Posted inଖେଳ

ପଞ୍ଚମ ଟେଷ୍ଟ: ବିଜୟ ଲକ୍ଷ୍ୟରେ ଭାରତ

ଲଣ୍ଡନ,୨ା୮: ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପଞ୍ଚମ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌ରେ ଭାରତୀୟ ଦଳ ଦୃଢ଼ ସ୍ଥିତିରେ ରହିଛି। ପ୍ରଥମ ଇନିଂସରେ ୨୨୪ ରନ କରିଥିବା ଭାରତ ପ୍ରତିପକ୍ଷ ଇଂଲଣ୍ଡକୁ ୨୪୭ ରନରେ ସୀମିତ ରଖିଥିଲା। ଫଳରେ ୨୩ ରନରେ ପଛୁଆ ଥିବା ଭ୍ରମଣକାରୀ ଭାରତ ଦ୍ୱିତୀୟ ଇନିଂସରେ ତୃତୀୟ ଦିନ ୭୭ ଓଭର ଶେଷ ସୁଦ୍ଧା ୭ ଉଇକେଟ ହରାଇ ୩୨୭ ରନ କରିଛି। ରବୀନ୍ଦ୍ର ଜାଡେଜା ୩୬ ଓ ଓ୍ବାଶିଂଟନ ସୁନ୍ଦର ୪ ରନରେ ବ୍ୟାଟିଂ କରୁଛନ୍ତି। ମ୍ୟାଚ୍‌ରେ ଏବେ ଭାରତୀୟ ଦଳ ହାତରେ ୩ ଉଇକେଟ ସୁରକ୍ଷିତ ରଖି ୩୦୪ ରନରେ ଆଗରେ ରହିଛି। ମ୍ୟାଚ୍‌ ବେଳେ ଭାରତୀୟ ଦିନିକିଆ ଦଳର ଅଧିନାୟକ ରୋହିତ ଶର୍ମା ଗ୍ରାଉଣ୍ଡରେ ଉପସ୍ଥିତ ଥିବା ଦେଖିବାକୁ ମିଳିଥିଲା।

ତୃତୀୟ ଦିନ ତଥା ଶନିବାର ଭାରତୀୟ ଦଳ ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୭୫/୨ରୁ ବ୍ୟାଟିଂ ଆରମ୍ଭ କରିଥିଲା। ପୂର୍ବଦିନ ଅପରାଜିତ ଥିବା ବ୍ୟାଟର ଯଶସ୍ବୀ ଜୟସ୍ବାଲ ଓ ନାଇଟ୍‌ଓ୍ବାଚ ମ୍ୟାଚ୍‌ ଭାବେ ଚତୁର୍ଥ କ୍ରମରେ ବ୍ୟାଟିଂ କରିଥିବା ଆକାଶ ଦୀପ ଧୈର୍ଯ୍ୟର ସହ ପ୍ରାୟତଃ ପ୍ରଥମ ସେସନ ଖେଳିଥିଲେ।

ଜୟସ୍ବାଲ ୧୪ ଚୌକା ଓ ୨ ଛକା ସହାୟତାରେ ୧୧୮ ରନର ଶତକୀୟ ପାଳି ଖେଳି ଆଉଟ୍‌ ହୋଇଥିଲେ। ଏହା ତାଙ୍କ ଟେଷ୍ଟ କ୍ୟାରିୟରର ଷଷ୍ଠ ଶତକ ଥିଲା। ଆକାଶ ୬୬ ରନର ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ। ଏହା ତାଙ୍କ ଟେଷ୍ଟ କ୍ୟାରିୟରର ପ୍ରଥମ ଅର୍ଦ୍ଧଶତକ ଥିଲା। ଦୁହେଁ ଆଉଟ୍‌ ହେବା ପୂର୍ବରୁ ତୃତୀୟ ଉଇକେଟରେ ୧୦୭ ରନ୍‌ ଯୋଡ଼ିଥିଲେ। ଅଧିନାୟକ ଶୁବମନ ଗିଲ (୧୧) ଓ କରୁଣ ନାୟର (୧୭) ବିଫଳ ହୋଇଥିଲେ। ଦୁହେଁ ଗସ୍‌ ଆଟକିନସନଙ୍କ ବଲରେ ଆଉଟ୍‌ ହୋଇଥିଲେ। ଏହାପରେ ଜାଡେଜା ଓ ଜୁରେଲ ସପ୍ତମ ଉଇକେଟରେ ୫୦ ରନ ଯୋଡ଼ିଥିଲେ। ଦଳୀୟ ସ୍କୋର ୩୨୩ ହୋଇଥିବା ବେଳେ ଜୁରେଲ ୩୪ ରନ କରି ପାଭିଲିଅନ ଫେରିଥିଲେ। ଇଂଲଣ୍ଡ ପକ୍ଷରୁ ଆଟକିନସନ ୩ ଉଇକେଟ ନେଇଥିବା ବେଳେ ଜୋଶ ଟଙ୍ଗ ଓ ଜେମି ଓଭରଟନ ଦୁଇଟି ଲେଖାଏ ଉଇକେଟ ହାତେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri