‘କାଳିଆ’ରେ ସାମିଲ ହେଲେ ୪୦ ହଜାର: ବାଦ୍‌ ପଡ଼ିଲେ ୨୦ ହଜାର ଅଯୋଗ୍ୟ

ଅନୁଗୋଳ ଅଫିସ, ୧।୯ – ରାଜ୍ୟ ସରକାରଙ୍କ ‘କାଳିଆ’ ଯୋଜନାରେ ସାମିଲ ହୋଇଥିବା ଚାଷୀଙ୍କ ଚୂଡାନ୍ତ ତାଲିକା ଅନୁଗୋଳ ଜିଲା କୃଷି ଉପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରୁ ସରକାରଙ୍କୁ ନିକଟକୁ ପଠାଯାଇଛି। ଜିଲାରେ ୪୦ ହଜାର ଚାଷୀ ଯୋଜନାର ତାଲିକାରେ ସାମିଲ ହୋଇଥିବାବେଳେ ପ୍ରାୟ ୨୦ ହଜାର ଅଯୋଗ୍ୟ ଏଥିରୁ ବାଦ ପଡିଥିବା ଜଣାପଡିଛି। ତେବେ ଏ ସଂକ୍ରାନ୍ତରେ ଜିଲା କୃଷି ଉପ ନିର୍ଦ୍ଦେଶାଳୟ ଅଧିକାରୀ କୌଣସି ସୂଚନା ଦେବାକୁ ମନା କରିଛନ୍ତି।
ସୂଚନାଯୋଗ୍ୟ ଯେ, ଜିଲାରେ ପ୍ରଥମ ପର୍ଯ୍ୟାୟରେ ୧ ଲକ୍ଷ ୭୮ ହଜାର ୬୬୯ ଜଣ ଚାଷୀଙ୍କ ଆକାଉଣ୍ଟକୁ କାଳିଆ ଯୋଜନା ଟଙ୍କା ଯାଇଥିଲା। ଯାଞ୍ଚ ସମୟରେ ଗୋଟିଏ ପରିବାରର ଏକାଧିକ ଲୋକଙ୍କ ନିକଟକୁ ଟଙ୍କା ଯାଇଥିବା ଧରାପଡ଼ିଥିଲା। ତେବେ ସେମାନଙ୍କଠାରୁ ଟଙ୍କା ଫେରସ୍ତ କରାଯିବା ନେଇ ବର୍ତ୍ତମାନ ସୁଦ୍ଧା କିଛି ସ୍ପଷ୍ଟ ହୋଇନାହିଁ। ଅନ୍ୟପକ୍ଷରେ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟରେ ୪୦ ହଜାର ଚାଷୀ କାଳିଆ ଟଙ୍କା ପାଇବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ପାକିସ୍ତାନୀ ମହିଳାଙ୍କ ଚିଠି, କହିଲେ ମୋ ସ୍ୱାମୀ ଧୋକା ଦେଇଛି…

ନୂଆଦିଲ୍ଲୀ,୭।୧୨: ପାକିସ୍ତାନୀ ମହିଳା ନିକିତା ନାଗଦେବଙ୍କ ଏକ ଭିଡିଓ ସମ୍ପ୍ରତି ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ, ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ମୋଦିଙ୍କଠାରୁ ନ୍ୟାୟ ପାଇଁ...

୬୫ ବର୍ଷ ବିଦ୍ୟାଳୟରେ ପାଇଖାନା କି ମୌଳିକ ସୁବିଧା ନାହିଁ:  ପିଲାଙ୍କ ପାଇଁ ପାହାଡ ଜଙ୍ଗଲ ହିଁ ଭରସା 

ଦାରିଙ୍ଗବାଡି,୮।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ...

ନୂଆବର୍ଷ ଆଗରୁ ଅଚାନକ ଧନୀ ହୋଇଯିବେ ୩ରାଶି! ହୁହୁ ହୋଇ ବଢିବ ସମ୍ପତ୍ତି

ଦ୍ରିକ ପାଞ୍ଜି ଅନୁସାରେ, ଶୁକ୍ର ଓ ଶନି ଏକ ଅତ୍ୟନ୍ତ ଶକ୍ତିଶାଳୀ, ଦୁର୍ଲଭ ଏବଂ ଶୁଭ ଯୋଗ ଗଠନ କରୁଛନ୍ତି, ଯାହା ୬ ଡିସେମ୍ବର,ଶନିବାର ସନ୍ଧ୍ୟା...

ଭୁବନେଶ୍ୱରରେ ଖୋଲିବ ଆଉ ଦୁଇ ତହସିଲ୍, ଜମି କିଣାବିକା ପାଇଁ…

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ଆଉ ୨ ନୂଆ ତହସିଲ ଅଫିସ୍‌ ପ୍ରସ୍ତୁତ ହେବାକୁ ଯାଉଛି । ପୁରୁଣା ଭୁବନେଶ୍ବରରେ ଥିବା ତହସିଲ ଅଫିସ୍‌ରେ କ୍ରମାଗତ ଭାବେ ଚାପ ବଢ଼ିବାରେ...

ମୋବାଇଲ ଆପ ସତର୍କ ସଙ୍କେତରେ ଛାତ୍ରଙ୍କ ସଫଳତା

ନୂଆପଡ଼ା,୮ା୧୨ (ମକାରୁ ବେମାଲ): ଭାରତ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଦ୍ୱାରା ପରିଚାଳିତ ଅଟଳ ଟିଙ୍କରୀଙ୍କ ଲ୍ୟାବମାନଙ୍କର ଅନ୍‌ଲାଇନ ମାଧ୍ୟମରେ ଓସିଏସି ଦ୍ୱାରା...

Featured Video Play Icon

ଧରିତ୍ରୀ, ଆଦିତ୍ୟ ବିର୍ଲା ସନ୍‌ଲାଇଫ୍‌ ମ୍ୟୁଚୁଆଲ ଫଣ୍ଡ୍‌ର ‘ଶିକ୍ଷିତ ନିବେଶକ ବିକଶିତ ଭାରତ’ କର୍ମଶାଳା

କଟକ,୭ା୧୨(କାର୍ତ୍ତିକ ସାହୁ): ଭବିଷ୍ୟତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଜର ଅର୍ଜିତ ଅର୍ଥକୁ ଖର୍ଚ୍ଚ କରିବା ଜରୁରୀ। ବିଶେଷକରି ପ୍ରଥମେ ସଞ୍ଚୟ ଏବଂ ପରେ ଖର୍ଚ୍ଚ କରିବା...

ସ୍ତ୍ରୀଙ୍କ ମୁଣ୍ଡରେ ଟ୍ୟୁମର: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ

ନୂଆପଡ଼ା,୮ା୧୨(ମକାରୁ ବେମାଲ): ସ୍ତ୍ରୀଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ । ଶେଷରେ ଅସହାୟ ହୋଇ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ସ୍ବାମୀ । ଏଭଳି ଘଟଣା...

ନାଇଟ୍ କ୍ଲବରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୨୫ଜଣ

ଗୋଆ,୭।୧୨: ଗୋଆର ପ୍ରସିଦ୍ଧ ନାଇଟ୍ କ୍ଲବରେ ବଡ଼ ଧରଣର ଅଗ୍ନିକାଣ୍ଡ। ଗୋଆ ଆର୍ପୋରା ସ୍ଥିତ ରୋମିଓ ଲେନ୍ ରେ ଥିବା ବ୍ରିଚ୍ ନାଇଟ୍ କ୍ଲବରେ ନିଆଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri