ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୬ା୭:ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ  ଅବପାତରେ ପରିଣତ ହେବା ପରେ ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିଛି। ଫଳରେ ବିଭିନ୍ନ ଜିଲାରେ ଜଳବନ୍ଦୀ ସମସ୍ୟା ଦେଖାଦେଇଥିବାବେଳେ ଜନଜୀବନ ପ୍ରଭାବିତ ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁସାରେ, ରାଜ୍ୟରେ ଆସନ୍ତା ୨୮ ତାରିଖ ଯାଏ ପ୍ରବଳ ବର୍ଷା ଲାଗିରହିବ। ବର୍ଷା ନେଇ କେନ୍ଦୁଝର, ମୟୂରଭଞ୍ଜକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଥିବା ବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼କୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ଏହି ୧୦ ଜିଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଶୁକ୍ରବାର ବାରିପଦାରେ ସର୍ବାଧିକ ୧୩୦ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ଜଗତ୍‌ସିଂହପୁରରେ ୮୪ ମିମି, ସୋନପୁରରେ ୪୧.୦ ମିମି, ବଲାଙ୍ଗୀରରେ ୨୭ ମିମି, ନୂଆପଡ଼ାରେ ୨୩.୬ ମିମି, ଝାରସୁଗୁଡ଼ାରେ ୧୬.୪ ମିମି, ସୁନ୍ଦରଗଡ଼ରେ ୧୫.୬ ମିମି, କୋରାପୁଟରେ ୧୧.୨ ମିମି, ବାଲେଶ୍ୱରରେ ୧୧.୧ ମିମି, ରାଉରକେଲାରେ ୮.୬ ମିମି, ଚାନ୍ଦବାଲିରେ ୮.୪ ମିମି ଏବଂ ଢେଙ୍କାନାଳରେ ୮.୨ ମିମି ବର୍ଷା ହୋଇଛି। କଟକ, ଭୁବନେଶ୍ୱର, ପୁରୀ ସମେତ ଅନ୍ୟାନ୍ୟ ସ୍ଥାନରେ ମଧ୍ୟ ଦିନ ସାରା ବର୍ଷା ଲାଗି ରହିଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

ବରଗଡକୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବିଜେଡି କଲା ବଡ଼ ଦାବି: ଦେଲା ଚେତାବନୀ, ସମସ୍ୟାର ସମାଧାନ ନ ହେଲେ…

ବରଗଡ ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ଜ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ବରଗଡ଼ ମଥୁରାନଗରୀ ପାଲଟିଛି । ମଙ୍ଗଳବାର ସମ୍ଭବତଃ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଗୋଟିଏ ନମ୍ବରରେ ୨ ଗାଡ଼ି: ଜଣେ ଭୁଲ କଲେ ଅନ୍ୟ ଜଣଙ୍କୁ ଆସୁଛି ଚାଲାଣ

ଛତ୍ରପୁର,୨୯ା୧୨ (ଦିଲ୍ଲୀପ ସାମଲ) ଜଣେ ଗାଡ଼ି ଚାଳକ ପ୍ରଦୂଷଣ ପ୍ରମାଣପତ୍ର କରିବାକୁ କେନ୍ଦ୍ରକୁ ଆସିଥିବା ବେଳେ ତାଙ୍କ ଗାଡ଼ିରେ ଚାଲାଣ କଟିଥିବାରୁ ହୋଇପାରିଲା ନାହିଁ। ଏହା...

ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର,...

‘ଧୁରନ୍ଧର’ ବାପା ଚାଇନାର ଏହି ଫିଲ୍ମ, କଲାଣି ୧୮,୦୦୦ କୋଟିର ବ୍ୟବସାୟ

ନୂଆଦିଲ୍ଲୀ,୨୯।୧୨: ୨୦୨୫ ବର୍ଷର ଶେଷ ଭାଗରେ ବଲିଉଡ୍ ବକ୍ସ ଅଫିସ୍‌ରେ ଆଦିତ୍ୟ ଧରଙ୍କ ନିର୍ଦ୍ଦେଶିତ ସ୍ପାଏ-ଥ୍ରୀଲର ‘ଧୁରନ୍ଧର’ ନିଜର ଜୟଯାତ୍ରା ଜାରି ରଖିଛି। ରଣବୀର ସିଂ...

ଭରସା କଲେ ନବୀନ ୩ ଜଣଙ୍କୁ ମିଳିଲା ଗୁରୁ ଦାୟିତ୍ୱ

ବ୍ରଜରଜନଗର ୨୯ା୧୨( ବିଜୟ ବରାଡ଼): ଝାରସୁଗୁଡା ଜିଲା ବିଜୁ ଜନତା ଦଳକୁ ସକ୍ରିୟ କରିବା ପାଇଁ ବିଜେଡିର ସଭାପତି ନବୀନ ପଟନାୟକ ବ୍ରଜରଜନଗର ପୌରାଞ୍ଚଳରୁ ୩...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri