ଅଗଷ୍ଟ ୨୦ ପର୍ଯ୍ୟନ୍ତ ଚାଷୀ ପଞ୍ଜିକରଣ: ପ୍ରଚାର ରଥ ଶୁଭାରମ୍ଭ

ଭଞ୍ଜନଗର,୪।୮(ବାବୁଲା ପ୍ରଧାନ)ଷଣ୍ଡିରେ ଖରିଫ ଧାନ ଫସଲ ବିକ୍ରି ପାଇଁ ବର୍ତ୍ତମାନ ଅନଲାଇନ ମାଧ୍ୟମରେ ଚାଷୀ ପଞ୍ଜିକରଣ ଚାଲିଛି। ଏହା ଚଳିତ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଅଧିକରୁ ଅଧିକ ଯୋଗ୍ୟ ଚାଷୀ କିଭଳି ନିଜ ନାମକୁ ନିଜ ଅଞ୍ଚଳର ସୋସାଇଟିରେ ପଞ୍ଜିକରଣ କରିବେ ସେଥିପାଇଁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ତେଣୁ ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପରିସରରୁ ଏକ ସଚେତନତା ରଥ ସୋମବାର ବାହାରିଥିଲା। ଏହାକୁ ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ।

ଏହି ଅବସରରେ ସେ ଯୋଗ୍ୟ ଚାଷୀମାନେ କିଭଳି ନାମ ପଞ୍ଜିକରଣ କରିପାରିବେ ସେ ନେଇ କହିଥିଲେ। ରାଜ୍ୟରେ ଖରିଫ ଧାନ ସଂଗ୍ରହ ଆସନ୍ତା ନଭେମ୍ବରରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦୨୬ ଯାଏ ଚାଲିବ। ଏହି ଅବଧି ମଧ୍ୟରେ ଗଞ୍ଜାମ ଜିଲାର ଭଞ୍ଜନଗରରେ ମଧ୍ୟ ଖରିଫ ଧାନ କ୍ରୟ କାର୍ଯ୍ୟ ସମ୍ପାଦନ କରାଯିବ। ଏଥିପାଇଁ ଚାଷୀମାନେ ସେମାନଙ୍କର ନିକଟସ୍ଥ ଅନୁମୋଦିତ ପ୍ରାଥମିକ କୃଷି ସମବାୟ ସମିତି, ମହିଳା ସ୍ବୟଂ ସହାୟକ ଗୋଷ୍ଠୀରେ ଆଗୁଆ ପଞ୍ଜିକରଣ କରିବେ। ଏଥିପାଇଁ ସୋମବାର ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଦୁଇଟି ପ୍ରଚାର ରଥ ଶୁଭାରମ୍ଭ ହୋଇଛି। ଉପଜିଲାପାଳ ଉମାଶଙ୍କର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ସବୁଜ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଛନ୍ତି।

ଏହି ରଥ ଉପଖଣ୍ଡର ସମସ୍ତ ବ୍ଲକ ପରିକ୍ରମା କରି ପଞ୍ଜିକରଣ ବାବଦରେ ଚାଷୀ ଭାଇଙ୍କୁ ସଚେତନ କରିବ। ଚାଷୀ ପଞ୍ଜିକରଣ ଗତ ଜୁଲାଇ ୧୯ ତାରିଖରୁ ଆରମ୍ଭ ହୋଇଛି। ମସ୍ତ ଆଗ୍ରହୀ ଚାଷୀ ନିକଟସ୍ଥ ସମିତିରୁ ଗୋଟିଏ ନୂତନ ପଞ୍ଜିକରଣ ଫର୍ମ ସଂଗ୍ରହ କରି ଚଳିତ ମାସ ୨୦ ତାରିଖ ମଧ୍ୟରେ ସମିତି କାର୍ଯ୍ୟାଳୟରେ ଆବେଦନ କରିବେ।

ପଞ୍ଜିକରଣ ପାଇଁ ଇଚ୍ଛୁକ ଚାଷୀମାନେ ସେମାନଙ୍କ ପଞ୍ଜିକରଣ ଫର୍ମ ସହିତ ଆଧାର କାର୍ଡ଼,ମୋବାଇଲ ନମ୍ବର, ଜମି ପ୍ରମାଣପତ୍ର, ଜମି ମାଲିକଙ୍କ ସହମତି ପତ୍ର (ଭାଗଚାଷୀଙ୍କ ପାଇଁ), ରେକର୍ଡ଼ଧାରୀଙ୍କ ଠାରୁ ସହମତି ପତ୍ର (ନିଜ ବ୍ୟତୀତ)ତଥ୍ୟର ନକଲ ଦାଖଲ କରିବା ଆବଶ୍ୟକ । ଚାଷୀ ପଞ୍ଜିକରଣ ସମୟରେ ଆଧାର ଭିତ୍ତିକ ଇ-କେୱାଇସି ଜରୁରୀ ଅଟେ। ନିର୍ଦ୍ଧାରିତ ସମୟର ଯଥେଷ୍ଟ ପୂର୍ବରୁ ଚାଷୀମାନେ ସମିତିରେ ପୂରଣ କରାଯାଇଥିବା ଫର୍ମ ଦାଖଲ କରିବାକୁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି । ଖରିଫ ଧାନ ସଂଗ୍ରହ ସଂକ୍ରାନ୍ତିରେ କେଉଁ ମାସ ଓ ପକ୍ଷରେ ଧାନ ବିକ୍ରୟ କରିବେ ତାହା ପଞ୍ଜିକରଣ ଫର୍ମରେ ଉଲ୍ଲେଖ କରିବେ। ଚାଷୀମାନେ ଶେଷ ତାରିଖକୁ ଅପେକ୍ଷା ନକରି ଅନୁମୋଦିତ ଫର୍ମରେ ଦରଖାସ୍ତ ଦାଖଲ କରିବାକୁ ଭାଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଅନୁରୋଧ କରାଯାଇଛି। ଅଧିକରୁ ଅଧିକ କ୍ଷୁଦ୍ର ଓ ନାମମାତ୍ର ଚାଷୀମାନେ ଧାନ ସଂଗ୍ରହ ବ୍ୟବସ୍ଥାରେ ଅନ୍ତର୍ଭୁକ୍ତ ହେବା ସରକାରଙ୍କ ଲକ୍ଷ୍ୟ। ଯଦି କୌଣସି ଅଭିଯୋଗ ଥାଏ ତେବେ ଦେୟମୁକ୍ତ ନମ୍ବର ୧୯୬୭ରେ ସରକାରୀ କାର୍ଯ୍ୟ ସମୟ ମଧ୍ୟରେ ଯୋଗାଯୋଗ କରିପାରିବେ। ଅବଧି ପୂର୍ବରୁ ଚାଷୀ ଭାଇ ମାନେ ପଞ୍ଜୀକରଣ କରିବାକୁ ଆର୍‌ଏମସି ସମ୍ପାଦକ ସୁମନ୍ତ ସାହୁ ଅନୁରୋଧ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

ସୁନା ଦର ଆକାଶଛୁଆଁ: ଦେଢ଼ଲକ୍ଷ ଟପିଲା ଦାମ୍‌, ଭୁବନେଶ୍ୱରରେ ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୧।୧: ଆଉ ମାରିହେବନି ହାତ। ସୁନା ଦର ଆକାଶଛୁଆଁ। ଦେଢ଼ଲକ୍ଷ ଟପିଲା ଦାମ୍‌। ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍‌ ସୁନା ମୂଲ୍ୟ ୧ ଲକ୍ଷ ୫୪...

ସ୍ବିଜରଲାଣ୍ଡ ଯାଉଥିଲେ ଟ୍ରମ୍ପ, ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ହଠାତ୍‌ ଖରାପ ହେଲା ବିମାନ, ତା’ପରେ..

ଓ୍ବାଶିଂଟନ୍‌,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ଅର୍ଥନୈତିକ ଫୋରମରେ ଯୋଗଦେବା ପାଇଁ ସ୍ବିଜରଲାଣ୍ଡର ଡାଭୋସ ଅଭିମୁଖେ ଯାତ୍ରା କରୁଥିଲେ। କିନ୍ତୁ, ଉଡ଼ାଣ ଆରମ୍ଭ ହେବାର...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

ରାଜ୍ୟରେ ବଢିଲା ତାପମାତ୍ରା

ଭୁବନେଶ୍ୱର,୨୧।୧: ରାଜ୍ୟରେ ବଢିଲା ତାପମାତ୍ରା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଲା ତାପମାତ୍ରା। ୪ ଦିନରେ ଉପକୂଳରେ ୩ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି...

ପିସ୍ତଲରୁ ନିଜକୁ ଗୁଳି କରିଦେଲେ ଯୁବ କଂଗ୍ରେସ ନେତା, ସହରରେ ଶୋକର ଛାୟା

ସୋନପୁର,୨୧l୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା କଂଗ୍ରେସ କମିଟିର କୋଷାଧ୍ୟକ୍ଷ ରାଜେଶ ମିଶ୍ର(୪୦) ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ସୁବର୍ଣ୍ଣପୁର ସହର...

ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri