ଜମିଜମା ବିବାଦକୁ ନେଇ ଖଣ୍ଡାରେ ମରଣାତ୍ମକ ଆକ୍ରମଣ ଘଟଣା: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ପୁରୁଷୋତ୍ତମପୁର,୨୮।୭(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ହାଣ୍ଡିଘର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୋଟିଏ ପରିବାର ଉପରେ ସମ୍ପର୍କିୟ ଦାଦାଙ୍କ ପରିବାର ଜମିଜମା ବିବାଦକୁ ନେଇ ଖଣ୍ଡାରେ ହାଣିଥିବା ଅଭିଯୋଗ ହୋଇଛି। ଆହାତ ହୋଇଥିବା ବ୍ୟକ୍ତିମାନେ ହେଲେ ଭାଗିରଥି ମହାନ୍ତି(୫୫), ଗୋପାଳ ମହାନ୍ତି(୪୦) କାହ୍ନୁ ମହାନ୍ତି(୨୮) ଓ ଅମ୍ବିକା ପାଣିଗ୍ରାହୀ(୩୦) ବୋଲି ଜଣାପଡିଛି। ସେମାନଙ୍କୁ ଗୁରୁତର ଅବସ୍ଥାରେ ଗ୍ରାମବାସୀ ଉଦ୍ଧାରକରି ପ୍ରଥମେ ପୁରୁଷୋତ୍ତମପୁର ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିବା ବେଳେ ସେଠାରୁ ବ୍ରହ୍ମପୁର ବଡ ମେଡିକାଲ ଓ ପରେ ବିଶାଖାପାଟଣାକୁ ସ୍ଥାନାନ୍ତର କରାଯାଇଛି। ଏହାକୁ ନେଇ ଖବରଦାତା ସମ୍ମିଳନୀରେ ପୁରୁଷୋତ୍ତମପୁର ଏସଡିପିଓ ସୁଜିତ କୁମାର ନାୟକ କହିଛନ୍ତି, ଆକ୍ରମଣର ଶିକାର ହୋଇଥିବା ଉଭୟ ପରିବାର ସମ୍ପର୍କିୟ ପରିବାର ଅଟନ୍ତି । ଆହାତଙ୍କ ପକ୍ଷରୁ ବାବୁଚରଣ ମହାନ୍ତି ପୋଲିସରେ ଅଭିଯୋଗ କରିଛନ୍ତି, ତାଙ୍କ ବାପାଙ୍କ ଶୁଦ୍ଧ କାର୍ଯ୍ୟକୁ ନେଇ ପରିବାରଲୋକେ ଘରବାରଣ୍ଡାରେ ବସି କଥା ହେଉଥିବାବେଳେ ସେହି ଗ୍ରାମର ପାଧା ଓରଫ ଶାନ୍ତନୁ ମହାନ୍ତି(୩୩), କାଳିଆ ଓରଫ ସାଧୁମହାନ୍ତି(୨୯),କର୍ଣ୍ଣ ମହାନ୍ତି (୬୫) ଓ ସୁମତି ମହାନ୍ତି ହଟାତ ଖଣ୍ଡାକାତି ଠେଙ୍ଗା ଆଦି ମାରଣାଅସ୍ତ୍ର ଧରିଆସି ହାଣି ଆକ୍ରମଣ କରିଥିଲେ। ଏହାକୁ ନେଇ ଥାନା କେସ୍‌ ନଂ ୫୭୯/୨୫ ପ୍ରକାରେ ଘଟଣାର ତଦନ୍ତକରି ଅଭିଯୁକ୍ତ ବାପ ପୁଅ ତିନିଜଣଙ୍କୁ ଗିରଫକରି କୋର୍ଟଚାଲାଣ କରାଯାଇଥିବା ବେଳେ ତଦନ୍ତ ଚାଲିଛି ବୋଲି ଏସଡିପିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Christmas: ଖ୍ରୀଷ୍ଟମାସ ଅବସରରେ ଚର୍ଚ୍ଚ ଗଲେ ମୋଦି, ପ୍ରାର୍ଥନା ସଭାରେ ଯୋଗଦେଇ….

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରିଥିଲେ। ସେ ସେଠାରେ ପ୍ରାର୍ଥନା ସେବାରେ ମଧ୍ୟ ଅଂଶଗ୍ରହଣ କରିଥିଲେ।...

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

କାର୍‌ ନା ବାଇକ୍‌, କେଉଁ ଗାଡିର ଅଧିକ ଚାଲାଣ କାଟେ ଟ୍ରାଫିକ୍‌ ପୋଲିସ?

ନୂଆଦିଲ୍ଲୀ,୨୫।୧୨: ଦିଲ୍ଲୀର ଟ୍ରାଫିକ ପୋଲିସ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପ୍ରତି କ୍ରମଶଃ କଠୋର ହେବାରେ ଲାଗିଛି। ଏହା ସତ୍ତ୍ୱେ, ବହୁ ସଂଖ୍ୟକ ଡ୍ରାଇଭର PUCCକୁ ହାଲୁକା...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri