ଗାଁ ମଝିରେ ସ୍ବାମୀଙ୍କୁ ଖୁଣ୍ଟରେ ବାନ୍ଧି ନିସ୍ତୁକ ପିଟିଲେ ସ୍ତ୍ରୀ: ୧୦ ଘଣ୍ଟା ପରେ…

ମୋହନା,୧୪।୮((ଗିରିଧାରୀ ପରିଛା/ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ବ୍ଲକ ଅଡବା ଥାନା ଏସ ଗରଡ଼ମା ଗ୍ରାମରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା। ନିଜ ସ୍ବାମୀଙ୍କୁ ଗାଁ ମଝିରେ ବାନ୍ଧି ରଖି ନିସ୍ତୁକ ପିଟିଛନ୍ତି ସ୍ତ୍ରୀ ସୁଭଦ୍ରା ମାଳବିଷୋୟୀ, ତାଙ୍କ ଭାଇ ଓ ସହଯୋଗୀ। ଗତକାଲି ଅପରାହ୍ନ ୩ରୁ ଗାଁ ମଝିରେ ଥିବା ଖୁଣ୍ଟରେ ବାନ୍ଧି ରଖିଥିଲେ। ଦୀର୍ଘ ୧୦ ଘଣ୍ଟା ପରେ ଖବର ପାଇ ଅଡବା ଥାନା ଅଧିକାରୀ ଓ ଟିମ ପହଞ୍ଚି ଯୁବକଙ୍କୁ ଉଦ୍ଧାର କରିଛନ୍ତି।

ଗାଁର ସୁଭଦ୍ରା ମାଳବିଷୋୟୀ ଗତ ତିନିବର୍ଷ ପୂର୍ବେ ବ୍ରାହ୍ମଣୀଗାଁ ଥାନା ବୁଡ଼ିଶିଳ ଗାଁର ଜଳନ୍ତ ବଳିଆରସିଂଙ୍କୁ ବିବାହ କରିଥିଲେ। ହେଲେ ପାରିବାରିକ କଳହ ପାଇଁ ସୁଭଦ୍ରା ୧୧ ମାସ ତଳେ ନିଜ ବାପଘରକୁ ପଳାଇ ଆସିଥିଲେ। ଘଟଣାରେ ଉଭୟ ପରିବାର ପକ୍ଷରୁ ଥାନା ମାମଲା ରୁଜୁ ହେବା ସହ କୋର୍ଟରେ ବିଚାରଧୀନ ଅଛି। ଗତକାଲି ଯୁବକ ଜଣକ ନିଜ ଗାଁ ବୁଡ଼ିଶିଳ ଗାଁରୁ ରାଶନ ଚାଉଳ ନେବାକୁ ଗରଡ଼ମା ଗାଁକୁ ଆସିଥିବାବେଳେ ଝିଅ ଘର ପରିବାର ଲୋକେ ଯୁବକଙ୍କୁ ମାଡ଼ ମାରିବା ସହ ରାତି ତମାମ ଗାଁ ଦାଣ୍ଡରେ ବାନ୍ଧି ରଖିଥିଲେ। ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ପୋଲିସ ବୁଝାସୁଝା କରି ଯୁବକଙ୍କୁ ଉଦ୍ଧାର କରିଥିଲେ। ଅଧିକ ତଦନ୍ତ କରୁଥିବା ଅଡବା ଥାନା ଅଧିକାରୀ ଶୁଭ୍ରାନ୍ତ କୁମାର ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଏହି ଜିଲାରେ ପ୍ରଥମ ପୋଷ୍ୟ ସନ୍ତାନ ଗ୍ରହଣ

ନୂଆପଡ଼ା,୬ା୧୨ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାର ପ୍ରଥମଥର ପାଇଁ ପୋଷ୍ୟ ସନ୍ତାନ ଗ୍ରହଣ ପ୍ରକ୍ରିୟା ସମ୍ପନ୍ନ ହୋଇଛି। ଜିଲା ଶିଶୁ ସୁରକ୍ଷା ବିଭାଗ ଓ ସ୍ବତନ୍ତ୍ର...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri