ବଳଙ୍ଗା ନାବାଳିକାଙ୍କ ପରିବାରକୁ ନ୍ୟାୟ ଦାବିରେ ବିଜେଡିର ସତ୍ୟବାଦୀ ବନ୍ଦ

ସାକ୍ଷୀଗୋପାଳ,୭ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ବଳଙ୍ଗା ନାବାଳିକାଙ୍କ ପରିବାରକୁ ନ୍ୟାୟ ପ୍ରଦାନ ଦାବିରେ ବିଜେଡି ପକ୍ଷରୁ ଡାକରା ଦିଆଯାଇଥିବା ୬ ଘଣ୍ଟିଆ ପୁରୀ ଜିଲା ବନ୍ଦ ସତ୍ୟବାଦୀରେ ସଫଳ ହୋଇଛି । ଗୁରୁବାର ସକାଳୁ ସାକ୍ଷୀଗୋପାଳ ମନ୍ଦିର ମୁଖ୍ୟ ରାସ୍ତାର ଷ୍ଟେଟ୍‌ବ୍ୟାଙ୍କ ଛକରେ ଦଳର କର୍ମକର୍ତ୍ତାମାନେ ଟାୟାର ଜଳାଇ ରାସ୍ତା ଅବରୋଧ କରିଥିଲେ। ଫଳରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଅପାରଗ ସରକାରଙ୍କ ଇସ୍ତଫା ଦାବିକରି ଆନ୍ଦୋଳନକାରୀମାନେ ନାରାବାଜି ଦେଇଥିଲେ। ପୁରୀ ଜିଲା ବିଜେଡି ସଭାପତି ତଥା ପୂର୍ବତନ ବିଧାୟକ ଉମାକାନ୍ତ ସାମନ୍ତରାୟଙ୍କ ନେତୃତ୍ୱରେ ଶତାଧିକ କର୍ମୀ ସାକ୍ଷୀଗୋପାଳ ବଜାରରେ ଏକ ଶୋଭାଯାତ୍ରାରେ ସାକ୍ଷୀଗୋପାଳ ମନ୍ଦିର ପର୍ଯ୍ୟନ୍ତ ଯାଇଥିଲେ।

ଅନ୍ୟମାନଙ୍କ ମଧ୍ୟରେ ସତ୍ୟବାଦୀ ପଞ୍ଚାୟତ ସମିତି ଅଧ୍ୟକ୍ଷ ସୁନୀଲ କୁମାର ପଣ୍ଡା, ରାଜ୍ୟ ସଭା ଏମ୍‌ପି ସୁବାଶିଷ ଖୁଣ୍ଟିଆ, ବ୍ଲକ ବିଜେଡି ସଭାପତି ପ୍ରମୋଦ କୁମାର ରାଉତରାୟ, ବ୍ଲକ ଯୁବ ସଭାପତି ଶରତ କୁମାର ରାଉତରାୟ, ସମିତି ସଭ୍ୟ ପ୍ରେମାନନ୍ଦ ବେହେରା, ଆତ୍ମା ଅଧ୍ୟକ୍ଷ ମହମ୍ମଦ ଜିକିରିଆ, ସରପଞ୍ଚ ଦୁଃଶାସନ ପ୍ରଧାନ, ବିଜେଡ଼ି ରାଜ୍ୟ ମହିଳା ସମ୍ପାଦିକା କସ୍ତୁରୀ ସାହୁ, ପୂର୍ବତନ ଉପାଧ୍ୟକ୍ଷ ବିକ୍ରମ ଜେନା , ପୂର୍ବତନ ସରପଞ୍ଚ ପ୍ରକାଶ ଚନ୍ଦ୍ର ଖଟେଇ, ସ୍ବାଧୀନ ଜେନା, ସୁବାସ ପ୍ରଧାନ, ସୁବ୍ରତ ଛାଟୋଇ, ବିଜୟ ମହାପାତ୍ର, ଦେବଦତ୍ତ ସାମନ୍ତରାୟ, ସବୁଜ କେଶରୀ ମିଶ୍ର, ଦେବେନ୍ଦ୍ର ମହାପାତ୍ର, ହଟକିଶୋର ବାରିକ, ଆଶୁତୋଷ ପଣ୍ଡା, କାର୍ତ୍ତିକ ବାରିକ, ସମ୍ବିତ ପ୍ରଧାନ ଓ ବାଙ୍କୁ ସ୍ବାଇଁ ପ୍ରମୁଖ ଆନ୍ଦୋଳନରେ ସାମିଲ ହୋଇଥିଲେ। ଏହି ଅବସରରେ ଜୟପୁର ପଞ୍ଚାୟତର ଓ୍ବାର୍ଡସଭ୍ୟ ନାଗାର୍ଜୁନ ସେନାପତିଙ୍କ ସହିତ ପେଣ୍ଠପଡ଼ା ଓ ଜୟପୁର ପଞ୍ଚାୟତର ଶତାଧିକ ଯୁବକର୍ମୀ ଭାଜପା ଛାଡ଼ି ବିଜେଡିରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲା ପାଷ୍ଟିକୁଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ କୌଣସି କାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri