ନିମ୍ନମାନର କାମ: ଧୋଇଗଲା ପୋଲ, ସ୍କୁଲ ଛାତ ଟିଣ ଉଡ଼ିଗଲା

ଥୁଆମୂଳ ରାମପୁର,୩୦ା୭ (ଦୁର୍ଗା କୀର୍ତ୍ତି):ଦୁର୍ଗମ ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କ ବିକାଶ ପାଇଁ ସରକାର ବିଭିନ୍ନ ପ୍ରକଳ୍ପ ନିର୍ମାଣକରି ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ନିମ୍ନମାନର କାମ ଯୋଗୁ ତାହା ଅତି କମ୍‌ ଦିନ ମଧ୍ୟରେ ନଷ୍ଟ ହୋଇଯାଉଛି। ଏପରି ଘଟଣା ଥୁଆମୂଳ ରାମପୁର ବ୍ଲକ୍‌ର ବିରିକୋଟ ଗ୍ରାମପଞ୍ଚାୟତ ଅଧୀନ ବଳଙ୍ଗି ଓ ତେନ୍ତୁଳିପଡ଼ାରେ ଦେଖିବାକୁ ମିଳିଛି। ଏଠାରେ ଏକ ପୋଲ ନିର୍ମାଣର ୧୫ ଦିନ ମଧ୍ୟରେ ଭୁଶୁଡ଼ିପଡିଥିବାବେଳେ ବିଦ୍ୟାଳୟ ଛାତର ଟିଣ ଉଡ଼ିଯାଇଛି।
ବିରିକୋଟ ପଞ୍ଚାୟତର ବଳଙ୍ଗି ଓ ତେନ୍ତୁଳିପଦର ଗାଁ ମଝିରେ ଥିବା ନାଳ ଯୋଗୁ ବର୍ଷାଦିନରେ ପାଣି ଭର୍ତ୍ତିହୋଇ ଦୁଇଟି ଗାଁ ବିଚ୍ଛିନ୍ନ ହୋଇ ରହୁଥିଲା। ଏହାକୁ ଦୃଷ୍ଟିରେ ରଖି ବ୍ଲକ୍‌ ପକ୍ଷରୁ ୧୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ପୋଲ ନିର୍ମାଣ ହୋଇଥିଲା। ହେଲେ ଲୋକେ ପୋଲ ଉପରେ ଚାଲିବା ପୂର୍ବରୁ ଏହା ଧୋଇହୋଇଯାଇଛି। ସେହିପରି ଏହି ଗାଁରେ ନୂତନ ବିଦ୍ୟାଳୟ ଗୃହ ନିର୍ମାଣ ପାଇଁ ୧୦ ଲକ୍ଷ ଟଙ୍କା ମଞ୍ଜୁର ହୋଇଥିଲା। ହେଲେ ନିମ୍ନମାନର କାମ ଯୋଗୁ ହସ୍ତାନ୍ତର ପୂର୍ବରୁ କୋଠାର ଟିଣଛାତ ଉଡ଼ିଯାଇଛି। ଉକ୍ତ ସ୍ଥାନରେ ସୂଚନା ଫଳକ ଭାଙ୍ଗି ଦିଆଯାଇଥିବାରୁ ପ୍ରକଳ୍ପ ସମ୍ପର୍କରେ ସବିଶେଷ ତଥ୍ୟ ମିଳିପାରିନାହିଁ। ଦୁର୍ନୀତିକୁ ଚପାଇବା ପାଇଁ ଏଭଳି କରାଯାଇଥିବାବେଳେ ଏହାର ଭିଜିଲାନ୍ସ ସ୍ତରୀୟ ତଦନ୍ତ କରିବାକୁ ଗ୍ରାମର ଅଭିମନ୍ୟୁ ନାଏକ, ପଦ୍ମନାଭ ନାଏକ, ଦାନାରୀ ନାଏକ, କରନାଥ ନାଏକ, ଚୈତନ୍ୟ ନାଏକ ପ୍ରମୁଖ ଦାବି କରିଛନ୍ତି। ଏ ନେଇ ଥୁଆମୂଳ ରାମପୁର ବିଡିଓ ଧ୍ରୁବ ଚରଣ ମୁଦୁଲିଙ୍କୁ ପଚାରିବାରୁ ବିଦ୍ୟାଳୟ କୋଠା କେତେ ଟଙ୍କା ବ୍ୟୟ ଅଟକଳରେ ନିର୍ମାଣ ହୋଇଛି ତାହା ବୁଝିକି କହିବେ ବୋଲି କହିବା ସହ ପୋଲ ବିଷୟରେ ପଚାରିବାରୁ ଯଦି ନିମ୍ନମାନର କାମ ହୋଇଛି ତା’ହେଲେ ଏହାର ତଦନ୍ତକରି କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥା ଘେରରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଡାକ୍ତରଙ୍କ ମରୁଡି, କାମରେ ଆସୁନି …

ମୋହନା,୧। ୧(ମନ୍ମଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବା ପାଇଁ କୋଟି କୋଟି ଟଙ୍କା ପାଣି ଭଳିଆ ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ...

ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ

କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...

ନାତୁଣୀଙ୍କୁ ଦୁର୍ବବ୍ୟହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନ୍ୟାସୀ ଗୌଡ଼(୬୫)ଙ୍କୁ ଗୁରୁବାର ସକାଳ...

ଗଞ୍ଜାମ ଜିଲା ଭାଜପା  ସମ୍ପାଦକ ଭାବେ ମନୋନୀତ ହେଲେ ଦୁର୍ଯ୍ୟୋଧନ ରେଡ୍ଡି, ଗୁରୁ ଦାୟିତ୍ୱ ମିଳିବା ପରେ…

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ /ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି(ଭାଜପା) ଗଞ୍ଜାମ ଜିଲା ସମ୍ପାଦକ ଭାବେ ଏନ୍‌ ଦୁର୍ଯ୍ୟୋଧନ ରେଡ୍ଡି (ପିତୁ ଭାଇ)ଙ୍କୁ ମନୋନୀତ କରିଛି ।...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

୨୦୨୬ରେ ଲେଖା ହେବ ମହାକାଶ ବିଜ୍ଞାନର ନୂଆ ଅଧ୍ୟାୟ: ଭାରତ, ଆମେରିକା ରଚିବେ ଇତିହାସ

ନୂଆଦିଲ୍ଲୀ,୧।୧: ୨୦୨୬ ବର୍ଷଟି ବିଶ୍ୱ ମହାକାଶ ଇତିହାସରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। ଭାରତର ‘ଇସ୍ରୋ’ ଏବଂ ଆମେରିକାର ‘ନାସା’ ଦୁଇଟି ଭିନ୍ନ...

ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ

ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri