୨୦ ଦିନ ହେଲା ବିଏସ୍‌ଏନ୍‌ଏଲ ସେବା ଅଚଳ, ଉପଭୋକ୍ତା ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଗତ ୨୦ ଦିନରୁ ଊର୍ଦ୍ଧ୍ୱ ହେବ ବିଏସ୍‌ଏନ୍‌ଏଲର ମୋବାଇଲ ନେଟ୍‌ଓ୍ବର୍କ ସେବା ଅଚଳ ହୋଇପଡ଼ିଛି। ଫଳରେ ଉପଭୋକ୍ତାମାନେ ହଇରାଣ ଭୋଗୁଛନ୍ତି। ମୋବାଇଲ ସେବା ଅଚଳ ଯୋଗୁ ଗ୍ରାହକ ସେବାକେନ୍ଦ୍ର ସମେତ କ୍ଷୁଦ୍ର ବ୍ୟାଙ୍କ, ଅନ୍‌ଲାଇନ କାର୍ଯ୍ୟ ସମେତ ଲୋକଙ୍କ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି। ଗତ ୨୦୦୮ରୁ ସ୍ଥାପନ ହୋଇଥିବା ଏହି ସେବା ଏବେ ପୂର୍ବପେକ୍ଷା ଅଧିକ ସମୟ ଅଚଳ ହୋଇପଡୁଛି। ଦୀର୍ଘ ୫ ବର୍ଷରୁ ଊର୍ଦ୍ଧ୍ୱ ସମୟ ହେଲା ବିଏସ୍‌ଏନ୍‌ଏଲ୍‌ର ଜେନେନେଟର ଅଚଳ ହୋଇପଡ଼ିଥିବା ବେଳେ ତାକୁ ମରାମତି କରାଯାଉନାହିଁ କି ନୂତନ ଜେନେନେଟର ସ୍ଥାପନ କରାଯାଉନାହିଁ।

ସେହିପରି ବିଏସ୍‌ଏନ୍‌ଏଲ୍‌ ଟାଓ୍ବାର ଓ ଏକ୍ସଚେଞ୍ଜ କାର୍ଯ୍ୟାଳୟରେ ୫-ଜି ଜିଓ ନେଟ୍‌ଓ୍ବର୍କ ମିଳିତ ସଂଯୋଗ କରାଯାଇଥିବା ବେଳେ ବିଦ୍ୟୁତ୍‌ ବିଭ୍ରାଟ ହେଲେ ବିଏସ୍‌ଏନ୍‌ଏଲର ୪-ଜି ଏବଂ ଜିଓ ୫-ଜିକୁ ମଧ୍ୟ ଜେନେନେଟର ଅଚଳ ଯୋଗୁ ବନ୍ଦ କରିଦିଆଯାଉଛି। ଏନେଇ ଅଞ୍ଚଳବାସୀ ବାରମ୍ବାର ଅଭିଯୋଗ କଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉ ନ ଥିବା ଅଞ୍ଚଳବାସୀ ଅଭିଯୋଗ କରୁଛନ୍ତି। ଏବେ ବିଏସ୍‌ଏନ୍‌ଏଲ୍‌ ନେଟ୍‌ଓ୍ବର୍କ ଏତେଦିନ ମରାମତିରେ ବିଳମ୍ବ ଯୋଗୁ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟରେ ବାଧାସୃଷ୍ଟି ହୋଇଛି। ଏନେଇ ବିଭାଗର କନ୍ଧମାଳ ଡିଜିଏମ୍‌ ବୃନ୍ଦାବନ ମାଝୀଙ୍କ ସହ ଫୋନ୍‌ ଯୋଗେ ଯୋଗାଯୋଗ କରାଯାଇଥିଲା କିନ୍ତୁ ସେ କୌଣସି ଉତ୍ତର ଦେଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri