ଏମ୍‌କେସିଜିରେ ଡାକ୍ତରଙ୍କୁ ମାଡ଼ ଅଭିଯୋଗ, ଜଣେ ଅଟକ

ବ୍ରହ୍ମପୁର,୨୧ା୭(ସୁବାସ ଚନ୍ଦ୍ର ପାଢ଼ୀ): ଚିକିତ୍ସା ଅବହେଳା ଅଭିଯୋଗରେ ଏମ୍‌କେସିଜି ଜଣେ ଡକ୍ଟରଙ୍କୁ ମାଡ଼ ମରାଯାଇଥିବା ନେଇ ଅଭିଯୋଗ ହୋଇଛି। ବୈଦ୍ୟନାଥପୁର ପୋଲିସ ଏ ସଂକ୍ରାନ୍ତରେ ଏକ ମାମଲା ରୁଜୁ କରିଛି। ଆକ୍ରମଣକାରୀଙ୍କୁ କାବୁ କରି ଥାନାରେ ଅଟକ ରଖିଛି। କାର୍ଯ୍ୟରତ ଜଣେ ଡାକ୍ତରଙ୍କୁ ଯେଉଁଭଳି ଆକ୍ରମଣ ହୋଇଥିଲା ସଂଘ ପକ୍ଷରୁ ତାହାର ନିନ୍ଦା କରାଯାଇଛି। ଡାକ୍ତରଙ୍କ ସୁରକ୍ଷାକୁ ନେଇ ଦାବି କରାଯାଉଥିଲେ ମଧ୍ୟ ବିଭିନ୍ନ ସମୟରେ ଡାକ୍ତରମାନଙ୍କୁ ରୋଗୀ ସମ୍ପର୍କୀୟମାନେ ଆକ୍ରମଣ କରୁଛନ୍ତି।
ଘଟଣାରୁ ପ୍ରକାଶ ଯେ, ରବିବାର ରାତିରେ ଏକ ସଢ଼କ ଦୁର୍ଘଟଣାରେ ଜଣେ ଯୁବକ ଆହତ ହୋଇ ଏମ୍‌କେସିଜି ମେଡିକାଲ ଆସିଥିଲେ। ଡାକ୍ତର ସେଠାରେ ଆହତଙ୍କୁ ମୃତ ଘୋଷଣା କରିଥିଲେ। ହେଲେ ସେଠାରେ ଥିବା ଜଣେ ରୋଗୀ ସମ୍ପର୍କୀୟ ଚିକିତ୍ସା ଅବହେଳା ଦର୍ଶାଇ ଉତ୍ତେଜିତ ହୋଇ ଡାକ୍ତରଙ୍କୁ ଗାଳିଗୁଳଜ କରିଥିଲେ। ଏପରିକି ସମ୍ପୃକ୍ତ ଡାକ୍ତରଙ୍କୁ ସେ ମାଡ଼ ମଧ୍ୟ ମାରିଥିଲେ। ଯାହାକୁ ନେଇ ଡାକ୍ତର ଓ ରୋଗୀ ସମ୍ପର୍କୀୟଙ୍କ ମଧ୍ୟରେ ପ୍ରବଳ ଉତ୍ତେଜନା ଦେଖାଦେଇଥିଲା। ମେଡିକାଲ ଫାଣ୍ଡି ଅଧିକାରୀ ପୁରୁଷୋତ୍ତମ ପାଇକ ଓ ତାଙ୍କ ଟିମ ସେଠାରେ ପହଞ୍ଚି ଉତ୍ତେଜନା ପ୍ରତିହତ କରିଥିଲେ। ଡାକ୍ତରଙ୍କ ଅଭିଯୋଗ ଆଧାରରେ ଆକ୍ରମଣକାରୀଙ୍କୁ ଧରି ଥାନାକୁ ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri