ଭାଜପା ବିରୋଧରେ ବଢିଲା ଅନାସ୍ଥା ପ୍ରସ୍ତାବ ଚର୍ଚ୍ଚା, ମିଶିଯିବେ କଂଗ୍ରେସ-ବିଜେଡି! ସୂଚନା ଦେଲେ…

ଭୁବନେଶ୍ୱର,୨୪।୭: ପିସିସି ସଭାପତିଙ୍କ ଅନାସ୍ଥା ପ୍ରସ୍ତାବକୁ ନେଇ ରାଜନୀତି ସରଗରମ ରହିଛି। କଂଗ୍ରେସ ଓ ବିଜେଡି ମିଶି ଭାଜପା ସରକାରଙ୍କ ବିରୋଧରେ ବିଧାନସଭାରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ପିସିସି ସଭାପତି ଭକ୍ତ ଚରଣ ଦାସ କହିଥିଲେ। ଯାହାକୁ ନେଇ ଏବେ ବୟାନବାଜି ବଢିବାରେ ଲାଗିଛି।

ଏହାକୁ ନେଇ ବିଜେଡି ନେତା ଭୂପିନ୍ଦର ସିଂ କହିଛନ୍ତି, ଦଳର ଆଭିମୁଖ୍ୟ କ’ ଣ ରହିବ ସେନେଇ ଦଳର ମୁଖ୍ୟ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ନିଷ୍ପତ୍ତି ନେବେ। ଅନାସ୍ଥା ପ୍ରସ୍ତାବ ଆସିଲେ ସରକାରଙ୍କ ଉପରେ ଅଧିକ ଚାପ ପଡିବ।

ଅନ୍ୟପଟେ ଅନାସ୍ଥା ଚର୍ଚ୍ଚା ଉପରେ ଜୟପୁର ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ତାରା ବାହିନୀପତି ତେର୍ଚ୍ଛାବାଣ ମାରିଛନ୍ତି। ତାରା କହିଛନ୍ତି, ଅନାସ୍ଥା ଆଣିବା ପାଇଁ ଆମ ପାଖରେ ସଂଖ୍ୟା ରହିଛି। ଆମେ ୧୪ ବିଧାୟକ ଓ ଆମ ସହ ଜଣେ ସିପିଆଇ ବିଧାୟକ ବି ଅଛନ୍ତି। ବିଜେଡି ସମର୍ଥନ ନ କଲେ ଭାଜପା ସହ ଅଛି ବୋଲି ଜଣାପଡ଼ିବ। ଅନାସ୍ଥା କାଟ ଖାଇବ ନାହିଁ। ଭୋଟିଂ ପରେ ଜଣାପଡ଼ିବ।

ପ୍ରକାଶ ଥାଉକି, ବାଲେଶ୍ବର ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାକୁ ନେଇ ରାଜ୍ୟ ରାଜନୀତିରେ ତୀବ୍ର ପ୍ରତିକ୍ରିୟା ଦେଖାଦେଇଛି। ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ ଏକ ପ୍ରେସମିଟ୍‌ରେ ରାଜ୍ୟ ସରକାରଙ୍କ ବିରୋଧରେ ତୀବ୍ର ଆକ୍ରମଣ କରି ବିଜୁ ଜନତା ଦଳ (ବିଜେଡି) ଅନାସ୍ଥା ପ୍ରସ୍ତାବ ଆଣିଲେ କଂଗ୍ରେସ ସମର୍ଥନ ଦେବ ବୋଲି ଘୋଷଣା କରିଛନ୍ତି। ସେ କହିଛନ୍ତି, ଯଦି ବିଜେଡି ନାରୀ ନ୍ୟାୟ ପାଇଁ ଆନ୍ତରିକତା ସହ ଲଢୁଛି, ତେବେ ସେମାନେ ବିଧାନସଭାରେ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣନ୍ତୁ। ଆମେ ତାହାକୁ ସମର୍ଥନ ଦେବୁ।

ନଚେତ୍‌, ଆମେ ନିଜେ ଅନାସ୍ଥା ପ୍ରସ୍ତାବ ଆଣିବୁ ଏବଂ ବିଜେଡି ତାହାକୁ ସମର୍ଥନ ଦେଉ। ଭକ୍ତ ଦାସ ବାଲେଶ୍ବର ଘଟଣାକୁ ଅତ୍ୟନ୍ତ ଲଜ୍ଜାଜନକ ବୋଲି ବର୍ଣ୍ଣନା କରି କହିଛନ୍ତି, ଏହି ଘଟଣାକୁ ନେଇ ଆମେ ସମସ୍ତେ ଲଜ୍ଜିତ, କିନ୍ତୁ ଦୁଃଖର ବିଷୟ ଯେ ରାଜ୍ୟ ସରକାର ଏ ନେଇ ଲଜ୍ଜିତ ନୁହନ୍ତି। ସେ ଆହୁରି ଅଭିଯୋଗ କରିଛନ୍ତି ଯେ ସରକାର ଏପର୍ଯ୍ୟନ୍ତ ନୀରବ ଦ୍ରଷ୍ଟା ଭୂମିକାରେ ରହିଛନ୍ତି ଏବଂ ମହିଳା କମିଶନ ଗଠନ କରିବାରେ ବିଫଳ ହୋଇଛନ୍ତି। ଏହି ଘଟଣାରେ ନ୍ୟାୟ ପାଇଁ ସେ ହାଇକୋର୍ଟର କାର୍ଯ୍ୟରତ ବିଚାରପତିଙ୍କ ଦ୍ୱାରା ନ୍ୟାୟିକ ତଦନ୍ତ ଦାବି କରିଛନ୍ତି।

ସେପଟେ ଭାଜପା କହିଛି, ରାଜ୍ୟରେ କଂଗ୍ରେସର ସ୍ଥିତି ନାହିଁ, ସେଥିପାଇଁ ଆଶାବାଡି ଖୋଜୁଛି। ଆଉ ଏଥିପାଇଁ ବିଜେଡିକୁ ସାଥି କରିଛି । ଏହାର କୌଣସି ପ୍ରାସଙ୍ଗିକତା ନାହିଁ ବୋଲି କହିଛନ୍ତି ଭାଜପା ବିଧାୟକ ସରୋଜ ପାଢୀ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

ଗଣତନ୍ତ୍ର କ’ଣ ଦଳ-ମୁଖ୍ୟଙ୍କ ତନ୍ତ୍ର

ଯେଉଁ ଦଳର କେନ୍ଦ୍ର ସରକାର ସମ୍ବିଧାନ ଦିବସ (ନଭେମ୍ବର ୨୯) ପାଳନ କରି ସମ୍ବିଧାନର ଆଦର୍ଶକୁ ସର୍ବୋଚ୍ଚ ସ୍ଥାନ ଦେଉଛି ସେହି ଦଳର ରାଜ୍ୟ ସରକାର...

ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ...

ପରିଚିତଙ୍କ ହାତରେ ପଦବୀ

ଭବିଷ୍ୟତରେ କାର୍ଯ୍ୟକୁ ସୁଚାରୁରୂପେ ସଞ୍ଚାଳନକରିବା ପାଇଁ ସବୁଠାରୁ ନିରାପଦ ଉପାୟ ଉପରେ ଆନ୍ଧ୍ରପ୍ରଦେଶ ନିଷ୍ପତ୍ତି ନେଇଥିବା ଜଣାଯାଇଛି। ଏଥିରେ ଏହାର ଶ୍ରେଷ୍ଠ ବାବୁମାନଙ୍କ ପାଇଁ ରହୁଥିବା...

ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି।...

ପାକିସ୍ତାନ ସଂସଦରେ ପଶିଲା ଗଧ, ୟୁସୁଫ ରାଜା କହିଲେ, ‘ଜୀବଜନ୍ତୁମାନେ ମଧ୍ୟ ଆଇନ ଉପରେ ନିଜର ମତାମତ ଦେବାକୁ ଆସିଛନ୍ତି’

ଇସଲାମାବାଦ,୬।୧୨: ଡିସେମ୍ବର ୫ରେ, ପାକିସ୍ତାନର ସଂସଦରେ ଏକ ହାସ୍ୟରସପୂର୍ଣ୍ଣ କିନ୍ତୁ ପ୍ରକାଶ୍ୟ ସୁରକ୍ଷା ତ୍ରୁଟି ଦେଖାଦେଲା। ଉଚ୍ଚ ସଦନ ସିନେଟ ଅଧିବେଶନ ଚାଲୁଥିଲା ବେଳେ ହଠାତ...

ଦୁର୍ଗେଇଦେବୀଙ୍କ ପୀଠକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦାବି

ପାଇକମାଳ,୬ା୧୨(ବଡ଼ ଶଥପଥୀ):ପାଇକମାଲ ବ୍ଲକ୍‌ ମିଠାପାଲି ପଞ୍ଚାୟତ ମନଭଙ୍ଗ ଡ୍ୟାମ ଦେଇ ମା’ଙ୍କ ପୀଠସ୍ଥଳୀ ତ୍ରିତୟା ନୃସିଂହନାଥ ପର୍ବତମାଳା ଶିଖରେ ଅବସ୍ଥିତ ମାଁ ଦୁର୍ଗେଇଦେବୀଙ୍କ ବାର୍ଷିକ ପୂଜାନୋତ୍ସବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri