ହସ୍ପିଟାଲରେ ଷ୍ଟାଫ୍‌ ନର୍ସଙ୍କ ମୃତ୍ୟୁ: ମୃତଦେହ ପାଖରୁ ସିରିଞ୍ଜ, ହାତଲେଖା ନୋଟ୍‌ ଜବତ

ଭୁବନେଶ୍ୱର, ୧୦।୮(ସତ୍ୟଜିତ ରାଉତ): ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଥିବା ଏକ ଘରୋଇ ହସ୍ପିଟାଲରେ ଜଣେ ଷ୍ଟାଫ୍‌ ନର୍ସଙ୍କ ଶୁକ୍ରବାର ରାତିରେ ସନ୍ଦେହଜନକ ମୃତ୍ୟୁ ହୋଇଛି। ସେ ହେଲେ ଗଞ୍ଜାମ ଜିଲା ସାନଖେମୁଣ୍ଡିର ଶୁଭସ୍ମିତା ରାଉତ ଓରଫ ସୋନାଲି (୨୨)। ମୃତ୍ୟୁର କାରଣକୁ ନେଇ ରହସ୍ୟ ଲାଗିରହିଛି। ଖବର ପାଇ ପରିବାର ଲୋକେ ଶନିବାର ଭୁବନେଶ୍ବର ଆସି ଥାନାରେ ହତ୍ୟା ଅଭିଯୋଗ କରିଛନ୍ତି। ଏମ୍‌ଏଲ୍‌ସି ରିପୋର୍ଟ ଆଧାରରେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପୋଲିସ ଘଟଣସ୍ଥଳରେ ପହଞ୍ଚି ସାଇଣ୍ଟିଫିକ ଟିମ୍‌ ଦ୍ବାରା ତଦନ୍ତ କରି ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହାସଲ କରିଛି। ଶୁଭସ୍ମିତାଙ୍କ ମୋବାଇଲକୁ ପୋଲିସ ଜବତକରି ଖୋଳତାଡ଼ ଚଳାଇଛି। ଏଥିସହ ପୋଲିସ ସୋନାଲି ରହୁଥିବା ନୀଳାଦ୍ରିବିହାର ଏଟିଏମ୍‌ ଛକସ୍ଥିତ ଲେଡିଜ୍‌ ହଷ୍ଟେଲର ଅନ୍ତେବାସୀଙ୍କୁ ମଧ୍ୟ ପଚରାଉଚରା କରିଛି। କ୍ୟାପିଟାଲ ହସ୍ପିଟାଲରେ ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ଚନ୍ଦ୍ରଶେଖରପୁର ଥାନା ଅଧିକାରୀ ତୁଷାରକାନ୍ତ ସେଠୀ କହିଛନ୍ତି।
ସୂଚନା ଅନୁଯାୟୀ, ଶୁକ୍ରବାର ଶୁଭସ୍ମିତାଙ୍କର ରାତି ଡ୍ୟୁଟି ଥିଲା। ସେ ରାତି ପ୍ରାୟ ୨ଟାରେ ହସ୍ପିଟାଲର ବାଥ୍‌ରୁମ୍‌ ଯାଇ ଆଉ ଫେରି ନ ଥିଲେ। ସହକର୍ମୀମାନେ ସେଠାକୁ ଯାଇ ଦେଖିଲେ ଯେ, ବାଥ୍‌ରୁମ୍‌ ଭିତର ପଟୁ ବନ୍ଦ ଥିଲା। ଭିତରେ ଶୁଭସ୍ମିତା ଅଚେତ ହୋଇ ପଡିଥିବା ଦେଖି ଉଦ୍ଧାର କରି ବେଡ୍‌କୁ ନେଇଥିଲେ। ପରିବାର ଲୋକେ ପହଞ୍ଚତ୍ ହସ୍ପିଟାଲ ବେଡ୍‌ରେ ଶୁଭସ୍ମିତାଙ୍କ ହାତରେ ଇଞ୍ଜେକ୍ସନ ଫୋଡା ଚିହ୍ନ ରହିଥିବାବେଳେ ପାଟିରେ ଏକ ପାଇପ୍‌ ପଶି ରହିଥିବା ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ସେମାନଙ୍କ ଅଭିଯୋଗ ଅନୁସାରେ, ହସ୍ପିଟାଲର କେତେଜଣ ଅଧିକାରୀ ଶୁଭସ୍ମିତାଙ୍କୁ ନିର୍ଯାତନା ଦେଉଥିଲେ। ନିୟମିତ ରାତି ଡ୍ୟୁଟି ଦିଆଯାଉଥିବାରୁ ସେ ମାନସିକ ଚାପରେ ଥିଲେ। ରାଖୀ ପୂର୍ଣ୍ଣିମା ପାଇଁ ତାଙ୍କୁ ଛୁଟି ମିଳି ନ ଥିବାରୁ ସେ କାନ୍ଦିକାନ୍ଦି ପରିବାର ଲୋକଙ୍କୁ ଜଣାଇଥିଲେ। ତେବେ ଶୁଭସ୍ମିତାଙ୍କୁ ମୃତ୍ୟୁ ଘଟଣାକୁ ନେଇ ଶନିବାର ହସ୍ପିଟାଲ ପରିସରରେ ଉତ୍ତେଜନା ଦେଖାଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri