ଜାତୀୟ ପତାକା ଉତ୍ତୋଳନ କଲେ ୯୦ ବର୍ଷୀୟା ବୃଦ୍ଧା, ବଖାଣିଲେ ସ୍ବାଧୀନତା ପୂର୍ବର କାହାଣୀ

ଦାରିଙ୍ଗବାଡି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତାଜୁଙ୍ଗିଆ ପଞ୍ଚାୟତର ସିକରମାହା ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟରେ ୭୯ତମ ସ୍ବାଧୀନତା ଦିବସ ବଡ଼ ଧୂମଧାମରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ ଥିଲେ ଉକ୍ତ ଅଞ୍ଚଳର ଜଣେ ୯୦ ବର୍ଷୀୟା ବୃଦ୍ଧା ଯିଏ କି ଦେଶ ସାଧିନତା ପାଇବା ପୂର୍ବରୁ ସେ ଜନ୍ମ ଗ୍ରହଣ କରିଥିଲେ ସେ ହେଲେ ତାଯୁବତୀ ମଲ୍ଲିକ ବୋଲି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଜିତ କୁମାର କହଁର କହିଛନ୍ତି । ବୃଦ୍ଧା ତାଯୁବୁଢ଼ୀ ମଲ୍ଲିକ ମୁଖ୍ୟତିଥିଭାବେ ଯୋଗଦାନ କରି ପତ୍ତାକା ଉତ୍ତୋଳନ କରିବା ସହ ଉପସ୍ଥିତ ଛାତ୍ରୀଛାତ୍ରଙ୍କୁ ଦେଶ ସ୍ବାଧୀନ ପାଇବା ପୂର୍ବରୁ ଇଂରେଜି ମାନଙ୍କ ଶାସନ ସମ୍ପର୍କରେ ନିଜ ଅଭିଜ୍ଞତା ବଖାଣିଥିଲେ ସେହି ସମୟରେ ସେ ଛୋଟ ଶିଶୁ ଥିଲେ ଓ ତାଙ୍କ ଦେଶ ସ୍ବାଧୀନତା ଆଣିବାରେ କିଭଳି କର୍ତ୍ତବ୍ୟ ପାଳନ କରିଛନ୍ତି, କଷ୍ଟ ସହିଛନ୍ତି ସେ ସବୁ ଛାତ୍ରୀଛାତ୍ରଙ୍କୁ ଜଣାଇଥିଲେ। ସାଧୀନ ପୂର୍ବରୁ ଓ ପରର ଜୀବନ କିପରି ଥିଲା ତାହା ନିଜ ଭାଷଣରେ ରଖିଥିଲେ। ଦେଶ ସୱାଧୀନ କିଭଳି ପାଇଛି ସେ ସମ୍ପର୍କରେ ଜଣେ ସେହି ସମୟର ଶିଶୁ ସ୍ବାଧୀନତା ସଂଗ୍ରାମୀଙ୍କଠାରୁ ଶୁଣି ଛାତ୍ରୀଛାତ୍ର ଓ ଅଞ୍ଚଳବାସୀ ଖୁସିବ୍ୟକ୍ତ କରିଥିଲେ। ଅନ୍ୟ ଅତିଥିଙ୍କ ମଧ୍ୟରେ ମୁଖ୍ୟ ବକ୍ତା ଭାବେ ବିଦ୍ୟାଳୟ କମିଟିର ସଭାପତି କରୁଣାକର ପ୍ରଧାନ ଛାତ୍ରୀଛାତ୍ର ମାନଙ୍କୁ ସାଧୀନତା ଦିବସର ମହତ୍ତ ଓ ସାଧୀନ ସନ୍ତାନର କର୍ତ୍ୟବ ସମ୍ପର୍କରେ କହିଥିଲେ। ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀଶିକ୍ଷକ ଶ୍ରୀକାନ୍ତ ବେହେରା, ପ୍ରଭାତୀ ସିଂ, ସୁନନ୍ଦନ ବଳିଆର ସିଂ, ବାବୁଲା ନାହକ, ରବୀନ୍ଦ୍ର କୁମାର ସାହୁ, ଶିଳ୍ପା ନାୟକ, କିରଣମୟୀ ନାୟକ, ସୁଶ୍ରୀ ସଙ୍ଗୀତା ବେହେରା, ପ୍ରଭାସିନୀ ପ୍ରଧାନ, ବିଚିତ୍ରା ପ୍ରଧାନ, ସୁଜାତା କହଁର, କନିଷ୍କ ପ୍ରଧାନ ଓ ସୌଦାମିନୀ ପ୍ରଧାନ ପ୍ରମୁଖ କାର୍ଯ୍ୟକ୍ରମକୁ ସୁପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri