ଦାୟିତ୍ୱ ନେଲେ ଗଞ୍ଜାମର ନୂଆ ଜିଲାପାଳ, କହିଲେ ସରକାରଙ୍କ ବିଭିନ୍ନ କଲ୍ୟାଣକାରୀ ଯୋଜନାକୁ…

ଛତ୍ରପୁର,୨୮ା୭(ଦିଲ୍ଲୀପ ସାମଲ): ଗଞ୍ଜାମର ନୂତନ ଜିଲାପାଳ ଭାବେ ଭି.କୀର୍ତ୍ତି ଭାସନ ଦାୟିତ୍ୱ ଗ୍ରହଣ କରିଛନ୍ତି। ୨୦୧୮ ବ୍ୟାଚ୍‌ର ଆଇଏଏସ୍‌ ଏହା ପୂର୍ବରୁ କୋରାପୁଟ ଜିଲାପାଳ ଦାୟିତ୍ୱ ନିର୍ବାହ କରିଥିଲେ। ପୂର୍ବରୁ ମଧ୍ୟ ଗଞ୍ଜାମ ଜିଲାରେ ଆଇଏଏସ୍‌ ପ୍ରୋବିସନାଲ ରହିବା ସହ ବ୍ରହ୍ମପୁର ଉପଜିଲାପାଳ ଓ ଜିଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ଦାୟିତ୍ୱ ସୂଚାରୁ ରୂପେ ତୁଲାଇ ଥିଲେ। ଗଞ୍ଜାମ ଜିଲାର ପୂର୍ବ ଅନୁଭୂତି ପୁଣି ଅଧିକ ସପୋର୍ଟ କରିବ ବୋଲି କହିଥିଲେ। ଗଞ୍ଜାମ ଜିଲାରେ ଏଣିକି ପ୍ରତି ବ୍ଲକ୍‌ସ୍ତରୀୟ ଜନଶୁଣାଣି ହେବ। ସରକାରୀ କାର୍ଯ୍ୟରେ ସ୍ବଚ୍ଛତା ଓ ସମାୟାନୁବର୍ତ୍ତିତା ଅଲମ୍ବନ ସହ ସରକାରଙ୍କ ବିଭିନ୍ନ ଜଣକଲ୍ୟାଣକାରୀ ଯୋଜନାର ସଫଳ ରୂପାୟନ ଉପରେ ଗୁରୁତ୍ୱ ରହିବ। ଜନସାଧାରଣଙ୍କ ନିକଟରୁ ଆସୁଥିବା ଅଭିଯୋଗଗୁଡିକ ତୁରନ୍ତ ସମାଧାନ କରିବା ପ୍ରାଥମିକତା ରହିବ ବୋଲି କହିଥିଲେ। ବିଭିନ୍ନ ବିକାଶମୂଳକ ଯୋଜନାଗୁଡ଼ିକ ଯେପରି ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବା ସହ ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗାଇବା ଉପରେ ଅଧିକ ଫୋକସ ରହିବ। ଜିଲାରେ ଚାଲୁଥିବା ବିଭିନ୍ନ ପ୍ରକଳ୍ପ ଯେପରି ସଠିକ୍‌ ସମୟରେ ଶେଷ ହେବ ସେଥିପ୍ରତି ପ୍ରାଧାନ୍ୟ ଦିଆଯିବ। ଦାୟିତ୍ୱ ଗ୍ରହଣ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ମା’ ତାରାତାରିଣୀ ଦର୍ଶନ ଓ ଆଶୀର୍ବାଦ ନେଇଥିଲେ। କାର୍ଯ୍ୟାଳୟ ପହଞ୍ଚିବା ପରେ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ତାଙ୍କୁ ପୁଷ୍ପଗୁଛ ଦେଇ ସ୍ବାଗତ କରିଥିଲେ। ପୂର୍ବରୁ ଥିବା ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ପୁରୀ ଜିଲାପାଳ ଭାବେ ବଦଳି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri