ଯଦୁନାଥ କଲେଜରେ ର଼୍ୟାଗିଂରୁ ଉତ୍ତେଜନା: ପ୍ରତିଶୋଧ ନେଲେ ଜୁନିୟର ଛାତ୍ର

ବାଲେଶ୍ୱର ଅଫିସ/ରସାଳପୁର, ୧।୯(ଡି.ଏନ.ଏ.)-ଶିକ୍ଷାନୁଷ୍ଠାନରେ ର଼୍ୟାଗିଂ ଘଟଣାକୁ ନେଇ ଦୁଇ ଛାତ୍ରଗୋଷ୍ଠୀ ମୁହଁାମୁହିଁ ହେବା ଏବଂ ଜୁନିୟର ଛାତ୍ରମାନେ ପ୍ରତିଶୋଧ ପରାୟଣ ହୋଇ ଜଣେ ସିନିୟର ଛାତ୍ରଙ୍କୁ ପୋଖରୀରେ ବୁଡାଇ ମାଡ ମାରୁଥିବା ଘଟଣା ପଦାକୁ ଆସିଛି। ଏ ସଂକ୍ରାନ୍ତ ଏକ ଭିଡିଓ ଭାଇରାଲ ହୋଇଛି। ବାଲେଶ୍ୱର ଜିଲା ବାହାନଗା ବ୍ଲକ ରସାଳପୁରସ୍ଥିତ ଯଦୁନାଥ ଡିଗ୍ରୀ ମହାବିଦ୍ୟାଳୟରେ ଏଭଳି ଘଟଣା ଘଟିଥିବା ଜଣାପଡିବା ସତ୍ତ୍ୱେ କର୍ତ୍ତୃପକ୍ଷ କୌଣସି କାର୍ଯ୍ୟାନୁଷ୍ଠାନ ନ ନେବାରୁ ଛାତ୍ରୀଛାତ୍ରମାନେ ଶନିବାର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ସାକ୍ଷାତ କରି ଦସ୍ତଖତ ସମ୍ବଳିତ ଅଭିଯୋଗ କରିଛନ୍ତି। ଏ ଦିଗରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି ସେମାନେ ଦାବି କରିଛନ୍ତି। ଜିଲାପାଳ ଅନୁଧ୍ୟାନ କରି ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଏ ସମ୍ପର୍କରେ ଜିଲାପାଳଙ୍କୁ ପଚାରିବାରୁ ‘ଅଭିଯୋଗ ମିଳିଛି ଏବଂ ତଦନ୍ତ କରାଯିବ ବୋଲି ଗଣମାଧ୍ୟମକୁ କହିଛନ୍ତି’।
ଶିକ୍ଷାନୁଷ୍ଠାନରେ ର଼୍ୟାଗିଂ ବନ୍ଦ ଲାଗି କଟକଣା ସତ୍ତ୍ୱେ ଏହି କଲେଜରେ ର଼୍ୟାଗିଂ ହେବା ଯୋଗୁ ଯୁକ୍ତ ୨ ଶ୍ରେଣୀର ଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ସେହିପରି ଛାତ୍ର ସଂସଦ ନିର୍ବାଚନ ବନ୍ଦ ହେବା ନେଇ ବାଦବିବାଦ ପରିସ୍ଥିତି ସୃଷ୍ଟି ହୋଇଥିଲା। ଯୁକ୍ତ ୩ର ଛାତ୍ରମାନେ ଯୁକ୍ତ୨ ଛାତ୍ରମାନଙ୍କୁ ବାରମ୍ବାର ହଇରାଣ ହରକତ କରୁଥିବାରୁ ଏକ ଛାତ୍ରଗୋଷ୍ଠୀ ସେମାନଙ୍କୁ ବିରୋଧ କରୁଥିଲେ। ଗତ ଗୁରୁବାର କଲେଜ କ୍ୟାମ୍ପସ୍‌ରେ ଥିବା ପୋଖରୀ ନିକଟରେ ଜଣେ ଯୁକ୍ତ ୩ ଛାତ୍ରକୁ ଏକୁଟିଆ ପାଇ ଯୁକ୍ତ୨ର ୫ରୁ ୬ ଜଣ ଛାତ୍ର୍ର ରାଗିଂର କାରଣ ପଚାରିବାରୁ ଗଣ୍ଡଗୋଳ ଘଟିଥିଲା। ଏହି ସମୟରେ ଯୁକ୍ତ ୩ ଛାତ୍ରଜଣକ ପୋଖରୀରେ ପଡ଼ିଯାଇଥିଲେ ମଧ୍ୟ ଯୁକ୍ତ ୨ର ଛାତ୍ରମାନେ ତାଙ୍କୁ ଛାଡ଼ି ନ ଥିଲେ। ଖବରପାଇ ଅନ୍ୟ ଛାତ୍ରୀଛାତ୍ର, ଅଧ୍ୟାପକ ପହଞ୍ଚତ୍ୟିବାରୁ ସେମାନେ ପଳାଇ ଯାଇଥିଲେ। ଆକ୍ରମଣର ଶିକାର ହୋଇଥିବା ଛାତ୍ରଜଣକ ପରେ ସଦର ଥାନାକୁ ଯାଇ ଏନେଇ ଲିଖିତ ଅଭିଯୋଗ କରିଥିଲେ। କଲେଜ କର୍ତ୍ତୃପକ୍ଷ କୌଣସି ଅଭିଯୋଗ କରି ନ ଥିବାରୁ ତାଙ୍କ ଏତଲା ଗ୍ରହଣ କରାଯାଇ ନ ଥିବା ଛାତ୍ର ଜଣକ ପ୍ରକାଶ କରିଛନ୍ତି। ଏହି ପରିପ୍ରେକ୍ଷୀରେ ସେହି ଗଣ୍ଡଗୋଳ ଘଟଣାର ଦୃଶ୍ୟ ରେକର୍ଡିଂ ହୋଇଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଏନେଇ ଅଭିଭାବକମାନେ ଚିନ୍ତା ପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ବିରୋଧରେ ଗର୍ଜିଲେ

ରେମୁଣା,୩୦।୪(ରବୀନ୍ଦ୍ର ମହାକୁଡ଼): ବାଲେଶ୍ୱର ଜିଲା ରେମୁଣା ନିର୍ବାଚନମଣ୍ଡଳୀ ଅଧୀନ କୁରୁଡ଼ା ଯାତ୍ରାପଡ଼ିଆଠାରେ କଂଗ୍ରେସର ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି। ଏମ୍‌ପି ପ୍ରାର୍ଥୀ ଶ୍ରୀକାନ୍ତ ଜେନା...

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି।...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri