ଛାତ୍ରୀଙ୍କୁ ବଳାତ୍କାର ମାମଲା: ଭାଜପାର ବିକ୍ଷୋଭ

ନୂଆପଡ଼ା,୨୩।୭ (ମକାରୁ ବେମାଲ): ଛାତ୍ରୀଙ୍କୁ ବଳତ୍କାର ମାମଲାରେ ଗିରଫ ହୋଇଥିବା ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରି ମଙ୍ଗଳବାର ଭାଜପାର ନୂଆପଡ଼ା ଜିଲା ସଭାପତି କମଲେସ ଦୀକ୍ଷିତଙ୍କ ନେତୃତ୍ୱରେ କର୍ମକର୍ତ୍ତାମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପରେ ସେମାନେ ଏକତା ଛକଠାରେ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଓ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ କୁଶ ପୁତ୍ତଳିକା ଦାହ କରିଥିଲେ। ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣାରେ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇ ମୁଖ୍ୟମନ୍ତ୍ରୀ ଓ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି କରିଥିଲା। ବର୍ତ୍ତମାନ ଖୋଦ କଂଗ୍ରେସ ଦଳର ନେତା ବଳାତ୍କାର ଭଳି ସଙ୍ଗିନ ମାମଲାରେ ଛନ୍ଦିହୋଇଛନ୍ତି। ପିସିସି ସଭାପତି ଇସ୍ତାଫା ଦିଅନ୍ତୁ, ନ ହେଲେ ଭାଜପା ଆନ୍ଦୋଳନକୁ ବ୍ୟାପକ କରିବ ବୋଲି କର୍ମକର୍ତ୍ତା ଚେତାବନୀ ଦେଇଥିଲେ। ଏଥିରେ ସୁଶାନ୍ତ କୁମାର ପତି, ତୁଳସ ପଟେଲ, ଅର୍ଜୁନ ଜଗତ, ନିର୍ମଳ ଅହିର, ସଦାନନ୍ଦ ଯୋଶୀ, ମାନସ ରଥ, ମନୋଜ ସାହୁ, ଶତୃଘନ ସ୍ବାଇଁ, ଟୁକୁ ସାହୁ ପ୍ରମୁଖ ସାମିଲ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ବିଲିୟନ ଡଲାର ବାଣିଜ୍ୟ ଲକ୍ଷ୍ୟ

ନୂଆଦିଲ୍ଲୀ,୬ା୧୨ : ଭାରତ ଓ ରୁଷିଆ ଶୁକ୍ରବାର ଦ୍ୱିପାକ୍ଷିକ ଅର୍ଥନୈତିକ ଓ ବାଣିଜି୍ୟକ କାରବାର ବୃଦ୍ଧି ନିମନ୍ତେ ଆଗାମୀ ୫ ବର୍ଷ ପାଇଁ ଏକ ରୋଡ୍‌ମ୍ୟାପ୍‌...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri