ସ୍ବାୟତ୍ତ ଶାସନ ଦିବସ ପାଳିତ: ‘ମିଳିତ ଉଦ୍ୟମରେ ଢେଙ୍କାନାଳ ହେବ ୧ ନମ୍ବର’

ଢେଙ୍କାନାଳ ଅଫିସ, ୧।୯ – ଢେଙ୍କାନାଳ ହେଉଛି ବୁଦ୍ଧିଜୀବୀଙ୍କ ସହର। ମିଳିତ ପ୍ରଚେଷ୍ଟା, ସମ୍ମିଳିତ ଉଦ୍ୟମରେ ଢେଙ୍କାନାଳ ରାଜ୍ୟରେ ଏକ ନମ୍ବର ପୌରସଂସ୍ଥା ହୋଇପାରିବ ବୋଲି କହିଛନ୍ତି ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା। ସ୍ଥାନୀୟ ମିନି ଷ୍ଟାଡିୟମରେ ଶନିବାର ସନ୍ଧ୍ୟାରେ ପୌର ପ୍ରଶାସନ ପକ୍ଷରୁ ଆୟୋଜିତ ସ୍ବାୟତ୍ତ ଶାସନ ଦିବସ ସମାରୋହରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଜିଲାପାଳ ପୌରାଞ୍ଚଳବାସୀଙ୍କୁ ଏପରି ଆହ୍ବାନ ଦେଇଛନ୍ତି। ଏହି ଅବସରରେ ଜିଲାପାଳ ଆହୁରି ମଧ୍ୟ କହିଲେ, ସରକାର, ପ୍ରଶାସନ ଲୋକାଭିମୁଖୀ ହୋଇଛି। ଲୋକଙ୍କୁ ହାତ ପାହାନ୍ତାରେ ସେବା ଯୋଗାଇ ଦେବାକୁ ପ୍ରତି ଓ୍ବାର୍ଡରେ ‘ୱାର୍ଡ ଅଫିସ’ ଖୋଲାଯିବ। କର୍ମଚାରୀମାନେ ୨ଘଣ୍ଟା ଉପସ୍ଥିତ ରହି ଅଭିଯୋଗ ଗ୍ରହଣ କରିବେ। ସହରରେ ଡ୍ରେନେଜ୍‌ ସମସ୍ୟା ରହିଛି। ଏହାର ସମାଧାନ ପାଇଁ ଏକ ଭଲ ସଂସ୍ଥା ଦ୍ୱାରା ପ୍ଲାନ ପ୍ରସ୍ତୁତ କରାଯିବ। ପରିବେଶକୁ ସୁରକ୍ଷିତ ରଖିବା, ସହରର ସୌନ୍ଦର୍ଯ୍ୟବୃଦ୍ଧି ଏବଂ ଲୋକଙ୍କ ଆବଶ୍ୟକ ଥିବା ଭଳି କାର୍ଯ୍ୟକ୍ରମ ହାତକୁ ନିଆଯିବ ବୋଲି ଜିଲାପାଳ ଅଭିଭାଷଣ ରଖିଥିଲେ।
ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏସ୍‌ପି ଅନୁପମା ଜେମ୍‌ସ କହିଲେ, ପୌରାଞ୍ଚଳର ବିକାଶ ହୋଇଛି। ଏବେ ସହରକୁ ପ୍ଲାଷ୍ଟିକ୍‌, ପଲିଥିନ୍‌ ମୁକ୍ତ କରିବାକୁ ସମସ୍ତଙ୍କୁ ଆଗେଇ ଆସିବାକୁ ପଡ଼ିବ ବୋଲି ସେ ଆହ୍ବାନ ଦେଇଥିଲେ। ସ୍ବାଗତ ଭାଷଣରେ ନିର୍ବାହୀ ଅଧିକାରୀ ଅତନୁ କୁମାର ସାମନ୍ତ କହିଲେ, ରାଜ୍ୟ ସରକାର ଢେଙ୍କାନାଳକୁ ଆଦର୍ଶ ସହର ଘୋଷଣା କରିଛନ୍ତି। ଏଥିପାଇଁ ସ୍ବତନ୍ତ୍ର ଅନୁଦାନ ମିଳିବ। ଢେଙ୍କାନାଳରେ ଜାଗା ମିଶନକୁ ରାଜ୍ୟ ସରକାର ପାଇଲଟ ପ୍ରୋଜେକ୍ଟ ଭାବେ ଗ୍ରହଣ କରିଛନ୍ତି। ଏହି ଯୋଜନା ଆନୁକୂଲ୍ୟରେ ବିଭିନ୍ନ ବସ୍ତିରେ ରହୁଥିବା ୨୪୦୦ ଲୋକଙ୍କ ପାଇଁ ଜାଗା ଚିହ୍ନଟ କରାଯାଇଛି। ୪୦୦ ଜଣଙ୍କୁ ଜମିପଟ୍ଟା ପ୍ରଦାନ କରାଯାଇଛି। ସେହିପରି ୬୦୦୦ ଲୋକଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ଦିଆଯାଇଛି। ୧୦୦୦ ଲୋକଙ୍କ ଗୃହକାର୍ଯ୍ୟ ଶେଷ ହୋଇଥିବା ସେ ସୂଚନା ଦେଇଥିଲେ। ଏହି ଅବସରରେ ପୂର୍ବତନ ନଗରପାଳ ନବୀନଚନ୍ଦ୍ର ନାରାୟଣ ଦାସ, ସୁରେନ୍ଦ୍ର ମିଶ୍ର, ଇନ୍ଦ୍ରମଣି ବେହେରା, ସୁଧାଂଶୁ କୁମାର ଦଳେଇ, ସଂଗ୍ରାମୀ ବ୍ରଜକିଶୋର ମହାପାତ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସ୍ବାୟତ୍ତ ଶାସନ ଦିବସ ପାଳନ ଅବସରରେ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ଏବଂ ଦଳ ପୁରସ୍କୃତ ହୋଇଥିଲେ। ସତ୍ୟନାରାୟଣ କର, ରଶ୍ମିତା ମିଶ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏହାପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।
ଦିବସ ପାଳନ ଉପଲକ୍ଷେ ପୌରସଂସ୍ଥା କାର୍ଯ୍ୟାଳୟରେ ସକାଳ ସାଢ଼େ ୭ଟାରେ ଜିଲାପାଳ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସହରରେ ଥିବା ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ମହର୍ଷି ଦୟାନନ୍ଦ ସର୍ଭିସ ମିଶନ, କଣ୍ଟେଇକୋଳିଆ ସେବାଶ୍ରମ, ଆଦୃତା ଶିଶୁସଦନରେ ମିଷ୍ଟାନ୍ନ ଓ ଫଳ ବଣ୍ଟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାଉଁଶ ଗାଡ଼ିକୁ ଫେରାଇଲେ ପୂର୍ବତନ ସମିତି ସଭ୍ୟ

ବ୍ରଜରଜନଗର ୨୯ା୧୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲାରେ ଥିବା ବିଭିନ୍ନ କାରଖାନାରୁ ନିର୍ଗତ ପାଉଁଶକୁ ଗାଡ଼ିରେ ଲୋଡ଼ କରି ଠିକା କମ୍ପାନୀମାନେ ଚାରିଆଡେ ପକାଉଛନ୍ତି। ଏ ନେଇ...

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ଲୁହା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଚାଳକ…

ପରଜଙ୍ଗ୧୨।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ ଜାତୀୟ ରାଜପଥର କୁଲେଇ ବଅଁରପାଳ ଛକ ନିକଟରେରେ ଭାରସାମ୍ୟ ହରାଇ...

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri