ନେବା ସହ ଆବଶ୍ୟକ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ବିଦ୍ୟାଳୟ, ଅଭିଭାବକ ଓ ସ୍ବାସ୍ଥ୍ୟକେନ୍ଦ୍ର ନିକଟକୁ ଯାଇ ଏକ ବିସ୍ତୃତ ଏଟିଆର ରିପୋର୍ଟ ପ୍ରସ୍ତୁତ କରି ପଠାଇବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଘଟଣା ସମ୍ପର୍କରେ ଜିଲା ଶିକ୍ଷାଧିକାରୀ ଫୋନ୍‌ ଯୋଗେ ବିଇଓ କାର୍ଯ୍ୟାଳୟକୁ ଯୋଗାଯୋଗ କରି ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ ଓ ସମସ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ଜିଲା ଶିକ୍ଷାଧିକାରୀ କହିଛନ୍ତି। ତେବେ ଖବର ଲେଖିବା ସୁଦ୍ଧା କେଉଁ କାରଣରୁ ଏକକାଳୀନ ଛାତ୍ରୀଛାତ୍ରଙ୍କୁ ଏଭଳି ସମସ୍ୟା ଉପୁଜିଲା ଟିକା ନା ଅନ୍ୟକିଛି କାରଣରୁ ଏଭଳି ଘଟିଛି ତାହା ସ୍ପଷ୍ଟ ହୋଇପାରିନାହିଁ। ଛାତ୍ରୀଛାତ୍ରଙ୍କୁ ଚିକିତ୍ସା କରିଥିବା ଡାକ୍ତର ଅବିନାଶ ମଲିକ କହିଛନ୍ତି ଯେ, ଛାତ୍ରୀଛାତ୍ରଙ୍କ କୌଣସି ବିପଦ ନାହିଁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri