୭ ମାସର ଗର୍ଭବତୀ ନାବାଳିକା: ଜେଲ୍‌ ଗଲେ ୨ ଭାଇ, ପୂରା ଘଟଣା ଜାଣିଲେ…

କୁଜଙ୍ଗ,୨୫/୭(ମନୋଜ ପ୍ରଧାନ):ଜଗତସିଂହପୁର ଜିଲା କୁଜଙ୍ଗ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କ ସହିତ ଶାରୀରିକ ସମ୍ପର୍କ ରଖି ତାକୁ ୭ ମାସର ଗର୍ଭବତୀ କରିଥିବା ଅଭିଯୁକ୍ତ ଦୁଇ ଭାଇଙ୍କୁ ଗିରଫ କରିଛି ପୋଲିସ। ଅଭିଯୁକ୍ତମାନେ ହେଲେ ଏହି ଥାନା ଅନ୍ତର୍ଗତ ବାଣଶରା ଗ୍ରାମର ଭଗ୍ୟଧର ଦାଶ ଓ ପଞ୍ଚାନନ ଦାଶ। ଉଭୟଙ୍କୁ ପୋଲିସ କୋର୍ଟ ଚାଲାଣ କରିଛି। ଉଭୟଙ୍କ ଜାମିନ ନାମଞ୍ଜୁର ହେବାରୁ କୁଜଙ୍ଗ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।

ଅନ୍ୟପଟେ ପୀଡ଼ିତାଙ୍କୁ ଡାକ୍ତରୀ ମାଇନା ପାଇଁ କଟକ ନିଆଯାଇଥିବା ଜଣାପଡିଛି । ଏଠାରେ ରେଡିଓଲୋଜି ପରୀକ୍ଷା ପାଇଁ ବ୍ୟବସ୍ଥା ନାହିଁ । ତେଣୁ ବାସ୍ତବରେ ପୀଡ଼ିତା ଜଣକ କେତେ ଦିନର ଗର୍ଭବତୀ ଅଛି ତାହା ଜାଣିବା ପାଇଁ କଟକ ପଠାଯାଇଥିବା ତିର୍ତ୍ତୋଲ ଏସଡିପିଓ ଚିନ୍ମୟ ରାଉତ କହିଛନ୍ତି। ବର୍ତ୍ତମାନ ପୀଡ଼ିତା ନାବାଳିକାଙ୍କ ଗର୍ଭପାତ କରାଯିବ କି ନାହିଁ ତାହା ନିଷ୍ପତ୍ତି ହୋଇନାହିଁ। ୧୮ ସପ୍ତାହରୁ ଅଧିକ ହୋଇଥିଲେ ଗର୍ଭପାତ କଲେ ଜୀବନ ପ୍ରତି ବିପଦ ସୃଷ୍ଟି ହୁଏ। ଏଥିପାଇଁ ଏକ ଡାକ୍ତରୀ ଦଳ ଗଠନ କରାଯାଇ ନିଷ୍ପତ୍ତି ନିଆଯିବ। ଆଗକୁ କୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ନିଷ୍ପତ୍ତି ନିଆଯିବ ବୋଲି ଏସଡିପିଓ ରାଉତ କହିଛନ୍ତି।

ଅଭିଯୋଗ ଅନୁଯାୟୀ, ଝିଅ ସହ ସ୍ଥାନୀୟ ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ୨ ଭାଇ ପ୍ରାୟ ଏକ ବର୍ଷ ପୂର୍ବରୁ ବାରମ୍ବାର ଶାରୀରିକ ସମ୍ପର୍କ ରଖିଥିଲେ। ଫଳରେ ପୀଡ଼ିତା ୭ ମାସର ଗର୍ଭବତୀ ହୋଇଛନ୍ତି। ଏବିଷୟରେ ଜଣାପଡ଼ିବା ପରେ ଅଭିଯୁକ୍ତ ୨ ଭାଇ ଓ ସ୍ଥାନୀୟ ଅଞ୍ଚଳର ଅନ୍ୟ ଜଣେ ବ୍ୟକ୍ତି ପୀଡ଼ିତାଙ୍କ ବାପାଙ୍କୁ ଘଟଣା ପ୍ରଘଟ ନ କରିବା ପାଇଁ ଟଙ୍କା ଯାଚିଥିଲେ। ମାତ୍ର ସେ ରାଜି ନ ହେବାରୁ ଉଭୟ ବାପା ଓ ଝିଅଙ୍କୁ ହତ୍ୟା ଧମକ ଦିଆଯାଇଥିଲା। ଏନେଇ ପୀଡ଼ିତାଙ୍କ ବାପାଙ୍କ ଅଭିଯୋଗକ୍ରମେ ପୋଲିସ ମାମଲା (ନଂ.୨୭୨/୨୫) ରୁଜୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri