ପୁରୀରେ ପୁଣି ଲଜ୍ଜାଜନକ ଘଟଣା: କୁରୁକୁରେ ଖାଇବାକୁ ଦେଇ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ

ସାକ୍ଷୀଗୋପାଳ,୨୦।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲାର ସତ୍ୟବାଦୀ ଥାନା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଶନିବାର ମଧ୍ୟାହ୍ନରେ ୫ମ ଶ୍ରେଣୀରେ ପଢ଼ୁଥିବା ଜଣେ ୧୦ ବର୍ଷୀୟା ନାବାଳିକାଙ୍କୁ କୁରୁକୁରେ ଦେଇ ଦୋକାନ ଭିତରେ ବଳାତ୍କାର କରାଯାଇଥିବା ଅଭିଯୋଗ ରବିବାର ସତ୍ୟବାଦୀ ଥାନାରେ ରୁଜୁ ହୋଇଛି।

ଅଭିଯୋଗ ଅନୁଯାୟୀ, ପୀଡ଼ିତା ଗ୍ରାମର ଏକ ଦୋକାନକୁ ରୋଷେଇ ମସଲା ଆଣିବାକୁ ଯାଇଥିବା ବେଳେ ୫୩ ବର୍ଷୀୟ ଦୋକାନୀ ତାଙ୍କୁ ଦୁଇ ପ୍ୟାକେଟ କୁରୁକୁରେ ଦେଇ ଦୋକାନ ଭିତରକୁ ଡାକି ନେଇଥିଲେ। ପରେ ସେ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ପୀଡ଼ିତା ଏହି ଘଟଣା ସମ୍ପର୍କରେ ତାଙ୍କ ମାଆଙ୍କୁ ଜଣାଇଥିଲେ। ମାଆ ତୁରନ୍ତ ସତ୍ୟବାଦୀ ଥାନାରେ ଅଭିଯୋଗ ଦାୟର କରିଥିଲେ।

ଅଭିଯୋଗ ପାଇବା ମାତ୍ରେ ସତ୍ୟବାଦୀ ପୋଲିସ ଗ୍ରାମରେ ପହଞ୍ଚି ଅଭିଯୁକ୍ତ ଦୋକାନୀଙ୍କୁ ଗିରଫ କରିଛି। ପୋଲିସ ଉଭୟ ପୀଡ଼ିତା ଓ ଅଭିଯୁକ୍ତଙ୍କୁ ଡାକ୍ତରୀ ପରୀକ୍ଷା ପାଇଁ ପଠାଇଥିବା ଜଣାପଡ଼ିଛି। ଏହି ଘଟଣାରେ ସତ୍ୟବାଦୀ ଥାନାରେ କେସ୍ ନମ୍ବର ୧୨୮/୨୫ ରୁଜୁ କରାଯାଇଛି।

ସତ୍ୟବାଦୀ ଥାନାର ଆଇଆଇସି ବିଜୟ କେତନ ବେହେରା କହିଛନ୍ତି ଯେ, ଅଭିଯୁକ୍ତଙ୍କୁ ପୋସ୍କୋ ଅଦାଲତରେ ହାଜର କରାଯିବ। ଘଟଣାର ତଦନ୍ତ ଜାରି ରହିଛି ଏବଂ ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri