ନବୀନଙ୍କ ବଡ଼ ଆକ୍ସନ, ସସ୍‌ପେଣ୍ଡ ହେଲେ ବଡ଼ ବିଜେଡି ନେତା

ଭୁବନେଶ୍ୱର,୨୭।୭: ବିଜେଡିରେ ବଡ଼ ହଲଚଲ। ନବୀନ ନେଲେ ବଡ଼ ଆକ୍ସନ। ବଳାତ୍କାର ମାମଲାରେ ଅମରେଶ ଜେନା ଗିରଫ ହେବା ପରେ ତାଙ୍କୁ ବିଜେଡିରୁ ନିଲମ୍ବିତ କରିଛନ୍ତି ନବୀନ। ଅମରେଶ ଗିରଫ ହେବା ପରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ବିଜେଡି ସଭାପତି।

Image

ବିଜେଡି କର୍ପୋରେଟର ଅମରେଶ ଜେନାଙ୍କୁ ଭୁବନେଶ୍ୱର କମିଶନରେଟ ପୋଲିସ ବାଲେଶ୍ୱରରୁ ଗିରଫ କରିଛି। ନାବାଳିକାଙ୍କୁ ବଳାତ୍କାର, ଗର୍ଭନଷ୍ଟ, ପ୍ରତାରଣା ଓ ହତ୍ୟା ଧମକ ଅଭିଯୋଗରେ ଅମରେଶଙ୍କ ବିରୋଧରେ ଲକ୍ଷ୍ମୀସାଗର ଥାନାରେ ଏକ ମାମଲା (ନଂ. ୩୯୪/୨୦୨୫) ରୁଜୁ ହୋଇଥିଲା।

ଗତକାଲି ଶନିବାର ଲକ୍ଷ୍ମୀସାଗର ପୋଲିସ ଅମରେଶଙ୍କୁ ଫେରାର ହେବାରେ ସହାୟତା କରିଥିବା ଅଭିଯୋଗରେ ତାଙ୍କର ୫ ଜଣ ସହଯୋଗୀଙ୍କୁ ଗିରଫ କରିଥିଲା। ଏମାନେ ହେଲେ ବିବେକ କୁମାର ସ୍ୱାଇଁ (୨୯), ବିକ୍ରମ ମହାନ୍ତି (୪୨), ଦେବେନ୍ଦ୍ର କୁମାର ଭୋଳ ଓରଫେ ବୁଲୁ (୪୫), ସୁମନ କୁମାର ସାହୁ (୨୭) ଏବଂ ରାଜୀବ ଚମ୍ପତି (୪୫)। ଏହି ଅଭିଯୁକ୍ତମାନଙ୍କୁ ଭାରତୀୟ ନ୍ୟାୟ ସଂହିତା (BNS) ଓ POCSO ଆଇନରେ ବିଭିନ୍ନ ଧାରାରେ ଅଭିଯୋଗ ଲଗାଯାଇ ଝାରପଡ଼ା ଜେଲକୁ ପଠାଯାଇଛି।

ଅଭିଯୋଗ ଅନୁଯାୟୀ, ୨୦୨୩ ଜୁନ୍‌ରେ ରଜ ସମୟରେ ଅମରେଶ ଜେନା ଜଣେ ୧୯ ବର୍ଷୀୟା ଯୁବତୀଙ୍କ ସହ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିଥିଲେ। ୨୦୨୪ ଫେବୃଆରୀରେ ଯୁବତୀ ଗର୍ଭବତୀ ହେବା ପରେ ଅମରେଶ ତାଙ୍କୁ ଗର୍ଭନଷ୍ଟ କରିବାକୁ ବାଧ୍ୟ କରିଥିଲେ।  ଯୁବତୀଙ୍କ ଅଭିଯୋଗ ଅନୁଯାୟୀ, ଅମରେଶ ତାଙ୍କୁ ହତ୍ୟା କରିବା ପାଇଁ ଧମକ ଦେଇଥିଲେ ଏବଂ ଏହି ସମ୍ପର୍କ ବିଷୟରେ କାହାକୁ ନ କହିବାକୁ ଚେତାବନୀ ଦେଇଥିଲେ।

ଭୁବନେଶ୍ୱର ଡେପୁଟି କମିଶନର ଅଫ ପୋଲିସ (ଡିସିପି) ଜଗମୋହନ ମୀନା କହିଛନ୍ତି, ଅମରେଶ ଜେନା ଫେରାର ଥିଲେ, କିନ୍ତୁ ବାଲେଶ୍ୱରରୁ ତାଙ୍କୁ ଗିରଫ କରାଯାଇଛି। ତଦନ୍ତ ଜାରି ରହିଛି, ଏବଂ ପୀଡ଼ିତାଙ୍କ ଡାକ୍ତରୀ ପରୀକ୍ଷା ହୋଇଛି। ତାଙ୍କ ବୟାନ ମାଜିଷ୍ଟ୍ରେଟ ଆଗରେ ରେକର୍ଡ କରାଯାଇଛି।

ଅମରେଶଙ୍କ ବିରୋଧରେ ଭାରତୀୟ ନ୍ୟାୟ ସଂହିତା (BNS) ଧାରା ୬୪(୨)(ଏମ), ୮୯, ୨୯୬, ୩୫୧(୨) ଏବଂ POCSO ଆଇନର ଧାରା ୬ ଅନୁଯାୟୀ ଅଭିଯୋଗ ରୁଜୁ ହୋଇଛି। ଏହାସହ ଅମରେଶଙ୍କ ବଡ଼ ଭାଇ ସମରେଶ ଜେନାଙ୍କୁ ଅତିରିକ୍ତ ଷ୍ଟାଣ୍ଡିଂ କାଉନସିଲ ପଦରୁ ହଟାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri