ବିଶ୍ବ ଅଭିବୃଦ୍ଧି ପାଇଁ ବାଣିଜ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭଞ୍ଜନଗର,୪।୮(ବାବୁଲା ପ୍ରଧାନ): ପ୍ରତିବର୍ଷ ଅଗଷ୍ଟ ମାସ ପ୍ରଥମ ସୋମବାର ବିଶ୍ବ ବାଣିଜ୍ୟ ଦିବସ ପାଳିତ ହେଉଛି। ଏହି ଦିବସ ପାଳନର ମୁଖ୍ୟ ଉଦ୍ଦେଶ୍ୟ ହେଲା ଆର୍ଥିକ ଅଭିବୃଦ୍ଧି, ସାଂସ୍କୃତିକ ବିନିମୟ ଏବଂ ବିଶ୍ୱ ସହଯୋଗରେ ଅନ୍ତର୍ଜାତୀୟ ବାଣିଜ୍ୟ ବୃଦ୍ଧି ଏବଂ ବାଣିଜ୍ୟ ପାଠ୍ୟକ୍ରମ ପ୍ରତି ଛାତ୍ରୀଛାତ୍ରଙ୍କ ଆଗ୍ରହ ସୃଷ୍ଟି କରିବା। ମନମୋହନ ସିଂ ପ୍ରଧାନମନ୍ତ୍ରୀ ଥିବା ସମୟରେ ଭାରତର ଆର୍ଥିକ ସ୍ଥିତି ଭଲ ନ ଥିଲା। ତେଣୁ ସେ ବ୍ୟବସାୟର ଜଗତୀକରଣ କରିଥିଲେ। ମୁକ୍ତ ବାଣିଜ୍ୟ ବ୍ୟବସାୟ ଆରମ୍ଭ ହୋଇଥିଲା। ଯାହାଦ୍ବାରା ଦେଶର ଆର୍ଥିକ ସ୍ଥିତିରେ ସୁଧାର ଆସିଥିଲା। ମୁକ୍ତ ବାଣିଜ୍ୟ ଆଜି ଅଧିକାଂଶ ଦେଶର ଆର୍ଥିକ ସ୍ଥିତିକୁ ସୁଧାର ଆଣିଛି। ଏହିଭଳି ପରିସ୍ଥିତିରେ ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ବାଣିଜ୍ୟ ବିଭାଗ ଏବଂ ରାଜ୍ୟ ବାଣିଜ୍ୟ ସଙ୍ଘ ପକ୍ଷରୁ ମିଳିତ ଭାବେ ସୋମବାର ବିଶ୍ବ ବାଣିଜ୍ୟ ଦିବସ କଲେଜ ସମ୍ମିଳନୀ କକ୍ଷରେ ପାଳିତ ହୋଇଯାଇଛି। ଏଥିରେ ଅଧକ୍ଷ ରାଜେନ୍ଦ୍ର କୁମାର ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆଜିର ଦିବସ ସମ୍ପର୍କରେ କହିଥିଲେ। ବିଭାଗୀୟ ମୁଖ୍ୟ ଅଧ୍ୟାପକ ଦୁର୍ଗା ପ୍ରସାଦ ସାହୁ ବିଶ୍ବ ଅଭିବୃଦ୍ଧି ପାଇଁ ବାଣିଜ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ ରହିଛି ବୋଲି କହିଥିଲେ। ଏହି ଅବସରରେ ଅନ୍ୟ ମାନଙ୍କ ମଧ୍ୟରେ ପ୍ରଶାସନିକ ଅଧିକାରୀ ବିଭାସ ଦାସ, ଅଧ୍ୟାପକ ଡ. ରବିନ୍ଦ୍ର ମିଶ୍ର,ଅଧ୍ୟାପକ ଆର୍‌ ହରିଶ ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ। ବାଣିଜ୍ୟ ବିଭାଗ ଛାତ୍ରୀଛାତ୍ର ଆଲୋଚନାରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri