ଜାତୀୟ ରାଜପଥରେ ଦୁଇ କାର୍‌ ମୁହାଁମୁହିଁ: ଚାଲିଗଲା ୩ ଜୀବନ

କୋରାପୁଟ/ସୁନାବେଡା୨୦।୭(ଅମିତାଭ ବେହେରା/କୃତିବାସ ପ୍ରଧାନ ): କୋରାପୁଟ ଜିଲା ସୁନାବେଡା ନିକଟ ୨୬ ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁଇ କାର୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ସୁନାବେଡା ଏଇଏଫ କଲୋନୀର ଆଶୁତୋଷ ରାଣା(୨୪), ସୁନାବେଡା ଡିପି କ୍ୟାମ୍ପର ଦିବ୍ୟରଞ୍ଜନ ପାତ୍ର(୨୪) ଏବଂ ସୁନାବେଡା ଗଞ୍ଜାମ କଲୋନୀର ବିକାଶ ପାତ୍ର(୨୬) ବୋଲି ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, ସୁନାବେଡା ୨୬ନମ୍ବର ଜାତୀୟ ରାଜପଥ ଡିଟିଏସ୍‌ ଫାଟକ ନିକଟରେ ଏକ କାର୍‌ ଏବଂ ସଫାରି ମଧ୍ୟରେ ଧକ୍କା ହୋଇଥିଲା। କାର୍‌ରେ ଥିବା ବିକାଶ ପାତ୍ର, ଦିବ୍ୟ ରଞ୍ଜନ ରଣା, ଆଶୁତୋଷ ପାତ୍ର ଏବଂ କେଳାସ ହରିଜନ ଗୁରୁତର ହୋଇଥିଲେ। ସେମାନଙ୍କୁ ବିଶାଖାପାଟଣା ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ କୈଳାସ ଚିକିତ୍ସିତ ହେଉଥିବା ବେଳେ ଅନ୍ୟ ୩ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି କୋରାପୁଟରୁ ଦାମନଯୋଡିକୁ ଏକ ସଫାରି ଗାଡିରେ ଏକ ପରିବାର ଯାଉଥିଲେ। ଦୁର୍ଘଟଣାରେ ସଫାରି ବେଲୁନ ଖୋଲିଯିବା ଫଳରେ ପରିବାର ଲୋକେ ଅଳ୍ପକେ ବର୍ତ୍ତି ଯାଇଥିଲେ ହେଲେ ଗାଡି ଡ୍ରାଇଭର ଗୁରୁତର ଥିବା ଜଣାପଡିଛି। ଏନେଇ ସ୍ଥାନୀୟ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri