ଆସନ୍ତା ୨ଦିନ ବଜ୍ରପାତ ସହ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର,୨୯।୭(ଅନୁରାଧା ମହାରଣା)- ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବାବେଳେ ମଙ୍ଗଳବାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହୋଇଛି। ତେବେ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବୁଧବାର କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ଯାଜପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା ଓ କଟକ ଆଦି ଜିଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଏହି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲାକୁ ବଜ୍ରପାତ ଭୟ ରହିଛି। ଗୁରୁବାର ପର୍ଯ୍ୟନ୍ତ ଏହିସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅଗଷ୍ଟ ୫ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବା ସମ୍ଭାବନା ଥିବାବେଳେ କୌଣସି ଓ୍ବାର୍ନିଂ ଜାରି କରାଯାଇନାହିଁ। ମଙ୍ଗଳବାର ଟିଟିଲାଗଡ଼ରେ ସର୍ବାଧିକ ୩୯.୦ ମିମି ବର୍ଷା ରେକର୍ଡ କରାଯାଇଛି। ସେହିପରି ଭୁବନେଶ୍ୱରରେ ୩୭.୪ ମିମି, ନୂଆପଡ଼ାରେ ୨୩.୦ ମିମି, ବଲାଙ୍ଗୀରରେ ୨୨.୨ ମିମି, ଖୋର୍ଦ୍ଧାରେ ୧୨.୦ ମିମି, ଛତ୍ରପୁର ଓ ବାଲେଶ୍ୱରରେ ୧୦.୬ ମିମି ଲେଖାଏ ବର୍ଷା ହୋଇଥିବ


Enter your email to get our daily news in your inbox.

All Right Reserved By Dharitri.Com

ବିଗ ବସ ୧୯ ବିଜେତା: ଗୌରବ ଖାନ୍ନା ୫୦ ଲକ୍ଷ ନୁହେଁ, ଏତିକି କୋଟି ଟଙ୍କା ନେଇ ଫେରିଲେ

ମୁମ୍ବାଇ,୮।୧୨: ସଲମାନ ଖାନଙ୍କ ରିଆଲିଟି ଶୋ ବିଗ ବସ ୧୯ର ଶେଷ ଏପିସୋଡ ଏକ ବ୍ଲକବଷ୍ଟର ଥିଲା। ରବିବାର ରାତି ଶେଷ ପର୍ଯ୍ୟନ୍ତ ବିଜେତାଙ୍କ ଭାଗ୍ୟ...

ବିଗ୍‌ ବସ୍‌ ଜିତିଲେ ଗୌରବ: ଜାଣନ୍ତୁ ତାଙ୍କ ବିଷୟରେ ରୋଚକ କଥା

କଲର୍ସ ଟିଭିରେ ପ୍ରସାରିତ ରିଆଲିଟି ଶୋ’ ବିଗ୍‌ ବସ୍‌ ସିଜନ୍‌ ୧୯ରେ ବାଜିମାରି ନେଇଛନ୍ତି ଗୌରବ ଖାନ୍ନା। ଏଥିସହ ସାଢ଼େ ୩ ମାସ ଧରି ଚାଲିଥିବା...

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

ହ୍ୟୁମାନଙ୍କ ମୃତ୍ୟୁ ମାମଲାରେ ଆସିଲା ବଡ଼ ଟୁଇଷ୍ଟ: ଅର୍ପିତାଙ୍କୁ ନେଇ ପ୍ରଥମ ଥର ମୁହଁ ଖୋଲିଲେ ସ୍ତ୍ରୀ ଶ୍ରୀୟା

ବଲାଙ୍ଗୀର,୮।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟିଟିଲାଗଡ଼ରେ ରବିବାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପାଇଁ ଥିଲା ଶ୍ରଦ୍ଧାଞ୍ଜଳି ସଭା। ଏହି ସଭାରେ ଅଭିନେତା ଅନୁଭବ ମହାନ୍ତି, ଅସିମା...

ନେତାନ୍ୟାହୁଙ୍କ ବଡ଼ ବୟାନ, କହିଲେ ରାଜନୀତି ଛାଡ଼ିବି ନାହିଁ

ଜେରୁଜେଲମ,୮।୧୨: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ସେ ଏହି ମାସ ଶେଷରେ ଗାଜା ଶାନ୍ତି ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ ଉପରେ ଆମେରିକା ରାଷ୍ଟ୍ରପତି...

ଟି-୨୦ରେ ୧୬ ଛକା ମାରି କ୍ରିକେଟ୍‌ ଜଗତରେ ଚହଳ ପକାଇଲେ ଏହି କ୍ରିକେଟର୍‌ ମାତ୍ର ୬୩ ବଲ୍‌ରେ କଲେ…

ନୂଆଦିଲ୍ଲୀ,୮।୧୨: ଟି-୨୦ ଅନ୍ତର୍ଜାତୀୟ କ୍ରିକେଟର ସବୁଠାରୁ ଛୋଟ ଫର୍ମାଟ, ୨୦୦ରୁ ଅଧିକ ରନର ଟାର୍ଗେଟକୁ ବିଜୟୀ ଲକ୍ଷ୍ୟ ଭାବରେ ବିବେଚନା କରାଯାଏ। କିନ୍ତୁ ଗୋଟିଏ ମ୍ୟାଚରେ...

ପିକ୍‌ନିକ୍‌ ସ୍ପଟ୍‌ ଶାନ୍ତିବନ: ମନ ଭିତରେ ଆପେ ଆପେ ସୃଷ୍ଟି ହୋଇଯାଏ ଆଧ୍ୟାତ୍ମିକ ଭାବନା

କର୍ଲାମୁଣ୍ଡା,୮ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଓ ମ. ରାମପୁର ବ୍ଲକ୍‌ ମସ୍କାଦାଣ୍ଡି ଗ୍ରାମ ସୀମାରେ ରହିଛି ଶାନ୍ତିବନ ଗ୍ରାମ୍ୟ ଜଙ୍ଗଲ।...

ଇଣ୍ଡିଗୋ ସଙ୍କଟ: ତତକାଳ ଶୁଣାଣି ପାଇଁ ମନା କଲେ ସୁପ୍ରିମକୋର୍ଟ କହିଲେ…

ନୂଆଦିଲ୍ଲୀ,୮।୧୨: କ୍ରମାଗତ ସପ୍ତମ ଦିନ ପାଇଁ ବହୁ ସଂଖ୍ୟାରେ ଇଣ୍ଡିଗୋ ବିମାନ ବାତିଲ କରାଯାଉଛି। ଏହି ମାମଲାରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟରେ ଏକ ଆବେଦନ ଦାଖଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri