ଲଙ୍କାଧୂଆଁ ଦେଇ ନାଗସାପକୁ ଜଗିଲେ ୮ ଘଣ୍ଟା, ବର୍ଷାଦିନରେ ସମସ୍ୟା ଆଣୁଛି…

ଭଞ୍ଜନଗର,୨୬ା୭(ବାବୁଲା ପ୍ରଧାନ): ବର୍ଷାଋତୁରେ ଗାତଗୁଡ଼ିକରେ ପାଣି ଭର୍ତ୍ତି ହୋଇଯାଉଛି। ଫଳରେ ସାପମାନେ ଗାତ ଭିତରୁ ବାହାରି ଏଣେତେଣେ ଘୂରି ବୁଲୁଛନ୍ତି। ଏହି ସମୟରେ ସେମାନଙ୍କ ଆକ୍ରମଣରେ ଲୋକେ ମୃତ୍ୟୁବରଣ କରୁଛନ୍ତି। ଏଥିସହ ଲୋକେ ମଧ୍ୟ ସାପକୁ ବାଡ଼ାଇ ମାରିଦେଉଛନ୍ତି। ତେଣୁ ଅନ୍ୟ ଋତୁ ଅପେକ୍ଷା ବର୍ଷାଋତୁରେ ସାପ ସମସ୍ୟା ଅଧିକ ଦେଖିବାକୁ ମିଳୁଛି। ଏହିଭଳି ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର କର୍ମଚାରୀ କାଳୀପ୍ରସାଦ ତ୍ରିପାଠୀଙ୍କ ସ୍କୁଟିରେ ଏକ ନାଗସାପ ଶନିବାର ସକାଳ ୧୦ଟାରେ ପଶିଯାଇଥିଲା। ଏନେଇ ଛାତ୍ରମାନେ ଦେଖି ହୋ-ହଲ୍ଲା କରିବା ପରେ କାଳୀପ୍ରସାଦ ଆସି ସାପକୁ ଗାଡ଼ିରୁ ବାହାର କରିବା ପାଇଁ ଅନେକ ଚେଷ୍ଟା କରିଥିଲେ। କିନ୍ତୁ ସାପ ଗାଡିରୁ ବାହାରି ନ ଥିଲା। ସାପକୁ ଗାଡ଼ିରୁ ବାହାର କରିବା ପାଇଁ ଗାଡ଼ିକୁ ଲଙ୍କାଧୂଆଁ ଦେଇ ଫିନାଇଲ ପକାଇଥିଲେ। ପାଣି ଢାଳିଥିଲେ। ତଥାପି ସାପ ବାହାରି ନ ଥିଲା। ଶେଷରେ କାଳୀ ଗାଡ଼ିକୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦୀର୍ଘ ୮ ଘଣ୍ଟା ଜଗିରହିଥିଲେ। ଶେଷରେ କାଳୀ ଭୟଭୀତ ଅବସ୍ଥାରେ ଗାଡ଼ିକୁ ନେଇ ଗ୍ୟାରେଜରେ ଦେଇଥିବା ଜଣାପଡ଼ିଛି। ଏହାପୂର୍ବରୁ ଇତିହାସ ବିଭାଗ ଅଧ୍ୟାପକ ଡ. ସୀମାଞ୍ଚଳ ବେହେରାଙ୍କ ବାଇକ୍‌ରେ ମଧ୍ୟ ସାପ ଗତ ସପ୍ତାହରେ ପଶିଯାଇଥିଲା। ଏଥିପାଇଁ ମଧ୍ୟ ସୀମାଚଳ କାଳୀଙ୍କ ଭଳି ଫର୍ମୂଲା ପ୍ରୟୋଗ କରିଥିଲେ। କିନ୍ତୁ ସାପ ବାହାରି ନ ଥିଲା। ଏହା ପରେ ସାପଟି କିଛି ଘଣ୍ଟା ପରେ ବାହାରି ଯାଇଥିବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ

ଭୁବନେଶ୍ୱର,୧୦।୧୨(ସୁଚିସ୍ମିତା ସାହୁ): ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ...

୧୮ ଦିନ ପୂର୍ବରୁ ସରିଲା ଶୀତ ଅଧିବେଶନ

ଭୁବନେଶ୍ୱର,୧୦।୧୨ (ରବିନାରାୟଣ ଜେନା): ସପ୍ତଦଶ ବିଧାନସଭାର ପଞ୍ଚମ ତଥା ଶୀତକାଳୀନ ଅଧିବେଶନ ୧୮ ଦିନ ପୂର୍ବରୁ ମଙ୍ଗଳବାର ଅପରାହ୍ନରେ ଶେଷ ହୋଇଛି। ଗୃହର କୌଣସି ସରକାରୀ...

ନ୍ୟୁୟର୍କ ଟାଇମ୍ସ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ,୧୦ା୧୨(ପି.ଟି.):ବଲିଉଡ୍‌ ଅଭିନେତା ଶାହରୁଖ୍‌ ଖାନ୍‌ ନ୍ୟୁୟର୍କ ଟାଇମ୍ସର ୬୭ ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସ୍ଥାନିତ ହୋଇଛନ୍ତି। ୨୦୨୫ ବର୍ଷ ପାଇଁ ପ୍ରକାଶିତ ଏହି ତାଲିକାରେ...

୧୨ ଯାଏ ଥରିବ ଓଡ଼ିଶା: ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ): ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା। ଆହୁରି ୩ ଦିନ ପର୍ଯ୍ୟନ୍ତ ଶୀତ ଲହରି ବା କୋଲ୍ଡ ଓ୍ବେଭ୍‌ ଜାରି...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri