ଖୋର୍ଦ୍ଧାରେ ହର ଘର ତ୍ରିରଙ୍ଗା

ଖୋର୍ଦ୍ଧା,୧୩।୮(ପ୍ରଭାତ ପାଣିଗ୍ରାହୀ): ଦେଶ ପାଳୁଛି ସ୍ବାଧିନତାର ୭୯ତମ । ଏହି ଅବସରରେ ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ଠାରୁ ଖୋର୍ଦ୍ଧା ଟାଉନ ହଲ ପର୍ଯ୍ୟନ୍ତ ଆୟୋଜିତ ହର ଘର ତ୍ରୀରଙ୍ଗା ପଦଯାତ୍ରା ବୁଧବାର ଅନୁଷ୍ଠିତ ହୋଇଯାଇଛି।
ଆଇନ ପୂର୍ତ୍ତ ଅବକାରୀ ମନ୍ତ୍ରୀ ପୃଥିରାଜ ହରିଚନ୍ଦନ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି କହିଲେ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଆମ ସମସ୍ତଙ୍କୁ ଦେଶ ପ୍ରେମର ସୂତ୍ରରେ ବାନ୍ଧିବାରେ ସଫଳ ହେଉଛି । ଜାତୀୟ ପତାକା ଦେଶ ବାସୀଙ୍କ ପାଇଁ ସମ୍ମାନ ଓ ଗୌରବ ବହନ କରିଥାଏ। ଏହା ହେଉଛି ଆମ ଦେଶର ପ୍ରତୀକ । ଆମ ଜାତୀୟ ପତାକା ଆମର ସଂକଳ୍ପ, ସଂଘର୍ଷ, ବଳିଦାନ ଓ ତ୍ୟାଗର ପ୍ରେରଣାଦାୟୀ ମୁକସାକ୍ଷୀ, ଏହା ମଧ୍ୟ ରାଷ୍ଟ୍ରୀୟ ଏକତା, ସହିଷ୍ଣୁତା ଓ ବନ୍ଧୁତାର ପ୍ରତୀକ ଅଟେ।
ଜାତି, ଧର୍ମ ନିର୍ବିଶେଷରେ ସବୁ ଭାରତୀୟ ତ୍ରିରଙ୍ଗା ତଳେ, ଯେତେବେଳେ ଏକଜୁଟ ହେବେ ସେତେବେଳେ କୌଣସି ଶକ୍ତି ଆମ ବିରୋଧରେ ସଫଳ ହେବେ ନାହିଁ। ତ୍ରିରଙ୍ଗାର ତିନି ରଙ୍ଗ ଆମକୁ ଶ୍ରଦ୍ଧା ଓ ସୌହାର୍ଦ୍ଦ୍ୟର ଆଦର୍ଶରେ ଅନୁପ୍ରାଣିତ କରିଥାଏ। ଆମ ଜାତୀୟ ପତାକା ଆମର ସଂକଳ୍ପ, ସଂଘର୍ଷ, ବଳିଦାନ ଓ ତ୍ୟାଗର ପ୍ରେରଣାଦାୟୀ ମୂକ ସାକ୍ଷୀ।

ଅନ୍ୟ ମାନଙ୍କ ମଧ୍ୟରେ ଭୁବନେଶ୍ବର ଏମ୍‌ପି ମାନନୀୟା ଅପରାଜିତା ଷଡ଼ଙ୍ଗୀ, ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ, ଜିଲାପାଳ ଅମ୍ରିତ ଋତୁରାଜ, ଜିଲା ଆରକ୍ଷୀ ଅଧିକ୍ଷକ ସଗାରିକା ନାଥ, ଜଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଜ୍ୟୋତି ଶଙ୍କର ସାହୁ, ଭାଜପା ଜିଲ୍ଲା ସଭାପତି ବିଶ୍ବରଂଜନ ବଡ଼ଜେନା ପ୍ରମୁଖ ଉପସ୍ଥିତ ଥିଲେ। ଲୋକ ପ୍ରତିନିଧି, ଛାତ୍ରୀଛାତ୍ର, ଜିଲାସ୍ତରୀୟ ଅଧିକାରୀ, ଏବଂ ଅବକାରୀ ଓ ପୋଲିସ ବିଭାଗର କର୍ମଚାରୀ, ସ୍ଥାନୀୟ ଜନସାଧାରଣ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri