ରିସେପସନ ଦେଲେ ପିନାକୀ-ମହୁଆ: ଯୋଗ ଦେଲେ ବଡ଼ ବିଜେଡି ନେତା

ନୂଆଦିଲ୍ଲୀ, ୬।୮: ଜର୍ମାନୀରେ ବାହାଘର ଆଉ ଦିଲ୍ଲୀରେ ଦେଲେ ରିସେପ୍ସନ। ନିଜ ବାହାଘରକୁ ନେଇ ଚର୍ଚ୍ଚାରେ ଥିବା ଯୋଡି ପିନାକୀ ମିଶ୍ର ଓ ମହୁଆ ମୋଇତ୍ରା ମଙ୍ଗଳବାର ରାତିରେ ଦିଲ୍ଲୀର ଏକ ତାରକା ହୋଟେଲରେ ତାଙ୍କ ରିସେପ୍ସନ ଭୋଜି ଦେଇଛନ୍ତି । ଏହି ଉତ୍ସବରେ ଦେଶର ବହୁ ବିଶିଷ୍ଟ ରାଜନୈତିକ ବ୍ୟକ୍ତିଙ୍କ ସମେତ ଅନେକ ଗଣମାନ୍ୟ ବ୍ୟକ୍ତି ଯୋଗ ଦେଇଥିଲେ।

ଜର୍ମାନୀରେ ଲୁଚାଛପାରେ ବିବାହ ବନ୍ଧନରେ ଆବଦ୍ଧ ହୋଇଥିବା ଏହି ଚର୍ଚ୍ଚିତ ଯୋଡ଼ି ଦିଲ୍ଲୀରେ ଏକ ଭବ୍ୟ ରିସେପସନ ଆୟୋଜନ କରିଥିଲେ। ଏହି ଅବସରରେ ମହୁଆ ମୋଇତ୍ର ଏକ ଲାଲ୍‌ ଶାଢ଼ୀ ଓ ପିନାକୀ ମିଶ୍ର ଧୋତି-ପଞ୍ଜାବୀରେ ଦେଖା ଦେଇଥିଲେ। ଏହି ରିସେପସନରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ, ସମାଜବାଦୀ ପାର୍ଟି ନେତା ଅଖିଲେଶ ଯାଦବ, ଟିଏମସି ନେତ୍ରୀ ସାୟନୀ ଘୋଷ, ରଚନା ବାନାର୍ଜୀ ଏବଂ ଜୁନ ମାଲିଆ, ବିଜେଡି ଏମପି ସୁଲତା ଦେଓଙ୍କ ସମେତ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଏମପିମାନେ ଉପସ୍ଥିତ ଥିଲେ।

ଏହି ରିସେପ୍ସନର ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ପୂର୍ବରୁ ମହୁଆ ଏବଂ ପିନାକୀଙ୍କ ଜର୍ମାନୀରେ ହୋଇଥିବା ବିବାହ ଏକ ଚର୍ଚ୍ଚାର ବିଷୟ ହୋଇଥିଲା। ମହୁଆ ମୋଇତ୍ର, ଯିଏ ପଶ୍ଚିମବଙ୍ଗର କୃଷ୍ଣନଗର ଆସନରୁ ଦୁଇଥର ଏମପି ହୋଇଛନ୍ତି, ସେ ପୂର୍ବରୁ ଡେନମାର୍କର ବ୍ୟବସାୟୀ ଲାର୍ସ ବ୍ରୋରସେନଙ୍କୁ ବିବାହ କରିଥିଲେ ଏବଂ ପରେ ଛାଡ଼ପତ୍ର ହୋଇଥିଲା। ଅନ୍ୟପକ୍ଷରେ, ପିନାକୀ ମିଶ୍ର, ଯିଏ ପୁରୀରୁ ଚାରିଥର ଏମପି ହୋଇଛନ୍ତି ଏବଂ ସୁପ୍ରିମକୋର୍ଟରେ ଜଣେ ବରିଷ୍ଠ ଓକିଲ ଭାବେ ପରିଚିତ, ତାଙ୍କର ପ୍ରଥମ ବିବାହ ସଙ୍ଗୀତା ମିଶ୍ରଙ୍କ ସହିତ ହୋଇଥିଲା।

୬୫ ବର୍ଷୀୟ ପିନାକୀ ମିଶ୍ରଙ୍କ ଏହା ଦ୍ବିତୀୟ ବିବାହ ଥିଲା । ପୂର୍ବରୁ ସେ ସଙ୍ଗୀତା ମିଶ୍ରଙ୍କୁ ବିବାହ କରିଥିଲେ। ତାଙ୍କର ଜଣେ ପୁଅ ଓ ଝିଅ ଅଛନ୍ତି। ପିନାକୀ ତାଙ୍କର ପ୍ରଥମ ପତ୍ନୀଙ୍କୁ ଛାଡ଼ପତ୍ର ଦେଇଥିଲେ । ପିନାକୀଙ୍କର ରାଜନୈତିକ ଯାତ୍ରା କଂଗ୍ରେସରୁ ଆରମ୍ଭ ହୋଇଥିଲା। ୧୯୯୬ରେ ସେ ପ୍ରଥମ ଥର ପାଇଁ କଂଗ୍ରେସ ଟିକେଟ୍‌ରୁ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ। ପରବର୍ତ୍ତୀ ସମୟରେ ସେ ବିଜେଡିରେ ଯୋଗଦେଇ ତିନି ଥର ପୁରୀରୁ ଲୋକସଭାକୁ ପ୍ରତିନିଧିତ୍ବ କରିଥିଲେ। ୨୦୨୪ ନିର୍ବାଚନରେ ସେ ଲଢ଼ି ନଥିଲେ। ତାହା ପରଠାରୁ ରାଜ୍ୟ ରାଜନୀତିରେ ସେ ସକ୍ରିୟ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri