ଜିଲାପାଳଙ୍କ ଆଦେଶର ଖୋଲାଖୋଲି ଅବମାନନା: ସଦରମହକୁମା ବାହାରେ ଥିଲେ ବିଡିଓ, ଦୁର୍ଘଟଣା ପରେ ସାମ୍ନାକୁ ଆସିଲା…

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): ଲଘୁଚାପ ଓ ସମ୍ଭାବ୍ୟ ବନ୍ୟାକୁ ଦୃଷ୍ଟିରେ ରଖି ଜିଲାର ସମସ୍ତ ଅଫିସ ଖୋଲା ରହିବ ବୋଲି କଟକ ଜିଲାପାଳ ଦତ୍ତାତ୍ରେୟ ଭାଉ ସାହେବ ଶିନ୍ଦେ ନିର୍ଦ୍ଦେଶନାମା ଜାରି କରିଥିଲେ। କଟକ ଜିଲା ସଦରମହକୁମାରେ ଅବସ୍ଥିତ ସଦର ବ୍ଲକ ଶନିବାର ଖୋଲାଥିଲା। ସମସ୍ତ ଷ୍ଟାଫ୍‌ ଉପସ୍ଥିତ ଥିଲେ ମଧ୍ୟ ବିଡିଓ ପ୍ରତୀକ ସାହୁ ଅଫିସକୁ ଆସି ନ ଥିଲେ। ସମସ୍ତଙ୍କ ଗୋଟିଏ ଚିନ୍ତା ଥିଲା, ହୁଏତ ବିଡିଓ ସାହୁ କଟକ ଜିଲାପାଳଙ୍କ ସହ କୌଣସି କାର୍ଯ୍ୟରେ ବ୍ୟସ୍ତ ଥିବେ। ମାତ୍ର ଖବର ମିଳିଛି ସାହୁଙ୍କ କାର୍‌ ରାମଚଣ୍ଡୀ ନିକଟରେ ଦୁର୍ଘଟଣା ଗ୍ରସ୍ତ ହୋଇ ନଦୀକୁ ଖସି ପଡ଼ିଛି। ପରେ ତାଙ୍କୁ ଓ ଧର୍ମପତ୍ନୀ ଆହତ ହୋଇ ପୁରୀ ଜିଲା ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି।

ଏଠାରେ ପ୍ରଶ୍ନ ଉଠୁଛି, ଜିଲାପାଳଙ୍କ ଆଦେଶକୁ ବିଡିଓ କିପରି ଅବମାନନା କରି ଜିଲା ବାହାରକୁ ବୁଲି ଯାଇଥିଲେ। ସପରିବାର ବାହାରକୁ ଯାଇ ବ୍ଲକବାସୀଙ୍କୁ ସଙ୍କଟରେ ପକାଇବା ନିୟମ ଦୃଷ୍ଟିରୁ କେତେଦୂର ଯଥାର୍ଥ, ତା’ର ତଦନ୍ତ ଲୋକସେବା ଭବନର କୌଣସି ଅଧିକାରୀଙ୍କ ଦାରା କରାଯିବାର ଆବଶ୍ୟକତା ରହିଛି ବୋଲି ସାଧାରଣରେ ଦାବି ହୋଇଛି। ଏ ସମ୍ପର୍କରେ ଜିଲାପାଳ ଶିନ୍ଦେ କୁହନ୍ତି, ବିଡିଓ ଚିକିତ୍ସାଧୀନ ଥିବାରୁ ତାଙ୍କୁ କିଛି ପଚରା ଯାଇପାରୁନାହିଁ।ଏହା ଗୋଟିଏ ସ୍ପର୍ଶକାତର ବିଷୟ ଅଟେ। କାହାକୁ କହି ଜିଲା ବାହାରକୁ ଯାଇଥିଲେ, ତା’ର ତଦନ୍ତ ସୁସ୍ଥ ହେଲା ପରେ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପଡିବ ଶନିଙ୍କ ଭୟଙ୍କର ମହାଦଶା, ଏହି ରାଶି ଉପରେ ପଡିବ ଖରାପ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ “କର୍ମଦାତା” ଏବଂ “ବିଚାରକ” ଭାବରେ ଜଣାଯାଏ। ସେ ବ୍ୟକ୍ତିମାନଙ୍କୁ ସେମାନଙ୍କ କାର୍ଯ୍ୟ ଆଧାରରେ ଶୁଭ କିମ୍ୱା ଅଶୁଭ ଫଳ ପ୍ରଦାନ...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

ପୁଟିନ୍‌ଙ୍କୁ ଗୀତା ଉପହାର ଦେଲେ ମୋଦି

ନୂଆଦିଲ୍ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏଡି ଅବସରରେ ରାଷ୍ଟ୍ରପତି ପୁଟିନ୍‌ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶ୍ରୀମଦ୍‌ଭଗବତ...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri