ମାନସିକ ବିକାରଗ୍ରସ୍ତଙ୍କ ଥଇଥାନ ଓ ଚିକିତ୍ସା ବ୍ୟବସ୍ଥା କରାଯାଉ: ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ ଅଫିସ,୧ା୯: ମାନସିକ ବିକାରଗ୍ରସ୍ତ ଲୋକଙ୍କୁ ଥଇଥାନ କରିବା ଓ ସେମାନଙ୍କ ଚିକିତ୍ସା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବା ନେଇ ଓଡ଼ିଶା ଲିଗାଲ ଆଣ୍ଡ ସୋସିଆଲ ଆସୋସିଏଶନ(ଓଲ୍‌ସା) ପକ୍ଷରୁ ଆଇନଜୀବୀ ବିପିନ କୁମାର ଚୌଧୁରୀ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାଏର କରିଛନ୍ତି।

ଆବେଦନକାରୀଙ୍କ ପକ୍ଷରୁ ପିଟିଶନ୍‌ରେ ଦର୍ଶାଯାଇଛି, ଆବଶ୍ୟକ ଚିକିତ୍ସା ଶେଷ ହେବା ପରେ ମାନସିକ ବିକାରଗ୍ରସ୍ତ ଲୋକଙ୍କୁ ସେମାନଙ୍କ ପରିବାର ଲୋକେ ଅନେକ ସମୟରେ ଘରକୁ ନେଉନାହାନ୍ତି। କେତେକ ସ୍ଥଳରେ ସେମାନଙ୍କୁ ବାହାରେ ଛାଡ଼ି ଦେଉଥିବାବେଳେ ଆଉ କେତେକ ସ୍ଥଳରେ ଘରକୁ ନେଇ ବାନ୍ଧି ରଖୁଛନ୍ତି। ଯେଉଁଥିରେ ମାନବିକ ଅଧିକାର ଉଲ୍ଲଂଘନ ହେଉଛି। ଏହି ବ୍ୟକ୍ତିମାନେ ବିଭିନ୍ନ ସମୟରେ ଅନ୍ୟମାନଙ୍କ ପାଇଁ ସମସ୍ୟାର କାରଣ ହେଉଛନ୍ତି। ସେହିପରି ମାନସିକ ବିକାରଗ୍ରସ୍ତ ମହିଳାମାନେ ଅନେକ ସମୟରେ ବଳାତ୍କାରର ଶିକାର ହେଉଛନ୍ତି, ଯେଉଁଥିପାଇଁ ସରକାର ଅସୁବିଧାରେ ପଡୁଛନ୍ତି। ତେଣୁ ଏମାନଙ୍କର ମଧ୍ୟ ସମାଜରେ ବଞ୍ଚିବାର ଅଧିକାର ରହିଛି। ୨୦୧୭ ଅଗଷ୍ଟ ୮ରେ ରାଜ୍ୟ ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ସ୍ବଧାରଗୃହରେ କୌଣସି ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ନ ରଖିବା ଲାଗି ନିର୍ଦ୍ଦେଶନାମା ଜାରି କରାଯାଇଥିଲା। ଫଳରେ ଏହି ବ୍ୟକ୍ତିମାନେ ବାହାରେ ବୁଲି ବିଭିନ୍ନ ସମସ୍ୟା ସୃଷ୍ଟି କରୁଛନ୍ତି। ମାନସିକ ସ୍ବାସ୍ଥ୍ୟ ସୁରକ୍ଷା ଆଇନ ଅନୁଯାୟୀ, ଏହି ବ୍ୟକ୍ତିମାନଙ୍କୁ ସ୍ବତନ୍ତ୍ର ଭାବେ ଥଇଥାନ କରିବା ଏବଂ ସେମାନଙ୍କ ଚିକିତ୍ସା କରିବା ସରକାରଙ୍କ ଦାୟିତ୍ୱ ତଥା କର୍ତ୍ତବ୍ୟ। ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଏ ପର୍ଯ୍ୟନ୍ତ କୌଣସି ବ୍ୟବସ୍ଥା ହୋଇନାହିଁ। ଦୁଇମାସ ତଳେ ଓଲ୍‌ସା ପକ୍ଷରୁ ରାଜ୍ୟ ମହିଳା ଏବଂ ଶିଶୁ ବିକାଶ ବିଭାଗକୁ ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କ ଥଇଥାନ ବ୍ୟବସ୍ଥା କରାଇବାକୁ ଅବଗତ କରାଯାଇଥିଲା। ମାତ୍ର ବିଭାଗ ଏ ପର୍ଯ୍ୟନ୍ତ କୌଣସି ପଦକ୍ଷେପ ଗ୍ରହଣ ନ କରିବାରୁ ଓଲ୍‌ସା ପକ୍ଷରୁ ଜନସ୍ବାର୍ଥ ମାମଲା ଦାଏର କରାଯାଇଛି।

ଆବେଦନରେ ଦର୍ଶାଯାଇଛି, ରାସ୍ତାରେ ବୁଲୁଥିବା ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ସୁରକ୍ଷା ଦେବା ସହ ଥଇଥାନ କେନ୍ଦ୍ରରେ ପହଞ୍ଚାଇବା ଓଡ଼ିଶାର ପ୍ରତ୍ୟେକ ଥାନାର ଅଧିକାରୀଙ୍କ ଦାୟିତ୍ୱ ରହିବା ଉଚିତ। ତେଣୁ ପ୍ରତ୍ୟେକ ଥାନା ଅଧିକାରୀଙ୍କୁ ଏହି ଦାୟିତ୍ୱ ତୁଲାଇବା ପାଇଁ ନିର୍ଦ୍ଦେଶ ଦେବାକୁ ଆବେଦନକାରୀ ହାଇକୋର୍ଟଙ୍କୁ ଅନୁରୋଧ କରିଛନ୍ତି। ପ୍ରତି ଜିଲାର ମୁଖ୍ୟାଳୟରେ ଅତି କମ୍‌ରେ ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କ ପାଇଁ ଗୋଟିଏ ଥଇଥାନ କେନ୍ଦ୍ର ପ୍ରତିଷ୍ଠା କରାଯିବାକୁ ଆବେଦନକାରୀ ନିବେଦନ କରିଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଆଶିଷ ରଞ୍ଜନ ମହାନ୍ତି, ପ୍ରଦୀପ ପଟ୍ଟନାୟକ, ଅନାମ ଚରଣ ପଣ୍ଡା, ନୀହାର ରଞ୍ଜନ ମହାନ୍ତି ମାମଲା ଦାଏର କରିଛନ୍ତି। ଏହି ଆବେଦନରେ ରାଜ୍ୟ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟକୁ ପକ୍ଷଭୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ବବି, କହିଲେ-‘ସେ ନିଜ ଦଳର ବିଶ୍ୱାସ ହରାଇଛନ୍ତି’

ଭୁବନେଶ୍ୱର,୩।୫: ଓଡ଼ିଶାର ପାଣିପାଗ ସହିତ ନିର୍ବାଚନୀ ପାଗ ମଧ୍ୟ ସରଗରମ ହୋଇଛି। ଶୁକ୍ରବାର ଧର୍ମେନ୍ଦ୍ର ପ୍ରଧାନ ସାମ୍ବାଦିକ ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିବା ପରେ...

ସୁଜାତା କାର୍ତ୍ତିକ ପାଣ୍ଡିଆନଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ୱର,୩।୫(ଅସମାପିକା ସାହୁ) : ସୁଜାତା କାର୍ତ୍ତିକେୟନ୍‌ ପାଣ୍ଡିଆନଙ୍କୁ ମିଳିଲା ବଡ଼ ଦାୟିତ୍ୱ। ଓଡ଼ିଶା କ୍ୟାଡର ଆଇଏଏସ ଅଫିସର ସୁଜାତା କାର୍ତ୍ତିକେୟନ୍‌ ପାଣ୍ଡିଆନଙ୍କୁ ଅର୍ଥ ବିଭାଗର ସ୍ବତନ୍ତ୍ର...

ଘସିପୁରାରୁ ସ୍ଵାଧୀନ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର,୩।୫: ଘସିପୁରା ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ। ଶୁକ୍ରବାର ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ତାଙ୍କ ନିଷ୍ପତ୍ତି...

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ, ବଢ଼ିଲା ବିଜେଡି-ଭାଜପା ଚିନ୍ତା

ଭୁବନେଶ୍ୱର,୩।୫: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ...

ମହିଳାଙ୍କ ଗୋଡ଼ରେ ଚଢ଼ିଗଲା ବସ୍‌ ଚକା

ହିଞ୍ଜିଳିକାଟୁ,୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଶେରଗଡ଼ ବ୍ଲକ ଅଧୀନ ପିତଳ ଛକଠାରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ୍‌ ଚକା ଜଣେ...

ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ...

ମ୍ୟାଜିକ ଶୋ’ରେ ବିଜେଡିର ନିର୍ବାଚନ ପ୍ରଚାର

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ତାରିଖ ଯେତିକି ପାଖେଇ ଆସୁଛି, ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନିଆରା...

ଧର୍ମେନ୍ଦ୍ରଙ୍କ ଟାର୍ଗେଟ ପରେ ବବିଙ୍କ କାଉଣ୍ଟର ଆଟାକ୍‌, କହିଦେଲେ ଏମିତି…

ଭୁବନେଶ୍ୱର,୩।୫: ପ୍ରେସମିଟ୍‌ କରି ରାଜ୍ୟ ସରକାରଙ୍କୁ ସମାଲୋଚନା କରିବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କାଉଣ୍ଟର ଆଟାକ୍‌ କରିଛନ୍ତି ବବି ଦାସ। ସେ କହିଛନ୍ତି, ଯେତେବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri