୪ ଦିନ ପ୍ରବଳ ବର୍ଷିବ: ସତର୍କ ରହିବାକୁ ସମସ୍ତ ଜିଲାପାଳଙ୍କୁ ଏସ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୧ା୯(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ରହିଛି। ଏହା ପ୍ରଭାବରେ ଶନିବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଆସନ୍ତା ୨ ତାରିଖରେ ଉତ୍ତରପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ ବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଏଥିଯୋଗୁ ଓଡ଼ିଶା, ମଧ୍ୟପ୍ରଦେଶ, ଛତିଶଗଡ଼ରେ ୪ରୁ ୫ ଦିନ ଧରି ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ତେବେ ୧ ତାରିଖରୁ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ। ସ୍ଥାନେ ସ୍ଥାନେ ୭୦ରୁ ୮୦ ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରବିବାର ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ଗଜପତି, ଗଞ୍ଜାମ, କନ୍ଧମାଳ, ମୟୂରଭଞ୍ଜ, ପୁରୀ ଓ ନୟାଗଡ଼ ଆଦି ୧୧ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଥିବାବେଳେ ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିପରି ୨ ତାରିଖ ଦିନ ମାଲକାନଗିରି, କେରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଗଜପତି ଓ ରାୟଗଡ଼ାରେ ୬ ଜିଲାକୁ ଅରେଞ୍ଜ ଏବଂ କନ୍ଧମାଳ, ପୁରୀ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଜଗତ୍‌ସିଂହପୁର, ଅନୁଗୋଳ, ଦେବଗଡ଼, କେନ୍ଦୁଝର, ସମ୍ବଲପୁର ଓ ମୟୂରଭଞ୍ଜ ଆଦି ୧୩ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ୩ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ମୟୂରଭଞ୍ଜ, ଦେବଗଡ଼, ବୌଦ୍ଧ ଆଦି ୧୪ ଜିଲା ଏବଂ ୪ ତାରିଖରେ ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୋନପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହୁପର ଓ କଟକ ଆଦି ୮ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ବାରଣ କରାଯାଇଛି। ଯେଉଁମାନେ ଯାଇଛନ୍ତି ସେମାନେ ୧ତାରିଖ ରାତି ସୁଦ୍ଧା ଫେରି ଆସିବାକୁ କୁହାଯାଇଛି।

ଅନ୍ୟପକ୍ଷରେ ଲଘୁଚାପ ବର୍ଷା ଯୋଗୁ ରାଜ୍ୟରେ ବନ୍ୟା ଓ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି ବୋଲି ଶନିବାର ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ବିଷ୍ଣୁପଦ ସେଠୀ ସମସ୍ତ ଜିଳାପାଳଙ୍କୁ ଚିଠି ଲେଖି ବୋଲି ସତର୍କ କରାଇଛନ୍ତି। ଯେଉଁସବୁ ଜିଲାଗୁଡ଼ିକ ପାଇଁ ଅରେଞ୍ଜ ଓ ୟେଲୋ ୱାର୍ନିଂ ଜାରି ହୋଇଛି ସେସବୁ ଜିଲାର ଜିଲାପାଳମାନଙ୍କୁ ଅଧିକ ସତର୍କତା ଅବଲମ୍ବନ କରି ଆବଶ୍ୟକ ପ୍ରସ୍ତୁତି ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି। ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର ପାଇଁ ଆଗୁଆ ପଦକ୍ଷେପ ନିଆଯିବା ସହ ଆବଶ୍ୟକ ଖାଦ୍ୟ ସାମଗ୍ରୀ, ପାନୀୟ ଜଳ, ଆଲୋକ, ସ୍ବାସ୍ଥ୍ୟ ସୁବିଧା ଉପଲବ୍ଧ କରାଇବାକୁ କୁହାଯାଇଛି। ପ୍ରତ୍ୟେକ ଜିଲା ମୁଖ୍ୟାଳୟରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଖୋଲିବା ନିମନ୍ତେ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୬,୧୧୭ ଷ୍ଟେଶନରେ ମାଗଣା ୱାଇ-ଫାଇ

ଭୁବନେଶ୍ୱର,୧୮।୧୨(ଅନୁରାଧା ମହାରଣା): ଭାରତୀୟ ରେଳପଥର ୬୧୧୭ ରେଳ ଷ୍ଟେଶନରେ ମାଗଣା ୱାଇ-ଫାଇ ସେବା ଯୋଗାଇ ଦିଆଯାଇଛି। ରେଳ ଷ୍ଟେଶନରେ ଏହି ସେବା ପାଇଁ ରେଳ ମନ୍ତ୍ରଣାଳୟ...

Featured Video Play Icon

୫୨ ବର୍ଷରେ ଧରିତ୍ରୀ

ପାଳିତ ହୋଇଯାଇଛି ଦୈନିକ ଓଡ଼ିଆ ଖବରକାଗଜ ଧରିତ୍ରୀର ୫୨ ତମ ଜନ୍ମ ବାର୍ଷିକୀ ଉତ୍ସବ । ଧରିତ୍ରୀର ପ୍ରତିଷ୍ଠା ଦିବସ ନଭେମ୍ବର ୨୪ରେ ଥିବାବେଳେ ବୁଧବାର...

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri