ତାମିଲନାଡୁରେ ଫସିଛନ୍ତି ୯ ଶ୍ରମିକ: ଉଦ୍ଧାର ପାଇଁ ଜିଲାପାଳଙ୍କୁ ଗୁହାରି

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲାକୁ ଦାଦନ ଶ୍ରମିକ ସମସ୍ୟା ପିଛା ଛାଡୁନି। ଅଧିକାଂଶ ଲୋକ ନିଜ ଅଞ୍ଚଳରେ ମନ ପସନ୍ଦର କାମ ପାଉନାହାନ୍ତି। ତେଣୁ ବାଧ୍ୟ ହୋଇ ଦାଦନ ଶ୍ରମିକ ଭାବେ ଅନ୍ୟ ଜିଲାକୁ ଚାଲି ଯାଉଛନ୍ତି। ଦାଦନ ଶ୍ରମିକ ସମସ୍ୟା ଦୂର ପାଇଁ ସରକାର ପ୍ରତିଶ୍ରୁତି ଦେଉଛନ୍ତି। କିନ୍ତୁ ଦିନକୁ ଦିନ ଜିଲାରେ ଦାଦନ ଶ୍ରମିକ ସଂଖ୍ୟା ବଢିବାରେ ଲାଗିଛି। ଏହିଭଳି ପରିସ୍ଥିତିରେ ଅନେକ ସମୟରେ କର୍ମକ୍ଷେତ୍ରରେ ଦାଦନ ଶ୍ରମିକ ମାନେ ନିର୍ଯାତନାର ଶିକାର ହେଉଛନ୍ତି।
ଏହିଭଳି ଗଞ୍ଜାମ ଜିଲା ଭଞ୍ଜନଗର ଏନ ଏ ସି ୱାର୍ଡ ନମ୍ବର୍‌ ୧୦ର ଦୁଇଜଣ ନାବାଳକ ସମେତ ୯ ଜଣ ତାମିଲନାଡୁ ର ଏକ ବିସ୍କୁଟ କମ୍ପାନୀରେ କାମ କରିବା ପାଇଁ ଗତ ଏପ୍ରିଲ ମାସରେ ଯାଇଥିଲେ। କର୍ମକ୍ଷେତ୍ରରେ କମ୍ପାନୀ ପକ୍ଷରୁ ସେମାନଙ୍କୁ ନିର୍ଯାତନା ଦିଆଯାଉଥିବା ଅଭିଯୋଗ ହୋଇଛି। ଖାଇବାକୁ ଠିକ ଭାବେ ଦିଆଯାଉନାହିଁ। ପାରିଶ୍ରମିକ ମଧ୍ୟ ମିଳୁନାହିଁ। ମାଡ ମରାଯାଉଛି। ପରିବାର ଲୋକଙ୍କ ସହ ଠିକ ଭାବେ ଯୋଗାଯୋଗ ମଧ୍ୟ କରି ପାରୁନାହାନ୍ତି ବୋଲି ଅଭିଯୋଗ ହେଉଛି।
ତେଣୁ ସୋମବାର ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଭଞ୍ଜନଗର ଗସ୍ତରେ ଆସିଥିବା ସମୟରେ
ସଂପୃକ୍ତ ୱାର୍ଡ଼ ବାସିନ୍ଦା ସୁଭଦ୍ରା ନାୟକ ଜିଲାପାଳଙ୍କୁ ଭେଟି ସେମାନଙ୍କୁ ଉଦ୍ଧାର କରିବା ପାଇଁ ନିବେଦନ କରିଥିଲେ। ଜିଲାପାଳ ଏନେଇ ପଦକ୍ଷେପ ନେବାକୁ ଜିଲା ଶ୍ରମ ବିଭାଗ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହା ପୁର୍ବରୁ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ସୂଚନା ପାଇ ଉପଜିଲାପାଳ ଉମା ଶଙ୍କର ବେହେରାଙ୍କ ସହ ଘଟଣା ସମ୍ପର୍କରେ ଆଲୋଚନା କରିଥିଲେ। ଏଥିସହ ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବାକୁ ବିଧାୟକ ଉପଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। ଏହି ସମୟରେ ଏନଏସି ଅଧକ୍ଷ ଗୋପବନ୍ଧୁ ମହାପାତ୍ର, କାଉନସିଲର ଉପେନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri