ବରଗଡ଼ରେ ପୁଣି ମାଡ଼ିଲା ବୁଲଡୋଜର

ବରଗଡ଼,୧୧।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପ୍ରଶାସନ ସହର ରାସ୍ତାପାର୍ଶ୍ୱରେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟାକୁ ଜୋରଦାର୍‌ କରିଛି। ସ୍ଥାନୀୟ ଲମ୍ବା ବିଲଡ଼ିଂରୁ ଭଟଲି ଛକ ରାସ୍ତାପାର୍ଶ୍ୱରେ ଉଚ୍ଛେଦ ପ୍ରକ୍ରିୟା ସରିବା ପରେ ଗାନ୍ଧିଛକରୁ କେନାଲ ଛକ ରାସ୍ତାପାର୍ଶ୍ୱରୁ ଜବରଦଖଲ ହଟାଯିବା ରବିବାରରୁ ଆରମ୍ଭ ହୋଇଛି। ଅନ୍ୟପଟେ ସହରବାସୀଙ୍କ ଦୀର୍ଘବର୍ଷର ଦାବି ହୋଇ ରହି ଆସିଥିବା ସ୍ଥାନୀୟ ଲେଙ୍ଗୁ ମିଶ୍ର ଛକଠାରୁ ପୁରୁଣା ଜୀରାବ୍ରିଜ ରାସ୍ତା ପାର୍ଶ୍ୱ ଜବରଦଖଲ ଉଚ୍ଛେଦ ମାପଚୁପ ପରେ ନ୍ୟାୟାଳୟର ବିଚାର ପ୍ରକ୍ରିୟାରେ ଅଟକି ରହିଛି। ଏଭଳି ସ୍ଥିତିରେ ସହରର ଯେଉଁଠି ମଧ୍ୟ ଉଚ୍ଛେଦ ପ୍ରକ୍ରିୟା ଚାଲିଲେ ଲେଙ୍ଗୁ ମିଶ୍ର ଛକଠାରୁ ପୁରୁଣା ଜୀରାବ୍ରିଜ ରାସ୍ତା ପାର୍ଶ୍ୱ ଜବରଦଖଲ ଉଚ୍ଛେଦ କେବେ ହେବ ବୋଲି ସହରବାସୀଙ୍କ ମନରେ ଆପେ ପ୍ରଶ୍ନ ଉଠୁଛି। ତେବେ ଲମ୍ବା ବିଲଡ଼ିଂ ଛକରୁ ଭଟଲି ଛକ ହେଉ କିମ୍ବା ଗାନ୍ଧିଛକରୁ କେନାଲ ଛକ ଜବରଦଖଲ ଉଚ୍ଛେଦରେ ପ୍ରଶାସନିକ ତପତ୍ରତା ଏବଂ ଉଚ୍ଛେଦରେ ପ୍ରଭାବିତ ଲୋକଙ୍କ ସହଯୋଗ ଯେଭଳି ପରିଲକ୍ଷିତ ହେଉଛି, ଲେଙ୍ଗୁ ମିଶ୍ର ଛକଠାରୁ ପୁରୁଣା ଜୀରାବ୍ରିଜ ରାସ୍ତା ପାର୍ଶ୍ୱ ଜବରଦଖଲ ଉଚ୍ଛେଦ କଥା ଉଠିଲେ, ତାହା କାହିଁକି ପରିଲକ୍ଷିତ ହେଉ ନାହିଁ ବୋଲି ଏବେ ସହରର ଚା ଖଟିଠାରୁ ଆରମ୍ଭ କରି ବିଭିନ୍ନ ସ୍ଥାନରେ ଲୋକେ ଆଲୋଚନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେତେ ପୂରୁଣା ହେବା ପରେ କିଣିବା ଦରକାର ନୂଆ ଫୋନ? ଜାଣନ୍ତୁ ନିୟମ

ଏକ ନୂତନ ଫୋନ କିଣିବା କ୍ରମଶଃ ମହଙ୍ଗା ହୋଇଗଲାଣି। ତେଣୁ, ଲୋକମାନେ ପୁରୁଣା ଫୋନ ବ୍ୟବହାର କରିବାରେ ଲାଗିପଡ଼ିଛନ୍ତି। କିଛି ଲୋକ ଫ୍ଲାଗସିପ ଫୋନ ବ୍ୟବହାର...

ପୂର୍ବତନ ଜାପାନୀ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ, ୨୦୨୨ ରେ ବେକରେ ଲାଗିଥିଲା ଗୁଳି

ଟୋକିଓ,୨୧।୧: ପୂର୍ବତନ ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ହତ୍ୟା କରିଥିବା ବ୍ୟକ୍ତିଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ବୁଧବାର ଜାପାନର ଏକ କୋର୍ଟ ଆବେଙ୍କ ହତ୍ୟା ମାମଲାର...

ଏହି ଜିଲାର ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ

କଟକ,୨୧ା୧: ଦୁଇ ଆଇଏଏସ’ଙ୍କୁ ଗିରଫ ୱାରେଣ୍ଟ ପରେ ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ...

କାହିଁକି ହେଉନାହିଁ IPL 2026 କାର୍ଯ୍ୟସୂଚୀ ଘୋଷଣା? ବିଳମ୍ବର କାରଣ କ’ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ପାଇଁ ଆପାତକାଳୀନ ତାରିଖ ଘୋଷଣା ସତ୍ତ୍ୱେ, ବିସିସିଆଇ ଏପର୍ଯ୍ୟନ୍ତ ମ୍ୟାଚ ସୂଚୀ ଘୋଷଣା କରିନାହିଁ। ବୋର୍ଡ କହିଛି...

ରେଳଯାତ୍ରୀଙ୍କ ପାଇଁ ଖୁସିଖବର: ଷ୍ଟେଶନରେ ମିଳୁଛି ଶସ୍ତା ରୁମ୍‌; ଅନଲାଇନ୍‌ରେ ବୁକ୍‌ କରିବାର ପୂରା ପ୍ରକ୍ରିୟା ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ପ୍ରତିଦିନ ସାରା ଭାରତରେ ୨ କୋଟିରୁ ଅଧିକ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତୁ। ଯାତ୍ରୀମାନଙ୍କର ସୁବିଧା ପାଇଁ ରେଳ ଷ୍ଟେଶନରେ ରୁମ୍‌ ଯୋଗାଇ ଦିଆଯାଏ।...

ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

୨୦୩୦ ପର୍ଯ୍ୟନ୍ତ କୌଣସି ଲାଇଭ୍ ଶୋ’ କରିବେନି ଜାକିର ଖାନ; ଏଥିପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୧।୧: ଦେଶର ଲୋକପ୍ରିୟ ଷ୍ଟାଣ୍ଡ-ଅପ୍ କମେଡିଆନ୍ ଜାକିର ଖାନ ନିଜ ପ୍ରଶଂସକଙ୍କୁ ଏକ ବଡ଼ ଝଟକା ଦେଇଛନ୍ତି। ସ୍ୱାସ୍ଥ୍ୟଗତ ସମସ୍ୟା ଏବଂ ବ୍ୟକ୍ତିଗତ କାରଣ ପାଇଁ...

ତେଲେଙ୍ଗାନାରେ ପୁଣି କୁକୁରଙ୍କୁ ହତ୍ୟା, ୫୦୦ ପରେ ଏବେ ୧୦୦ଜଣଙ୍କୁ ବିଷ ଦେଇ ମାରିଦେଲେ

ହାଇଦ୍ରାବାଦ,୨୧ା୧: ପୁଣିଥରେ ତେଲେଙ୍ଗାନାରେ ବହୁ ସଂଖ୍ୟକ ବୁଲା କୁକୁରଙ୍କୁ ହତ୍ୟା କରାଯାଇଛି । ହାଇଦ୍ରାବାଦରୁ ମାତ୍ର ୫୦ କିଲୋମିଟର ଦୂର ରଙ୍ଗାରେଡ୍ଡି ଜିଲ୍ଲାରେ ୧୦୦ କୁକୁରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri