‘ହର୍ଷେ ଇ’ ହରଷର ହାତ ଧରି; ମନ କିଣିଲା ସ୍ମୃତି ଏକ ରୂପା ଜହ୍ନ

ଭୁବନେଶ୍ୱର, ୨୫।୭ : ସ୍ଥାନୀୟ ଗୀତଗୋବିନ୍ଦ ସଦନରେ ଦେବବ୍ରତ ଦାସ ଏବଂ ଅବିନାଶ ସାହୁଙ୍କ ମିଳିତ ଉଦ୍ୟମରେ ଅବିକା ଦ୍ୱାରା ଆୟୋଜିତ “ହର୍ଷେ ଇ” ଉତ୍ସବ ୨୩ ଜୁଲାଇ, ବୁଧବାର ଦିନ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବରିଷ୍ଠ କବି ମମତା ଦାଶ ଦୀପ ପ୍ରଜ୍ଜଳନପୂର୍ବକ ଉତ୍ସବକୁ ଉଦଘାଟନ କରିଥିଲେ ।ଗାଳ୍ପିକ ଦେବବ୍ରତ ଦାସ ନିଜ ସ୍ବାଗତ ଭାଷଣରେ “ହର୍ଷେ ଇ”ର ଆଭିମୁଖ୍ୟ ବିଷୟରେ ଅବଗତ କରି ଅତିଥି ଏବଂ ଶ୍ରୋତା ମାନଙ୍କୁ ସ୍ବାଗତ କରିଥିଲେ ।

“ହର୍ଷେ ଇ” ଉତ୍ସବରେ ଛଅ ଯୁବ କବି ଶ୍ରୀସିକ୍ତା ଶୁଭଦର୍ଶନୀ, ମନୀଷା ବିଶ୍ୱାଳ, ଐଶୂର୍ଯ୍ୟା ରାଉତ, ମହାଦେବ ପ୍ରଧାନ, ନାରାୟଣ ସାହୁ ଏବଂ ବୀରେନ୍ଦ୍ର ନାୟକଙ୍କ ପ୍ରଥମ ବହିକୁ ନେଇ ଆଲୋଚନା କରିଥିଲେ ସେନାପତି ପ୍ରଦ୍ୟୁମ୍ନ କେଶରୀ, ରକ୍ଷକ ନାୟକ, ସୂର୍ଯ୍ୟ ମିଶ୍ର, ଅପର୍ଣ୍ଣା ମହାନ୍ତି, ମମତା ଦାଶ ଏବଂ ଶୁଭଶ୍ରୀ ଲେଙ୍କା । ଛଅ ଯୁବ କବିଙ୍କର କବିତା ଆବୃତ୍ତି କରିବା ସହିତ କବିତା ଆବୃତ୍ତିର କଳାତ୍ମକ ଦିଗ ଉପରେ ମତ ପ୍ରକାଶ କରିଥିଲେ ଶକ୍ତି ମହାନ୍ତି, ଦେବଦତ୍ତ ପତି, ମନୁଆ ଦାସ, ପ୍ରବୀଣା ମହାନ୍ତି, ଶୁଭଶ୍ରୀ ଶୁଭସ୍ମିତା ମିଶ୍ର ଏବଂ ପ୍ରତୀକ୍ଷା ଜେନା । ଅମିୟ ରଞ୍ଜନ ମହାପାତ୍ର ପୂଜ୍ୟ ଗୁରୁ ମହାନ୍ତିଙ୍କର ଏକ କବିତା ପାଠ କରିଥିଲେ । ଉତ୍ସବରେ ବରିଷ୍ଠ, ବରେଣ୍ୟ ଏବଂ ଯୁବ ଲେଖକ, ଲେଖିକା ଓ କବିମାନେ ଶ୍ରୋତା ଭାବରେ ଯୋଗଦାନ କରି ଉତ୍ସବକୁ ସଫଳ କରିଥିଲେ। ବେଦାପ୍ରକାଶ ନାୟକ ମଞ୍ଚ ପରିଚାଳନା ଏବଂ ପ୍ରଣୟ ସୁଧା ଧନ୍ୟବାଦ ଅର୍ପଣ କରିଥିଲେ । ଉତ୍ସବ ପରିଚାଳନାରେ ସତ୍ୟଜିତ ମିଶ୍ର, ଅର୍ପିତା ନାୟକ, ସଂପ୍ରିତୀ ପ୍ରଧାନ ଏବଂ କଲ୍ୟାଣୀ ମହାପାତ୍ର ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ ପ୍ରାର୍ଥୀ ଓଡ଼ିଆ ପଢ଼ିବା, ଲେଖିବା ବାଧ୍ୟତାମୂଳକ: ଓଡିଶା ହାଇକୋର୍ଟ

କଟକ,୧୦।୧୨: ଓଡ଼ିଶା ଗ୍ରାମ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କୁ ଓଡ଼ିଆ ଭାଷାରେ ପଢ଼ିବା ଏବଂ ଲେଖିବା ଜାଣିବା ଅତ୍ୟନ୍ତ ଆବଶ୍ୟକ...

ବାରବାଟୀରେ ଭାରତର ବିଜୟ ଉତ୍ସବ ମଧ୍ୟରେ ଲୁଟ୍; ଦର୍ଶକଙ୍କ ମୋବାଇଲ୍, ପର୍ସ ଚୋରି

କଟକ,୧୦।୧୨: ବାରବାଟୀ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନୁଷ୍ଠିତ ଟି-୨୦ ମୁକାବିଲାରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଧୁଆଁଦାର ବ୍ୟାଟିଂ ଓ ବୋଲିଂ ବଳରେ ଭାରତ...

କଂଗ୍ରେସ ହାଇକମାଣ୍ଡଙ୍କ କାର୍ଯ୍ୟକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଲେ ମୋକିମ, କହିଲେ ୩ ବର୍ଷ ଅପେକ୍ଷା କରି ରାହୁଲଙ୍କୁ…

ଭୁବନେଶ୍ୱର,୧୦।୧୨: କଂଗ୍ରେସ ହାଇକମାଣ୍ଡଙ୍କ କାର୍ଯ୍ୟକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି ମହମ୍ମଦ ମୋକିମ। ମୋକିମ କହିଛନ୍ତି, କଂଗ୍ରେସକୁ ମଜଭୂତ ପାଇଁ କେନ୍ଦ୍ରୀୟ ନେତୃତ୍ୱ କାର୍ଯ୍ୟ କରୁ...

୧୨ ଯାଏ ଥରିବ ଓଡ଼ିଶା: ୭ ଜିଲାକୁ କୋଲ୍ଡ ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ)- ହାଡ଼ଭଙ୍ଗା ଶୀତରେ ଥରୁଛି ସାରା ଓଡ଼ିଶା। ଶୀତର ଲହରୀ ଜାରି ରହିଥିବାବେଳେ ଆହୁରି ୩ଦିନ ଯାଏଁ ଶୀତ କଲବଲ କରିବ।...

କଂଗ୍ରେସ ଛାଡିବେ କି ମୋକିମ? ଭକ୍ତଙ୍କୁ କଲେ ଖୋଲା ଚ୍ୟାଲେଞ୍ଜ, ସୋନିଆଙ୍କୁ ଚିଠି ଲେଖି କହିଲେ…

ଭୁବନେଶ୍ୱର,୧୦।୧୨: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ଖୋଲା ଚ୍ୟାଲେଞ୍ଜ କରିଛନ୍ତି ନେଇ ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା ମୋକିମ। ସୋନିଆଙ୍କୁ ଚିଠି ଲେଖି ଅସନ୍ତୋଷ...

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

କୁକୁର, ଗାଈ ନେଇ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି

ଭୁବନେଶ୍ୱର,୧୦।୧୨: ସବୁ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗର ଚିଠି। କୁକୁର, ଗାଈ କଲେଜରେ ପ୍ରବେଶ ରୋକିବା ପାଇଁ ପଦକ୍ଷେପ ନେବାକୁ ଚିଠି ହୋଇଛି। କଲେଜରେ...

ତାମିଲ ବାବୁଙ୍କୁ ଧର…ମୋହନ ସରକାରଙ୍କୁ କାହିଁକି ଏମିତି କହିଲେ ରଣେନ୍ଦ୍ର

ଭୁବନେଶ୍ୱର,୧୦।୧୨(ରବି ନାରାୟଣ ଜେନା):ନିର୍ବାଚନ ବେଳେ ତାମିଲ ବାବୁ ଚାବି ନେଇଗଲେ ବୋଲି କହୁଥିଲ। ଏବେ ତାମିଲ ବାବୁଙ୍କୁ ଧର ବୋଲି ବିଜେଡିର ବରିଷ୍ଠ ସଦସ୍ୟ ରଣେନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri