ବଳଙ୍ଗା ଘଟଣାକୁ ନେଇ ବର୍ଷିଲେ ନବୀନ: ମୋହନ ସରକାରଙ୍କୁ କହିଦେଲେ ବଡ଼ କଥା

ଭୁବନେଶ୍ୱର,୧୯ା୭(ସୁନିତ୍‌ ମିଶ୍ର): ବଳଙ୍ଗା ଅଞ୍ଚଳରେ ଜଣେ ନାବାଳିକାଙ୍କୁ କେତେଜଣ ନିଆଁ ଲଗାଇବା ଘଟଣା ଗଭୀର ମର୍ମାହତ କରିଛି। ଦିନ ଦ୍ୱିପ୍ରହରରେ ଏଭଳି ହତ୍ୟା କରିବା ଉଦ୍ୟମକୁ ତୀବ୍ର ବିରୋଧ କରୁଛନ୍ତି ବୋଲି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି। ନବୀନ ତାଙ୍କ ସାମାଜିକ ଗଣମାଧ୍ୟମ ଜରିଆରେ ପୋଷ୍ଟକରି କହିଛନ୍ତି, ଏଫ୍‌ଏମ୍‌ କଲେଜରେ ଛାତ୍ରୀ ମୃତ୍ୟୁବରଣ କରିବାର ସପ୍ତାହେ ଏବଂ ଗୋପାଳପୁରରେ ଜଣେ ଛାତ୍ରୀଙ୍କୁ ଗଣବଳାତ୍କାର କରାଯିବାର ମାସକ ଭିତରେ ଏଭଳି ଘଟଣା ଦେଖିବାକୁ ମିଳିଛି। ମହିଳାଙ୍କ ବିରୋଧରେ ଓଡ଼ିଶାରେ ଏଭଳି ଅବିଶ୍ୱସନୀୟ ଘଟଣା ଘଟିବା ଏକ ଦୈନିକ କାର୍ଯ୍ୟରେ ପରିଣତ ହେଲାଣି। ଏହା ସରକାରଙ୍କ ଏକ ଗୁରୁତର ସିଷ୍ଟୋମିକ ବିଫଳତା। ଏସବୁଥିରୁ ଜଣାପଡୁଛି ଅପରାଧୀମାନେ ଏ ସରକାରରେ ଆଉ ଦଣ୍ଡବିଧାନକୁ ଭୟ କରୁନାହାନ୍ତି। ସରକାରଙ୍କ ନିଷ୍କ୍ରିୟତା ଏବଂ ରାଜନୈତିକ ପୃଷ୍ଠପୋଷକତା କାରଣରୁ ମହିଳାମାନେ ଓଡ଼ିଶାରେ କେତେ ମାତ୍ରାରେ ଅସୁରକ୍ଷିତ ହେଲେଣି ତାହା ସ୍ପଷ୍ଟ ବୁଝାପଡୁଛି। ସରକାର ତୁରନ୍ତ ସକ୍ରିୟ ହୋଇ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଅନ୍ତୁ ଯେପରି ଅପରାଧୀମାନେ ଗିରଫ ହେବେ। ସରକାର ଯଦି ସଚେତନ ନ ହେବେ ଏଭଳି ଘଟଣା ଆହୁରି ବଢ଼ିବ ବୋଲି ନବୀନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri