ରାଜନୀତିରେ ହଇଚଇ, ଅମରେଶଙ୍କ ସସ୍‌ପେଣ୍ଡ ପରେ ମୁହଁ ଖୋଲିଲେ…

ଭୁବନେଶ୍ୱର,୨୭।୭: ବିଜେଡିର କର୍ପୋରେଟର ଅମରେଶ ଜେନାଙ୍କୁ ଦଳରୁ ସସ୍ପେଣ୍ଡ କରାଯାଇଛି। ଏହି ଘଟଣାକୁ ନେଇ ଭୁବନେଶ୍ୱର ଜିଲା ବିଜେଡି ସଭାପତି ଅଶୋକ ଚନ୍ଦ୍ର ପଣ୍ଡା ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ, ଏକ ସମ୍ବେଦନଶୀଳ ଅଭିଯୋଗକୁ ନେଇ ଅମରେଶ ଜେନାଙ୍କ ବିରୋଧରେ ଜିଲା ସଭାପତି ଭାବେ ଦଳୀୟ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲି। ଅମରେଶ ଜେନାଙ୍କୁ ଗିରଫ କରାଯିବା ମାତ୍ରେ ଦଳ ତୁରନ୍ତ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି, ବୋଲି ସେ କହିିଛନ୍ତି।

ଅଶୋକ ଆହୁରି କହିଛନ୍ତି, ବିଜେଡି ସର୍ବଦା ମହିଳାଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେଇ ଆସିଛି। ଏହି ଘଟଣା ଏକ ସ୍ପର୍ଶକାତର ମାମଲା ହୋଇଥିବାରୁ ଦଳୀୟ ଶୃଙ୍ଖଳା କମିଟି ଏହାର ତଦନ୍ତ କରିବ। କର୍ମ ଫଳ ସମସ୍ତଙ୍କୁ ଭୋଗିବାକୁ ପଡ଼ିବ। ସେ ଜୋର ଦେଇ କହିଛନ୍ତି ଯେ, ଅମରେଶ ଜେନାଙ୍କ ନିଲମ୍ବନ ଦଳର ସମ୍ମାନ ଓ ସ୍ଥିତି ଉପରେ କୌଣସି ପ୍ରଭାବ ପକାଇବ ନାହିଁ।  ଆଇନ ନିଜର ବାଟରେ ଚାଲିବ ଏବଂ ବିଜେଡି ନାରୀ ସୁରକ୍ଷା ଓ ନ୍ୟାୟ ପାଇଁ ସବୁବେଳେ ପ୍ରତିଶ୍ରୁତିବଦ୍ଧ, ବୋଲି ସେ ଉଲ୍ଲେଖ କରିଛନ୍ତି।

ସୂଚନାଯୋଗ୍ୟ, ଅମରେଶ ଜେନାଙ୍କ ବିରୋଧରେ ଜଣେ ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର, ଗର୍ଭନଷ୍ଟ କରିବା ଏବଂ ହତ୍ୟା ଧମକ ଦେବା ଅଭିଯୋଗରେ ବାଲେଶ୍ୱରରୁ ପୋଲିସ ତାଙ୍କୁ ଗିରଫ କରିଛି। ଏହା ପୂର୍ବରୁ ତାଙ୍କର ୫ ଜଣ ସହଯୋଗୀଙ୍କୁ ମଧ୍ୟ ଗିରଫ କରାଯାଇଥିଲା। ଏହି ଘଟଣା ରାଜ୍ୟ ରାଜନୀତିରେ ତୀବ୍ର ଚର୍ଚ୍ଚାର ବିଷୟ ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri