ଭୁଶୁଡ଼ିଯିବ ଓଡ଼ିଶାର ଏହି ୨୧୯ ବର୍ଷର ଥାନା: ନାହାନ୍ତି କର୍ମଚାରୀ କି ନାହିଁ ବାସଗୃହ

ଗୋପ,୨୭।୭(ଭାରତୀ ଭୂଷଣ ଉପାଧ୍ୟାୟ): ରାଜ୍ୟ ସରକାର ଥାନା, ଫାଣ୍ଡିଗୁଡ଼ିକୁ ଗୁରୁତ୍ୱ ଦେଉଥିବା ବେଳେ ପୁରୀ ଜିଲାର ଅତି ପୁରାତନ ଗୋପ ଥାନା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ୨୧୯ ବର୍ଷ ତଳେ ନିର୍ମାଣ ହୋଇଥିବା ପୁରାତନ ଗୃହଗୁଡ଼ିକ ଭାଙ୍ଗିରୁଜି ଯାଇଥିବାରୁ କେତେବେଳେ ଭୁଶୁଡ଼ି ପଡ଼ିବ ତାହା କହି ହେବ ନାହିଁ। ଦୀର୍ଘ ବର୍ଷ ତଳେ ନିର୍ମାଣ ହୋଇଥିବା ଦୁଇ ତିନି ଗୋଟି ଘରେ ଥାନା ଚାଲୁଥିବା ବେଳେ ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯାଉଥିବା ଆନୁଷଙ୍ଗିକ ବ୍ୟବସ୍ଥା ନ ଥିବାବେଳେ ଆବଶ୍ୟକ ଅନୁଯାୟୀ ଥାନା କର୍ମଚାରୀଙ୍କ ସମେତ ପୋଲିସ ଅଧିକାରୀ ନ ଥିବାରୁ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି ବୋଲି ଅଭିଯୋଗ ହୋଇଛି।

ପ୍ରକାଶ ଯେ, ଗୋପ ଥାନାଟି ବ୍ରିଟିଶ ଶାସନ ସମୟରେ ଅର୍ଥାତ୍‌ ୧୮୦୬ ମସିହାରେ ପ୍ରତିଷ୍ଠା ହୋଇଥିବା ସୂଚନା ରହିଛି। ସେ ସମୟରେ ଅଧିକ ଉଚ୍ଚସମ୍ପନ୍ନ ଆଜବେଷ୍ଟସ ଘର ସହିତ ଥାନା କର୍ମଚାରୀ ଓ ଅଫିସର ରହିବା ପାଇଁ ବାସଗୃହ ମଧ୍ୟ ନିର୍ମାଣ କରାଯାଇଥିଲା। କିନ୍ତୁ ଏହି ଥାନାର ପୁରାତନ ବାସଗୃହ ଭାଙ୍ଗିରୁଜି ଯାଇଥିବା ବେଳେ ଥାନା ଚାଲୁଥିବା ଗୃହଗୁଡ଼ିକ ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ିବାରହିବା ଫଳରେ ସାପଙ୍କ ଆଶ୍ରୟସ୍ଥଳୀ ପାଲଟିଛି। ପୁରୀ ଜିଲାର ସମସ୍ତ ଥାନାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ପୋଲିସ ହାଉସିଂ ବୋର୍ଡ ପର୍ଯ୍ୟାପ୍ତ ଅର୍ଥ ମଞ୍ଜୁର ପରେ ନୂତନ ଥାନା ନିର୍ମାଣ କରୁଥିବା ବେଳେ ଗୋପ ଥାନାଟି ଏବେ ସାପ, ବେଙ୍ଗଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ଅପରପକ୍ଷରେ ଥାନାରେ ଅଫିସର ଓ ଥାନା କର୍ମଚାରୀ ନ ଥିବାରୁ ଦିନକୁ ଦିନ ଚୋରି, ଡକାୟତି, ରାହାଜାନି ସହିତ ଅନ୍ୟାନ୍ୟ ଘଟଣାମାନ ଘଟୁଛି। ବାରମ୍ବାର ଏହି ପୁରାତନ ଗୋପ ଥାନା ପ୍ରତି ଗୁରୁତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀଙ୍କଠାରୁ ଆରମ୍ଭକରି ଉପମୁଖ୍ୟମନ୍ତ୍ରୀଙ୍କ ପର୍ଯ୍ୟନ୍ତ ଅଭିଯୋଗ କରାଯାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନାହିଁ। ଏପରି ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଥାନାଧିକାରୀ ପ୍ରଶାନ୍ତ କୁମାର ପଢ଼ିହାରୀଙ୍କୁ ପଚାରିବାରେ ଆମେ କେବଳ ଏସ୍‌ପିଙ୍କୁ ଅବଗତ କରାଇଛୁ ବୋଲି କହିବା ସହ ସୁବିଧା ନ ମିଳିବାରୁ ବହୁତ ଅବ୍ୟବସ୍ଥାରେ ଥାନାଟି ଥିବା ମଧ୍ୟ ସେ କହିଛନ୍ତି।

କଟକ,୨୭।୭(ଶିଳ୍ପା ପ୍ରିୟଦର୍ଶିନୀ): ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ (ଏସ୍‌ସିବି)ର ନ୍ୟୁ ମେଡିସିନ ବିଭାଗ ୱାର୍ଡରେ ଅବ୍ୟବସ୍ଥା ଦେଖାଦେଇଛି। ୱାର୍ଡରେ ରୋଗୀଙ୍କଠାରେ ଲାଗୁଥିବା ସାଲାଇନ ବୋତଲ ୱାର୍ଡରେ ଥିବା ଅଗ୍ନିନିରାପତ୍ତା ସିଲିଣ୍ଡରରେ ଝୁଲା ଯାଇଛି। କେବଳ ଏତିକି ନୁହେଁ କେଉଁଠି ବିଦ୍ୟୁତ ମେନ ସୁଇଚ୍‌ ବକ୍ସରେ ସାଲାଇନ ବୋତଲ ଝୁଲାଯାଇଛି ତ ଆଉ କେଉଁଠି କବାଟ ଓ ଝରକାରେ ଝୁଲାଯାଇ ରୋଗୀଙ୍କ ଚିକିତ୍ସା କରାଯାଉଛି। ଏପରିକି ଯେଉଁଠି ସାଲାଇନ ଷ୍ଟାଣ୍ଡ ରହିଛି ସେଠି ଗୋଟିଏ ଷ୍ଟାଣ୍ଡରେ ୩ ରୋଗୀଙ୍କ ସାଲାଇନ ବୋତଲ ଝୁଲାଯାଉଛି। ମେଡିକାଲକୁ ରୋଗୀ ସୁସ୍ଥ ହେବାକୁ ଆସୁଥିବାବେଳେ ଏଭଳି ବିପଦସଙ୍କୁଳ ଅବସ୍ଥାରେ ସାଲାଇନ ବୋତଲ ଝୁଲାଇ ଚିକିତ୍ସା କରିବା ଯେପରି ରୋଗୀଙ୍କୁ ବିପଦ ଆଡକୁ ମେଡିକାଲ କର୍ତ୍ତୃପକ୍ଷ ଠେଲି ଦେଉଥିବା ଅନୁଭବ ହେଉଛି। ସେହିପରି ୱାର୍ଡରେ ରୋଗୀଙ୍କ ବେଡ୍‌ ନ ମିଳିବା ମୁଖ୍ୟ ସମସ୍ୟା ପାଲଟିଛି। ଏପରିକି ବେଡ୍‌ ନ ମିଳିବା ଫଳରେ ରୋଗୀ ୱାର୍ଡ ପରିସର, ଶିଡି କଡରେ ଚଟାଣରେ ଶୋଇ ରହୁଛନ୍ତି। ଏହାସହ ୱାର୍ଡରେ ଥିବା ଶୌଚାଳୟରେ ଅଳିଆ ଆବର୍ଜନା ଭର୍ତ୍ତି ହୋଇରହିଛି ଏବଂ ଏହା ଠିକ୍‌ ଭାବେ ସଫା କରାଯାଉ ନାହିଁ। ଫଳରେ ପ୍ରବେଶ ଦ୍ୱାରାଠାରୁ ଆରମ୍ଭ କରି ଶୌଚାଳୟ ଯାଏ ସବୁଠି ଦୁର୍ଗନ୍ଧରେ ଫାଟି ପଡୁଛି। ଏଭଳି ପରିବେଶରେ ରୋଗୀ ସମ୍ପର୍କୀୟଙ୍କୁ ଅସୁସ୍ଥ ହେବାର ଭୟ ଘାରୁଛି।

ସୂଚନା ଅନୁଯାୟୀ, ଏସ୍‌ସିବିର ନୂତନ ଭେଷଜ ବିଭାଗ ବା ନ୍ୟୁ ମେଡିସିନି ବିଭାଗ ଚତୃର୍ଥ ମହଲା ବିଶିଷ୍ଠ ରହିଛି। ୱାର୍ଡର ପ୍ରଥମ ମହଲା ଆଇସିୟୁ ଥିବାବେଳେ ଦ୍ୱିତୀୟ, ତୃତୀୟ ଓ ଚତୁର୍ଥ ମହଲା ରୋଗୀଙ୍କ ପାଇଁ ୱାର୍ଡର ବ୍ୟବସ୍ଥା ରହିଛି। ଏଠାରେ ଆଇସିୟୁ ଓ ୱାର୍ଡକୁ ମିଶାଇ ପ୍ରାୟ ୧୯୦ଟି ଶଯ୍ୟାର ବ୍ୟବସ୍ଥା କରାଯାଇଛି। ହେଲେ ଭେଷଜ ବିଭାଗକୁ ପ୍ରତ୍ୟେକ ଦିନ ଶତାଧିକ ରୋଗୀ ଆସୁଥିବାବେଳେ ଏହା ସମୂଦ୍ରକୁ ଶଙ୍ଖେ ସହ ସମାନ। ମେଡିକାଲରେ ଚିକିତ୍ସା ଜାରି ରହିଥିବା ପାରାଦ୍ୱୀପ ଅଞ୍ଚଳର ନରେନ ମଣ୍ଡଳ, କଳାହାଣ୍ଡି ଲାଞ୍ଜିଗଡ ଅଞ୍ଚଳର ଚିତ୍ତରଞ୍ଜନ ପେସେନିଆଙ୍କ ସମେତ ଅନକେ ରୋଗୀ ନାନା ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି। ଏସ୍‌ସିବି ସମ୍ପ୍ରସାରଣ କାର୍ଯ୍ୟ ଖୁବଶୀଘ୍ର ଶେଷ କରିବାକୁ ସରକାର ନିର୍ଦ୍ଦେଶ ଦେଇଥିବାବେଳେ ସମ୍ପ୍ରସାରଣ କାର୍ଯ୍ୟ ଶେଷ ହେଲେ ରୋଗୀଙ୍କ ପାଇଁ ପର୍ଯ୍ୟାପ୍ତ ସଂଖ୍ୟାର ଶଯ୍ୟା ଓ ଅନ୍ୟାନ୍ୟ ସୁବିଧା ପାଇପାରିବେ ବୋଲି ମେଡିକାଲ କର୍ତ୍ତୃପକ୍ଷ କହୁଥିବାବେଳେ ଏହା କେବେ ପୂରଣ ହେଉଛି ତାହା ଦେଖିବାକୁ ବାକି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri