କାର ଧକ୍କାରେ ବାଇକ ଚାଳକ ଗୁରୁତର : ଉତ୍ତେଜିତ ଲୋକଙ୍କ ରାସ୍ତା ଅବରୋଧ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି – ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଖେମୁଣ୍ଡି କାଳୁଆ ଛକଠାରେ ବୁଧବାର ଅପରାହ୍ନରେ ଏକ ଦୃତଗାମୀ କାର ଧକ୍କାରେ ଜଣେ ବାଇକ ଚାଳକ ଗୁରୁତର ହୋଇଥିବା ଜଣାପଡିଛି । ଗୁରୁତର ବାଇକ ଚାଳକ ଜଣକ ହେଲେ ଦିଗପହଣ୍ଡି ଥାନା ସିଦ୍ଧେଶ୍ୱର ପଞ୍ଚାୟତ ଗୋପାଳପୁର ଗ୍ରାମର ଉଦୟନାଥ ସ୍ବାଇଁଙ୍କ ଏକମାତ୍ର ପୁଅ ଜଗନ କୁମାର ସ୍ବାଇଁ (୨୩) । ଦୁର୍ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ପରେ ଉତ୍ତେଜିତ ଲୋକେ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ। ଫଳରେ ବ୍ରହ୍ମପୁର – ରାୟଗଡ଼ା – କୋରାପୁଟ – ମାଲକାନାଗିରି ଜିଲାକୁ ଯାଉଥିବା ଗାଡ଼ି ଅଟକି ରହିଥିଲା। ଜଗନ ନିଜ ବାଇକ ନଂ. ( ଓଡି ୦୭ ଏକେ ୨୮୩୯) ଯୋଗେ ମା’ ସୁଦଷ୍ଣା ସ୍ବାଇଁଙ୍କୁ ଆଣିବା ନିମନ୍ତେ ଗଣିଆନାଳ ଛକକୁ ଯାଉଥିଲେ । ଏହି ସମୟରେ ବ୍ରହ୍ମପୁର ଅଞ୍ଚଳର ୩ ଯୁବକ ଏକ କାର ନଂ. ( ଓ ଆର୍‌ ୦୭ ଜେଡ ୪୨୩୨) ଯୋଗେ ମା’ ବାଙ୍କେଶ୍ବରୀ ପୀଠକୁ ଏକ ଭୋଜି କାର୍ଯ୍ୟରେ ଯୋଗଦେବା ପାଇଁ ଦୃତ ଗତିରେ ଯିବା ବାଟରେ ଜଗନଙ୍କ ବାଇକକୁ ଧକ୍କା ଦେଇଥିଲେ। ଏହି ଦୁର୍ଘଟଣାରେ କାରଟିର ସମ୍ମୁଖଭାଗ ସମ୍ପୂର୍ଣ୍ଣ ନଷ୍ଟ ହୋଇଥିବା ବେଳେ ବାଇକ ସହ ଜଗନ ରାସ୍ତାକଡର ବିଲ ଭିତରକୁ ଛିଟିକି ପଡ଼ିଥିଲେ। ରାସ୍ତାରେ ଯା ଆସ କରୁଥିବା ଲୋକେ ଗୁରୁତର ଅବସ୍ଥାରେ ଜଗନକୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ବ୍ରହ୍ମପୁର ବଡ଼ ମେଡ଼ିକାଲ ପଠାଇଥିଲେ। ପ୍ରାଥମିକ ଚିକିତ୍ସାପରେ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଭୁବନେଶ୍ୱର ସ୍ଥିତ ଏମ୍ସକୁ ସ୍ଥାନାନ୍ତରିତ କରାଯାଇଥିବା ସୂଚନା ମିଳିଛି। ଅପରପକ୍ଷରେ ଉତ୍ତ୍ୟକ୍ତ ଲୋକେ କାର୍‌ରେ ଥିବା ୩ ଯୁବକଙ୍କୁ କାବୁ କରି ଦିଗପହଣ୍ଡି ପୋଲିସରେ ଜିମା ଦେବା ସହ କ୍ଷତିପୂରଣ ଦାବିରେ ରାସ୍ତାରୋକ କରିଥିଲେ। ଦିଗପହଣ୍ଡି ପୋଲିସ ଓ ଚିକିଟି ଏସଡିପିଓ ବିଶାମିତ୍ର ହରପାଲ ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତା ଅବରୋଧ ହଟିଥିଲା। ପୋଲିସ ଦୁର୍ଘଟଣାଗ୍ରସ୍ତ ଦୁଇଟି ଗାଡ଼ି ଜବତ କରି ଥାନାକୁ ନେଇଛନ୍ତି। ସ୍ଥାନୀୟ ସରପଞ୍ଚ ବିଜୟ ପ୍ରଧାନ ଏବଂ ସମିତି ସଭ୍ୟ ପ୍ରତିନିଧି ବାବୁନ ବାବୁନି ପ୍ରଧାନଙ୍କ ସମେତ ପରିବାର ଲୋକେ ଦିଗପହଣ୍ଡି ଥାନାରେ ପହଞ୍ଚି ଏତଲା ଦେଇଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri