୨ ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ: ମାସିକ ଋତୁସ୍ରାବରୁ ଜଣାପଡ଼ିଲା ସବୁକିଛି, ଏବେ…

ତୁମୁଡିବନ୍ଧ,୨୫।୭(ଦୀପକ କୁମାର ପରାସେଠ): କନ୍ଧମାଳରେ ପୁଣି ଲଜ୍ୟା।ପିଛା ଛାଡ଼ୁନି ନାବାଳିକା ଛାତ୍ରୀ ଗର୍ଭବତୀ ଘଟଣା। ଦୁଇ ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଚିହ୍ନଟ ପରେ ବିଦ୍ୟାଳୟ କର୍ତ୍ତୃପକ୍ଷ ଥାନାରେ ମାମଲା ରୁଜୁ କରିଥିବା ଜଣାପଡ଼ିଛି। ତୁମୁଡିବନ୍ଧ ବ୍ଳକ ଅଞ୍ଚଳର ସରକାରୀ ଆବାସିକ ବାଳିକା ଉଚ୍ଚ ବିଦ୍ୟାଳୟରେ ଘଟିଛି।
ମିଳିଥିବା ସୂଚନା ଅନୁସାରେ, ଗ୍ରୀଷ୍ମ ଅବକାଶ ପରେ ଛାତ୍ରୀମାନେ ଆବାସିକ ବିଦ୍ୟାଳୟକୁ ଫେରିଥିଲେ। ହେଲେ ଏକ ମାସ ହେବାରୁ ମାସିକ ଋତୁସ୍ରାବ ତଦାରଖ କରିବା ସମୟରେ ଦୁଇ ଜଣ ଛାତ୍ରୀଙ୍କ ପଜିଟିଭ ଥିବା ଜଣାପଡ଼ିଛି।
ଉପରିସ୍ଥ ଅଧିକାରୀଙ୍କୁ ଜଣାଇବା ଓ ତାଙ୍କ ନିର୍ଦ୍ଦେଶରେ ଡାକ୍ତରୀ ମାଇନାର ରିପୋର୍ଟରୁ ଉକ୍ତ ଦୁଇ ଜଣ ଛାତ୍ରୀ ଗର୍ଭବତୀ ଥିବା ସ୍ପଷ୍ଟ ହୋଇଥିଲା। ଉଭୟ କୋଟଗଡ଼ ଓ ବେଲଘର ଥାନା ଅଞ୍ଚଳର ବୋଳି ଜଣାପଡ଼ିଥିଲା। ଏହା ପରେ ପୃଥକ ଭାବରେ ଦୁଇଟି ଥାନାରେ ବିଦ୍ୟାଳୟ କର୍ତ୍ତୃପକ୍ଷ ଲିଖିତ ଭାବରେ ଏତଲା ଦେଇଥିଲେ। ଏତଲାକୁ ଆଧାରକରି କୋଟଗଡ଼ ଥାନାରେ କେସ ନମ୍ବର ୧୦୩/୨୫ ଏବଂ ସେହିଭଳି ବେଲଘର ଥାନାରେ ୬୪/୨୫ ନମ୍ବରରେ ମାମଲା ରୁଜୁ କରି ତଦନ୍ତ ଚାଲିଥିବାବେଳେ ବେଲଘର ପୋଲିସ ଉକ୍ତ ଘଟଣାରେ ଜଣେ ଯୁବକକୁ ଅଟକ ରଖି ପଚରାଉଚରା ଜାରି ରଖିଛି। କୋଟଗଡ଼ ପୋଲିସ ମଧ୍ୟ ସଂପୃକ୍ତ ଯୁବକକୁ ଚିହ୍ନଟ କରିବାରେ ସଫଳ ହୋଇଥିବା ନେଇ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri