ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କର ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୮: ବିଶିଷ୍ଟ ସାହିତ୍ୟ ସାଧିକା, ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଧରିତ୍ରୀର ପ୍ରେରଣାଦାୟିନୀ
ନନ୍ଦିନୀ ଶତପଥୀଙ୍କର ଆଜି ଊନବିଂଶ ଶ୍ରାଦ୍ଧ ବାର୍ଷିକୀ ପାଳନ କରାଯାଉଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ସେ ଟୁଇଟ୍‌ ଯୋଗେ କହିଛନ୍ତି, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି।

ଲୌହମାନବୀ ନନ୍ଦିନୀ ଦେବୀ ସାଲିସ ବିହୀନ, ବିଚକ୍ଷଣ ରାଜନେତ୍ରୀ ସହ ଜଣେ ସୁସାହିତି୍ୟକା ଥିଲେ। ତାଙ୍କର ମୁଖ୍ୟମନ୍ତ୍ରୀତ୍ୱ ସମୟରେ ବିଭିନ୍ନ କଠୋର ପଦକ୍ଷେପ ନେଇ ଅଦମ୍ୟ ସାହସିକତାର ପରିଚୟ ଦେଇଥିଲେ।

ନନ୍ଦିନୀ ଦେବୀଙ୍କ ସମୟରେ ଗୋପାଳପୁରର ଇଣ୍ଡିଆନ ରେୟାର୍‌ ଆର୍ଟ କମ୍ପ୍ଲେକ୍ସ, ତାଳଚେର ଓ ପାରାଦୀପର ସାର କାରଖାନା, ରାଉରକେଲାର ଏସିଆଟିକ ଅକ୍ସିଜେନ କାରଖାନା (ବିଗତ ମହାମାରୀ କରୋନା ସମୟରେ ଯାହା ନିଜର ଆଭ୍ୟନ୍ତରୀଣ ଚାହିଦା ମେଣ୍ଟାଇ ସାରା ଦେଶକୁ ଅକ୍ସିଜେନ ଯୋଗାଇ ଥିଲା), ଢେଙ୍କାନାଳରେ କଳିଙ୍ଗ ଝୋଟ କାରଖାନା, ହସ୍ତଶିଳ୍ପ ଓ ସମ୍ବଲପୁରୀ ବସ୍ତ୍ରର ପ୍ରଚାର ପ୍ରସାର ପାଇଁ ‘ଉତ୍କଳିକା’ ନାମରେ ଭୁବନେଶ୍ୱର ଓ ଦିଲ୍ଲୀରେ ଆଧୁନିକ ବିପଣନ କେନ୍ଦ୍ର ପ୍ରତିଷ୍ଠା, ଭୁବନେଶ୍ୱରରେ କର୍ମଜୀବୀ ମହିଳାଙ୍କ ପାଇଁ ସ୍ବତନ୍ତ୍ର ଆବାସନ ‘ନିବେଦିତା’ର ର୍ନିମାଣ, ଢେଙ୍କାନାଳ ଓ ଭୁବନେଶ୍ୱରରେ ଅନ୍ଧ ମୂକ ବଧିର ବିଦ୍ୟାଳୟ ପ୍ରତିଷ୍ଠା, ମାଷ୍ଟରକ୍ୟାଣ୍ଟିନ ଛକରେ କଂଗ୍ରେସ ଭବନ ଓ କଟକରେ ଆକାଶବାଣୀ ଭବନ ନିର୍ମାଣ ହେଉଛି ଓଡ଼ିଶାକୁ ନନ୍ଦିନୀଙ୍କର ଅବଦାନ। ଭୁବନେଶ୍ୱରର ସୂଚନା ଭବନ (ଜୟଦେବ ଭବନ ଯାହାର ପରବର୍ତ୍ତୀ ନାମ) ଓ ଶ୍ରୀଅରବିନ୍ଦଙ୍କ ଦେହାବଶେଷ ସ୍ଥାପନ ପୂର୍ବକ ‘ମାତୃଭବନ’ ନିର୍ମାଣ ହିଁ ତାଙ୍କ ଉଦ୍ୟମର ଫଳଶ୍ରୁତି।


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

ସୁନା ଦର ଆକାଶଛୁଆଁ: ଦେଢ଼ଲକ୍ଷ ଟପିଲା ଦାମ୍‌, ଭୁବନେଶ୍ୱରରେ ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୧।୧: ଆଉ ମାରିହେବନି ହାତ। ସୁନା ଦର ଆକାଶଛୁଆଁ। ଦେଢ଼ଲକ୍ଷ ଟପିଲା ଦାମ୍‌। ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍‌ ସୁନା ମୂଲ୍ୟ ୧ ଲକ୍ଷ ୫୪...

ସ୍ବିଜରଲାଣ୍ଡ ଯାଉଥିଲେ ଟ୍ରମ୍ପ, ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ହଠାତ୍‌ ଖରାପ ହେଲା ବିମାନ, ତା’ପରେ..

ଓ୍ବାଶିଂଟନ୍‌,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ଅର୍ଥନୈତିକ ଫୋରମରେ ଯୋଗଦେବା ପାଇଁ ସ୍ବିଜରଲାଣ୍ଡର ଡାଭୋସ ଅଭିମୁଖେ ଯାତ୍ରା କରୁଥିଲେ। କିନ୍ତୁ, ଉଡ଼ାଣ ଆରମ୍ଭ ହେବାର...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

ରାଜ୍ୟରେ ବଢିଲା ତାପମାତ୍ରା

ଭୁବନେଶ୍ୱର,୨୧।୧: ରାଜ୍ୟରେ ବଢିଲା ତାପମାତ୍ରା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଲା ତାପମାତ୍ରା। ୪ ଦିନରେ ଉପକୂଳରେ ୩ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି...

ପିସ୍ତଲରୁ ନିଜକୁ ଗୁଳି କରିଦେଲେ ଯୁବ କଂଗ୍ରେସ ନେତା, ସହରରେ ଶୋକର ଛାୟା

ସୋନପୁର,୨୧l୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା କଂଗ୍ରେସ କମିଟିର କୋଷାଧ୍ୟକ୍ଷ ରାଜେଶ ମିଶ୍ର(୪୦) ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ସୁବର୍ଣ୍ଣପୁର ସହର...

ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri