OTET ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ଶିକ୍ଷକଙ୍କ ସଂପୃକ୍ତି, ୭ ଗିରଫ, କ୍ରାଇମବ୍ରାଞ୍ଚ ତଦନ୍ତ ଜାରି

ଭୁବନେଶ୍ୱର,୧।୮: ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET-2025) ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ଶିକ୍ଷକଙ୍କ ସଂପୃକ୍ତି ପ୍ରମାଣିତ ହୋଇଛି। କ୍ରାଇମବ୍ରାଞ୍ଚ DIG ବି. ଗଙ୍ଗାଧରଙ୍କ ସୂଚନା ଅନୁଯାୟୀ, ଏହି ମାମଲାରେ ଏପର୍ଯ୍ୟନ୍ତ ୭ ଜଣଙ୍କୁ ଗିରଫ କରାଯାଇଛି। ପ୍ରଶ୍ନପତ୍ର ଲିକ୍‌ର କାରଣ ଓ ଏହା ପଛରେ ଥିବା ନେଟୱାର୍କ ଖୋଜିବା ପାଇଁ କ୍ରାଇମବ୍ରାଞ୍ଚ ତଦନ୍ତ ଜାରି ରଖିଛି।

ଜୁଲାଇ ୨୦ରେ ହେବାକୁ ଥିବା OTET ପରୀକ୍ଷା ପୂର୍ବ ଦିନ ସୋସିଆଲ ମିଡିଆରେ ପ୍ରଶ୍ନପତ୍ର ଭାଇରାଲ ହେବା ପରେ ବାତିଲ କରାଯାଇଥିଲା। ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେସନ (BSE) କାର୍ଯ୍ୟାଳୟର ଡାଟା ଏଣ୍ଟ୍ରି ଅପରେଟର ଜିତନ ମହାରଣା ମୁଖ୍ୟ ଅଭିଯୁକ୍ତ ବୋଲି ଚିହ୍ନଟ ହୋଇଛନ୍ତି। ସେ BSE ଉପାଧ୍ୟକ୍ଷଙ୍କ ଲାପଟପରୁ ପ୍ରଶ୍ନପତ୍ର ଚୋରି କରି ପେନ ଡ୍ରାଇଭରେ ସ୍ଥାନାନ୍ତର କରିଥିଲେ। ଏହାପରେ ରାୟଗଡ଼ା ଜିଲାର ଶିକ୍ଷକ ବିଜୟ ମିଶ୍ର ଓ କୋରାପୁଟର ସନାତନ ବିଷୋୟୀଙ୍କ ସହ ଅନ୍ୟ ତିନି ଦଲାଲଙ୍କ ମାଧ୍ୟମରେ ପ୍ରଶ୍ନପତ୍ର ବିକ୍ରି କରାଯାଇଥିଲା।

କ୍ରାଇମବ୍ରାଞ୍ଚ ସୂଚନା ଅନୁଯାୟୀ, ଜିତନଙ୍କ ଆକାଉଣ୍ଟରେ ୨.୫ ଲକ୍ଷ ଟଙ୍କା ଜମା ହୋଇଥିବା ଜଣାପଡ଼ିଛି। ଅଭିଯୁକ୍ତମାନଙ୍କ ମୋବାଇଲ ଓ ଇଲେକ୍ଟ୍ରୋନିକ ଡିଭାଇସ ଜବତ କରାଯାଇ ଫରେନସିକ ପରୀକ୍ଷା ପାଇଁ ପଠାଯାଇଛି। ଲାପଟପ ପାସୱାର୍ଡ କେମିତି ମିଳିଲା ଏବଂ ପ୍ରଶ୍ନପତ୍ର କାହା କାହା ପାଖକୁ ଗଲା, ତା’ର ଲିଙ୍କ ଖୋଜା ଜାରି ରହିଛି।

ଏହି ଘଟଣାରେ କଳହାଣ୍ଡି ଜିଲାର ଆଉ ଜଣେ ଶିକ୍ଷକଙ୍କୁ ଗିରଫ କରାଯାଇଛି, ଯାହା ସହ ଗିରଫ ସଂଖ୍ୟା ୭କୁ ବୃଦ୍ଧି ପାଇଛି। ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗୋନ୍ଦ କହିଛନ୍ତି, ଅଭିଯୁକ୍ତ ଯେତେ ପ୍ରଭାବଶାଳୀ ହେଉନା କାହିଁକି, ସମସ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ। ଭବିଷ୍ୟତରେ ପରୀକ୍ଷାରେ ସ୍ୱଚ୍ଛତା ଓ ସୁରକ୍ଷା ନିଶ୍ଚିତ କରିବା ପାଇଁ ପଦକ୍ଷେପ ନିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri