ଯୁବକଙ୍କୁ କାଠଫାଳିଆରେ ପିଟିପିଟି ମାରିଦେଲେ, ୨ ଜଣଙ୍କୁ ଉଠାଇନେଲା ପୋଲିସ

ପାଟଣା,୩୧ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଙ୍କୁରା ନାଏକ ସାହିର ଜଣେ ୨୮ବର୍ଷ ଯୁବକଙ୍କୁ କାଠଫାଳିଆରେ ପିଟିପିଟି ମାରିଦେଇଥିବା ଅଭିଯୋଗ ହୋଇଛି। ମୃତକ ଜଣକ ହେଉଛନ୍ତି ଉକ୍ତ ଗାଁର ଭକ୍ତ ବନ୍ଧୁ ନାଏକଙ୍କ ପୁଅ ଗଙ୍ଗାଧର ନାଏକ।

ଗଙ୍ଗାଧରଙ୍କ ମା’ ପାଳଙ୍ଗଙ୍କ ଅଭିଯୋଗ ଅନୁଯାୟୀ, ବୁଧବାର ସନ୍ଧ୍ୟାରେ ଗଙ୍ଗାଧର ଅଙ୍କୁରାଝପା ସାହିର ଦୀନବନ୍ଧୁ ପାତ୍ରଙ୍କ ଘରକୁ ଯାଇଥିବା ବେଳେ ଦୀନବନ୍ଧୁଙ୍କ ସ୍ତ୍ରୀ, ପୁଅ-ବୋହୂ କୌଣସି କାରଣରୁ ତାଙ୍କୁ ବାନ୍ଧି ନିସ୍ତୁକ ପିଟିଥିଲେ। ଫଳରେ ଗଙ୍ଗାଧର ଗୁରୁତର ହୋଇ ଘରକୁ ଆସିଥିଲେ। ବୁଧବାର ରାତିରେ ଖାଇ ପିଇ ଶୋଇଥିଲେ। ଗୁରୁବାର ସକାଳୁ ଗଙ୍ଗାଧରଙ୍କୁ ତାଙ୍କ ମା’ ଉଠାଇବାକୁ ଯିବାରୁ ତାଙ୍କର ମୃତ୍ୟୁ ହୋଇଥିବା ଜାଣିବାକୁ ପାଇ ଗଙ୍ଗାଧରଙ୍କ ବାପା ପାଟଣା ଥାନାରେ ଅଭିଯୋଗ କରିଥିଲେ। ଘଟଣାସ୍ଥଳରେ ପାଟଣା ଥାନା ଅଧିକାରୀ ମାନସ କୁମାର ମହାକୁଡ଼, ଏସ୍‌ଆଇ ଲକ୍ଷ୍ମଣ ମାଝୀ, ଏଏସ୍‌ଆଇ ସରୋଜ କୁମାର ସେଠୀ ପ୍ରମୁଖ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ଦୀନବନ୍ଧୁ ଓ ତାଙ୍କ ସ୍ତ୍ରୀଙ୍କୁ ପୋଲିସ ଉଠାଇ ନେଇଥିବା ବେଳେ ତାଙ୍କ ପୁଅ ବୋହୂ ଫେରାର ରହିଛନ୍ତି। ପୋଲିସ କେନ୍ଦୁଝରରୁ ସାଇଣ୍ଟି ଫିକ୍‌ ଟିମ୍‌ ଡକାଇ ତଦନ୍ତ କରିବ ବୋଲି କହିଛି। ଘଟଗାଁ ଏସଡିପିଓ ବିଜୟକୃଷ୍ଣ ମହାପାତ୍ର ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri