ବଳଙ୍ଗା ପୀଡ଼ିତାଙ୍କ ମୃତଦେହ ଭୁବନେଶ୍ୱରରେ ପହଞ୍ଚିଲା, ଏୟାରପୋର୍ଟରେ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର,୩।୮: ପୁରୀ ଜିଲା ବଳଙ୍ଗା ନାବାଳିକା ପୋଡ଼ି ଘଟଣାରେ ପୀଡ଼ିତାଙ୍କ ମୃତଦେହ ଦିଲ୍ଲୀରୁ ବିମାନ ଯୋଗେ ରବିବାର ରାତିରେ ଭୁବନେଶ୍ୱର ପହଞ୍ଚିଛି। ଏହି ଘଟଣାକୁ ନେଇ ରାଜ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଥିବା ବେଳେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ବିମାନବନ୍ଦର ବାହାରେ ୬ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଏବଂ ସ୍ଥିତିକୁ ନିୟନ୍ତ୍ରଣରେ ରଖିବା ପାଇଁ ଅତିରିକ୍ତ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଅନ୍ୟପକ୍ଷରେ ପୀଡ଼ିତାଙ୍କ ଶେଷ ଦର୍ଶନ ପାଇଁ ଏୟାରପୋର୍ଟରେ ନେତାଙ୍କ ଭିଡ଼ ଜମିଛି।

ବଳଙ୍ଗାରେ ଜଣେ ନାବାଳିକାଙ୍କ ଉପରେ କିରୋସିନ ଢାଳି ନିଆଁ ଲଗାଇ ଦିଆଯାଇଥିବା ଏହି ଘଟଣା ରାଜ୍ୟବାସୀଙ୍କୁ ସ୍ତବ୍ଧ କରିଦେଇଥିଲା। ପୀଡ଼ିତାଙ୍କୁ ପ୍ରଥମେ ଭୁବନେଶ୍ୱର AIIMSରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ତାଙ୍କ ଅବସ୍ଥା ଗୁରୁତର ହେବା ପରେ ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ AIIMSକୁ ଏୟାରଲିଫ୍ଟ କରାଯାଇଥିଲା। ସେଠାରେ ୧୪ ଜଣିଆ ବିଶେଷଜ୍ଞ ଡାକ୍ତରୀ ଦଳ ତାଙ୍କର ଚିକିତ୍ସା କରୁଥିଲେ ଏବଂ ତୃତୀୟ ଅସ୍ତ୍ରୋପଚାର ମଧ୍ୟ ହୋଇଥିଲା। ତଥାପି, ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଥିଲା ଏବଂ ସେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଥିଲେ।

ପୋଲିସ ତଦନ୍ତ ଅନୁଯାୟୀ, ଏହି ଘଟଣାରେ ପୀଡ଼ିତାଙ୍କ ବୟାନ ଭୁବନେଶ୍ୱର ଓ ଦିଲ୍ଲୀ AIIMSରେ ରେକର୍ଡ କରାଯାଇଥିଲା। ତେବେ, ବୟାନରେ ଅସଙ୍ଗତି ଥିବା ନେଇ ପୋଲିସ ଅନୁସନ୍ଧାନ ଜାରି ରଖିଥିଲା। କ୍ରାଇମବ୍ରାଞ୍ଚ ଏବଂ ପୁରୀ ପୋଲିସ ଏହି ମାମଲାରେ ତଦନ୍ତ କରୁଥିବା ବେଳେ, ଘଟଣାସ୍ଥଳରୁ ମିଳିଥିବା କିରୋସିନ ବୋତଲ, ରୂପା ମୁଦି ଏବଂ ଅନ୍ୟାନ୍ୟ ପ୍ରମାଣକୁ ନେଇ ଛାନଭିନ ଚାଲିଛି। ପୁରୀ ଏସପି ପିନାକ ମିଶ୍ରଙ୍କ ସୂଚନା ଅନୁଯାୟୀ, ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ଏବଂ ଶୀଘ୍ର ଘଟଣାର ରହସ୍ୟ ଉନ୍ମୋଚନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri